କୃଷି, ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଉପରେ ଗୁରୁତ୍ୱ

ଭୁବନେଶ୍ୱର/ଛତ୍ରପୁର/ରାୟଗଡ଼ାଅଫିସ/ପାରଳାଖେମୁଣ୍ଡି,୧୬ା୫: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ବିଭିନ୍ନ ଜିଲାରେ କୋଭିଡ୍‌ ହସ୍ପିଟାଲ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ସଚିବ ତଥା ୫-ଟି ବିଭାଗ ସଚିବ ଭି.କେ. ପାଣ୍ଡିଆନ ଏବଂ ଉନ୍ନୟନ କମିଶନର ସୁରେଶ ମହାପାତ୍ର ଗଞ୍ଜାମ, ରାୟଗଡା, ଗଜପତି ଜିଲା ଗସ୍ତକରି ବିଭିନ୍ନ କୋଭିଡ ହସ୍ପିଟାଲ ଏବଂ ଅସ୍ଥାୟୀ ଚିକିତ୍ସା କେନ୍ଦ୍ର(ଟିଏମ୍‌ସି) ପରିଦର୍ଶନ କରିଥିଲେ। କରୋନା ମୁକାବିଲା, ପ୍ରବାସୀ ଓଡ଼ିଆଙ୍କୁ ଟିଏମ୍‌ସି କେନ୍ଦ୍ରରେ ମିଳୁଥିବା ସୁବିଧା ବିଷୟରେ ସମୀକ୍ଷା କରିଥିଲେ। ଜିଲାଗୁଡିକରେ କୃଷିକାର୍ଯ୍ୟକୁ ତ୍ୱରାନ୍ବିତ କରିବା ସହ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ କାର୍ଯ୍ୟ ଶୀଘ୍ର ଆରମ୍ଭ କରିବାକୁ ଜିଲାପାଳମାନଙ୍କୁ ସେମାନେ ନିର୍ଦ୍ଦେଶ ଦେଇଥିଲେ।
ପାଣ୍ଡିଆନ୍‌ ଶୁକ୍ରବାର ଗଞ୍ଜାମ ଜିଲାର ହିଞ୍ଜିଳିକାଟୁ, ଶେରଗଡ, ପୋଲସରା ଓ ଆସିକା ବ୍ଲକକୁ ଯାଇ ସରପଞ୍ଚମାନଙ୍କ ସହ କରୋନା ମୁକାବିଲା ଓ କ୍ୱାରାଣ୍ଟାଇନ୍‌ ସେଣ୍ଟରଗୁଡିକର ସୁପରିଚାଳନା, ପ୍ରବାସୀ ତଥା ଅନ୍ତେବାସୀମାନଙ୍କୁ କିଭଳି ଖାଦ୍ୟ ମଳୁଛି ଏବଂ ଲକ୍‌ଡାଉନ୍‌ ଗାଇଡ୍‌ଲାଇନ୍‌ କିପରି କାର୍ଯ୍ୟକାରୀ ହେଉଛି ସେ ନେଇ ଆଲୋଚନା କରିଥିଲେ। ବ୍ରହ୍ମପୁର ଉପକଣ୍ଠ ଶୀତଳାପଲ୍ଲୀସ୍ଥିତ ପାରଳା ମହାରାଜା ଇଞ୍ଜିିନିୟରିଂ କଲେଜରେ ହୋଇଥିବା କୋଭିଡ୍‌ କେୟାର ସେଣ୍ଟର ପରିଦର୍ଶନ କରିଥିଲେ। ସେହିପରି ଉନ୍ନୟନ କମିଶନର ଏବଂ ୫-ଟି ସଚିବ ରାୟଗଡ଼ା ଓ ଗଜପତି ଜିଲା ଗସ୍ତ କରି କରୋନା ସ୍ଥିତି ସମୀକ୍ଷା କରିଥିଲେ। ପ୍ରବାସୀ ଶ୍ରମିକଙ୍କୁ ସଙ୍ଗରୋଧରେ ରଖିବା ଏବଂ ସଂକ୍ରମିତଙ୍କ ଚିକିତ୍ସା ସୁବିଧା ଆଦି ଭିତ୍ତିଭୂମିର ତଦାରଖ କରିଥିଲେ। ଦୁଇ ଅଧିକାରୀ ପ୍ରଥମେ ରାୟଗଡ଼ା ଜିଲାର ଜେକେପୁର ଇଏସ୍‌ଆଇ ହସ୍ପିଟାଲ ପରିସରସ୍ଥ କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଥିଲେ। ଜରୁରୀ ପରିସ୍ଥିତିରେ ଅନ୍ୟ ଜିଲା ଉପରେ ନିର୍ଭର ନ କରି ଯେପରି ରୋଗୀଙ୍କ ଚିକିତ୍ସା ହୋଇପାରିବ, ସେଥିପାଇଁ ଏହି ହସ୍ପିଟାଲରେ ୧୦ ଶଯ୍ୟା ବିଶିଷ୍ଟ ଆଇସିୟୁ ବ୍ୟବସ୍ଥା କରିବାକୁ ପାଣ୍ଡିଆନ ଜିଲାପାଳ ପ୍ରମୋଦ କୁମାର ବେହେରାଙ୍କୁ ନିର୍ଦ୍ଦେଶ ଦେଇଥିଲେ। ରୋଗୀଙ୍କ ପାଇଁ ହସ୍ପିଟାଲରେ କ’ଣ ବ୍ୟବସ୍ଥା ରହିଛି ସେ ନେଇ ମେଡିକାଲ ଅଫିସର ଡା. ଲକ୍ଷ୍ମୀକାନ୍ତ ସାହୁଙ୍କୁ ସେ ପଚାରି ବୁଝିଥିଲେ। ପରେ ସେମାନେ ଗଜପତି ଜିଲା ରାଜସୀତାପୁରଠାରେ ଥିବା କୋଭିଡ୍‌ ହସ୍ପିଟାଲ ପରିଦର୍ଶନ କରିଥିଲେ। ପ୍ରବାସୀଙ୍କ ପାଇଁ ଜିଲାରେ ସଙ୍ଗରୋଧ କେନ୍ଦ୍ର ଏବଂ କୋଭିଡ୍‌ ହସ୍ପିଟାଲରେ କିଭଳି ବ୍ୟବସ୍ଥା ରହିଛି, ତାହାର ଅନୁଧ୍ୟାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri