କୋଭିଡ୍‌ ନିୟମ ଉଲ୍ଲଂଘନ: ୨ ଚା’ ଦୋକାନ ସିଲ୍‌, ପରିବାରବର୍ଗଙ୍କୁ ୨୮ ଦିନ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ

ଦାରିଙ୍ଗବାଡ଼ି,୧୫ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଠାରେ ୨ଟି ଚା’ଦୋକାନ ଖୋଲାଯିବା ଏବଂ ପ୍ରଶାସନର ନିର୍ଦ୍ଦେଶକୁ ଅବମାନନା କରାଯିବା ଅଭିଯୋଗରେ ଦାରିଙ୍ଗବାଡ଼ି ତହସିଲଦାର ତଥା ଏକ୍‌ଜିକ୍ୟୁଟିଭ୍‌ ମାଜିଷ୍ଟ୍ରେଟ୍‌ ନିତୀଶ କୁମାର ତ୍ରିପାଠୀ ସିଲ୍‌ କରିଦେଇଛନ୍ତି।
ପ୍ରକାଶଯେ, ଉକ୍ତ ୨ ଚା’ ଦୋକାନ ଭୋର୍‌ ୫ଟାରୁ ଖୋଲା ରହିଥିବା ବେଳେ ପ୍ରବାସୀ ଓଡ଼ିଆମାନେ ତାମିଲନାଡୁ ଏବଂ ଅନ୍ୟ ରାଜ୍ୟରୁ ଫେରିଥିବା ପ୍ରବାସୀ ଏଠାରୁ ଚା’ ପିଉଥିଲେ। ସେମାନେ ଏହି ଦୁଇ ଚା’ ଦୋକାନରେ ଚା’ ପିଇବା ସହ ରୁଟି,ବିସ୍କୁଟ୍‌, ଗୁଟ୍‌ଖା ଆଦି ଖାଇଥିଲେ। ଖାଇବା ସମୟରେ କୌଣସି ସାମାଜିକ ଦୂରତ୍ୱକୁ ମାନି ନ ଥିଲେ ଏବଂ ଦୋକାନ ଭିତରେ ପଶି ନିଜେ ପ୍ରବାସୀମାନେ ପ୍ଳାଷ୍ଟିକ ଜାର୍‌ ମଧ୍ୟରୁ ବିସ୍କୁଟ ଆଣି ଖାଇଥିଲେ। ସ୍ଥାନୀୟ ଲୋକେ ଏନେଇ ବାରଣ କରିବା ସହ ଆଇଆଇସି କୌଶିକ ମାଝି ଏବଂ ତହସିଲଦାରଙ୍କୁ ସୂଚନା ଦେଇଥିଲେ। ପରେ ଘଟଣାସ୍ଥଳରେ ଆଇଆଇସି ଏବଂ ତହସିଲଦାର ପହଞ୍ଚି ତଦନ୍ତ କରିବା ସହ ସତ୍ୟତା ଜାଣି ଚା’ ଦୋକାନ ଦୁଇଟିକୁ ସିଲ କରିଦେଇଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଦୋକାନ ବନ୍ଦ ରଖାଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥି ସହ ଚା’ ଦୋକାନ ମାଲିକଙ୍କ ପରିବାର ଲୋକଙ୍କୁ ଆସନ୍ତା ୨୮ ଦିନ ପର୍ଯ୍ୟନ୍ତ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ରହିବାକୁ ମାଜିଷ୍ଟ୍ରେଟ୍‌ ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ଘର ସମ୍ମୁଖରେ ବୋର୍ଡ ଲଗାଯାଇଛି। ସ୍ଥାନୀୟ ଆଶା, ଅଙ୍ଗନୱାଡ଼ି, ଏନ୍‌ଏମ୍‌ଙ୍କୁ ପ୍ରତିଦିନ ଉକ୍ତ ୨ ପରିବାର ସଦସ୍ୟଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯିବା ସହ କଡ଼ା ନଜର ରଖିବା ଏବଂ ସେମାନେ ବାହାରେ ବୁଲିଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ତହସିଲଦାର ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଞ୍ଚ ପୋଷ୍ଟ ମାଷ୍ଟରରୁ ଓଏଏସ୍‌ ହେଲେ ସିଦ୍ଧାର୍ଥ ପଣ୍ଡା

ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ଫଳାଫଳ ଶନିବାର ପ୍ରକାଶ ପାଇଛି। ଏଥିରେ କଳାହାଣ୍ଡି ଜିଲା ଧର୍ମଗଡ଼ ସହର ଜଗନ୍ନାଥ ପଡାର...

ଘର ବାରଣ୍ଡାରେ ବସିଥିଲେ ଛାତ୍ରୀ, ହେଲା ବଜ୍ରପାତ, ଆଉ ତା’ ପରେ…

ବାଲିଗୁଡ଼ା,୧୯ା୧୦(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ପଲାମି ଗ୍ରାମରେ ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ମାରିବା ଦ୍ୱାରା ବଜ୍ରପାତରେ...

ସ୍ତ୍ରୀଙ୍କ ତଣ୍ଟି ଚିପି ହତ୍ୟା ଉଦ୍ୟମ, ସ୍ବାମୀ ଫେରାର

ଦିଗପହଣ୍ଡି,୧୯ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ମହୁଡ଼ା ନରସିଂହପୁର ଗ୍ରାମର ଏସ୍‌. ବେଦମତୀ ଦୋରାଙ୍କୁ ତାଙ୍କ ସ୍ବାମୀ ଏସ୍‌.ଦୀନବନ୍ଧୁ ଦୋରା ନିସ୍ତୁକ ମାଡ଼...

କେନାଲରେ ବୁଡ଼ି ଗଲେ ୩ ନାବାଳକ

ବାରିପଦା,୧୯।୧୦: ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ନୂଆଗାଁରେ ଶନିବାର ଏକ ଅଘଟଣ ଘଟିଛି। ସୁବର୍ଣ୍ଣରେଖା କେନାଲରେ ବୁଡ଼ି ୩ ନାବାଳକଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ବୟସ...

OAS ପରୀକ୍ଷାରେ ବାଜି ମାରିଲେ କର୍ଲାମୁଣ୍ଡା ବିଇଓ, ଛୁଟୁଛି ଶୁଭେଚ୍ଛାର ସୁଅ

କର୍ଲାମୁଣ୍ଡା,୧୯ା୧୦: କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରିଣୀ(ବିଇଓ) ସୁଶ୍ରୀ ବିଜୟଲକ୍ଷ୍ମୀ ନାଗ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ବିଭିନ୍ନ...

ଆସନ୍ତା  ୨୩ରେ ପ୍ରଗତି ପଥ ମହୋତ୍ସବ: ଏହି ବ୍ୟକ୍ତି ବିଶେଷ ହେବେ ସମ୍ମାନିତ

ଭବାନୀପାଟଣା,୧୯।୧୦ (ଉତ୍ତମ କୁମାର ଦାଶ)- ପ୍ରଗତି ଅନୁଷ୍ଠାନର ପ୍ରତିଷ୍ଠାତା ସ୍ବର୍ଗତ ବନମାଳୀ ପଣ୍ଡାଙ୍କ ସ୍ମୃତିରେ ଓ ଦ୍ଵିତୀୟ ପୂଣ୍ୟତିଥୀ ଅବସରରେ ଆସନ୍ତା ୨୩ ତାରିଖ ବୁଧବାର...

ଦୀଘା-ତାଳସାରୀରେ ୧୦ ଫୁଟ ଉଚ୍ଚ ଜୁଆର: କୂଳବାସୀ ଭୟଭୀତ

ଭୋଗରାଇ,୧୯।୧୦( ପ୍ରଦୀପ ଦାସ ): ବଙ୍ଗୋପସାଗରରେ ଦାନା ବାନ୍ଧୁଛି ବାତ୍ୟା। ସାମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଆଶଙ୍କାରେ। ଏଭଳି ସ୍ଥିତିରେ ପୂର୍ଣ୍ଣିମା ସାଙ୍ଗକୁ ଲଘୁଚାପ ଘୁର୍ଣ୍ଣିବଳୟ...

ଓଡ଼ିଶାରେ ୩୪ ହଜାର କୋଟି ନିବେଶ କରିବ ହିଣ୍ଡାଲ୍‌କୋ: ମିଳିବ ନିଯୁକ୍ତି ସୁଯୋଗ

ଭୁବନେଶ୍ୱର,୧୯।୧୦: କେନ୍ଦ୍ର ରସାୟନ ଓ ସାର ମନ୍ତ୍ରଣାଳୟ ଅଧୀନ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ପକ୍ଷରୁ ମୁମ୍ବାଇରେ ଆୟୋଜିତ ହୋଇଯାଇଛି ଇଣ୍ଡିଆ କେମ୍‌ ୨୦୨୪। ଏଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri