ଖବରଦାତାଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ଢେଙ୍କାନାଳ ଅଫିସ,୨୧ା୫

ଢେଙ୍କାନାଳ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଖବରଦାତାଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗରେ ସୋମବାର ଜିଲାର ଶତାଧିକ ଖବରଦାତା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀଙ୍କ କାର୍ଯ୍ୟାଳୟ(ଡିଆଇପିଆର୍‌ଓ) ଘେରାଉ କରିଥିଲେ। ଏହାକୁ ନେଇ ସେଠାରେ ଉତ୍ତେଜନା ଦେଖାଦେଇଥିଲା।
ଅଭିଯୋଗ ମୁତାବକ, ବିଭିନ୍ନ ସରକାରୀ କାର୍ଯ୍ୟକ୍ରମ ବାବଦରେ ଠିକ୍‌ ସମୟରେ ସୂଚନା ପ୍ରଦାନ କରିବାରେ କାର୍ଯ୍ୟାଳୟ ପକ୍ଷରୁ ଅବହେଳା କରାଯାଉଛି। ଗୋପବନ୍ଧୁ ସ୍ବାସ୍ଥ୍ୟ ବୀମା ଯୋଜନାରେ ନବୀକରଣ ପାଇଁ ଅନାବଶ୍ୟକ କାଗଜାଦି ଓ ନ୍ୟୁଜ୍‌ କ୍ଲିପିଙ୍ଗ୍‌ ବାଧ୍ୟତାମୂଳକ ଭାବେ ପ୍ରଦାନ କରିବା ପାଇଁ ଜିଲା, ଉପଖଣ୍ଡ, ବ୍ଲକ ଓ ଗ୍ରାମାଞ୍ଚଳର ଖବରଦାତାଙ୍କ ଉପରେ ଚାପ ପ୍ରୟୋଗ କରାଯାଉଥିବାରୁ ଖବରଦାତାମାନେ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ୫ ଦିନ ତଳେ ଜିଲା କାର୍ଯ୍ୟାଳୟର ସଦ୍‌ଭାବନା ଗୃହରେ ଏକ ସରକାରୀ ବୈଠକରେ ସ୍ବାସ୍ଥ୍ୟବୀମା ନବୀକରଣ ପାଇଁ ଖବରଦାତାମାନଙ୍କୁ କୌଣସି କାଗଜପତ୍ର ପ୍ରଦାନ କରିବାକୁ ପଡିବ ନାହିଁ ବୋଲି ଜିଲାପାଳ ନିଖିଳ ପଓ୍ବନ କଲ୍ୟାଣ ସମସ୍ତଙ୍କ ଉପସ୍ଥିତିରେ ସୂଚନା ଦେଇଥିଲେ। ହେଲେ ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଏହାକୁ ଖାତିର ନ କରି ପୁନର୍ବାର ବୀମା ନବୀକରଣ ପାଇଁ କାଗଜପତ୍ର ଦାଖଲ କରିବା ନିମନ୍ତେ ଖବରଦାତାମାନଙ୍କୁ ବାଧ୍ୟ କରାଇଥିବା ଖବରଦାତାମାନେ ଅଭିଯୋଗ କରିଛନ୍ତି। ପ୍ରତିବାଦରେ ଜିଲାର ଶତାଧିକ ଖବରଦାତା ଏକ ଶୋଭାଯାତ୍ରାରେ ବାହାରି ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟକୁ ଘେରାଉ କରିଥିଲେ। ଖବରପାଇ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର, ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ପ୍ରକଳ୍ପ ନିର୍ଦ୍ଦେଶକ ନରୋତ୍ତମ ବେହେରା, ସଦର ଏସ୍‌ଡିପିଓ ଶ୍ରୀହର୍ଷ ମିଶ୍ର, ଟାଉନ ଥାନା ଅଧିକାରୀ ଅଭିନବ ଡାଳୁଆ ପ୍ରମୁଖ ପହଞ୍ଚି ଜିଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ହେମନ୍ତ କୁମାର ନାୟକଙ୍କ ଉପସ୍ଥିତିରେ ଖବରଦାତାଙ୍କ ସହ ଆଲୋଚନା କରିଥିଲେ। ଏହାପରେ ଜିଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟରେ ହେଉଥିବା ଅନିୟମିତତାର ତଦନ୍ତ, ଡିଆଇପିଆରଓଙ୍କୁ ବହିଷ୍କାର, ସ୍ବାସ୍ଥ୍ୟବୀମା ପ୍ରଦାନ କ୍ଷେତ୍ରରେ ଅଯଥାରେ ଖବରଦାତାମାନଙ୍କୁ ହଇରାଣ କରା ନ ଯିବା ଆଦି ଦାବିରେ ଏକ ଦାବିପତ୍ର ଜିଲାପାଳଙ୍କ ଉଦ୍ଦେଶ୍ୟରେ ଅତିରିକ୍ତ ଜିଲାପାଳଙ୍କୁ ପ୍ରଦାନ କରାଯାଇଥିଲା। ସେହିପରି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସଚିବ, ନିର୍ଦ୍ଦେଶକ ଏବଂ ଅତିରିକ୍ତ ନିର୍ଦ୍ଦେଶକଙ୍କୁ ମଧ୍ୟ ଏ ସଂକ୍ରାନ୍ତରେ ଲିଖିତ ଭାବେ ଅବଗତ କରାଯାଇଛି। ଏ ନେଇ ଅତିରିକ୍ତ ଜିଲାପାଳ ପୂର୍ଣ୍ଣଚନ୍ଦ୍ର ମିଶ୍ର କୁହନ୍ତି, ଖବରପାଇ ଆମେ ଆସି ସମସ୍ତ ବିଷୟ ଜାଣିବା ପରେ ବୁଝାଶୁଝା କରିଥିଲୁ। ଖବରଦାତାମାନେ ପ୍ରଦାନ କରିଥିବା ଦାବିପତ୍ରକୁ ଗ୍ରହଣ କରି ଜିଲାପାଳଙ୍କୁ ପ୍ରଦାନ କରିବୁ। ଏ ସମ୍ପର୍କରେ ଜିଲାପାଳଙ୍କ ସହ ଆଲୋଚନା ପରେ ପଦକ୍ଷେପ ନିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ଗସ୍ତ କାର୍ଯ୍ୟକ୍ରମ ପୂର୍ବରୁ ଯୁବ କଂଗ୍ରେସ କର୍ମୀଙ୍କୁ ଉଠାଇନେଲା ପୋଲିସ

କେନ୍ଦୁଝର,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ କେନ୍ଦୁଝର ଗସ୍ତ ପୂର୍ବରୁ ପୋଲିସ କଂଗ୍ରେସ କର୍ମୀଙ୍କୁ ଥାନାକୁ ଉଠାଇନେଇଛି। କର୍ମୀମାନେ କଳା ଡ୍ରେସ୍‌ ପିନ୍ଧି ବିକ୍ଷୋଭ...

ହଇଜାରେ ଚାଲିଗଲା ୨ ଜୀବନ, ୩୦ରୁ ଊର୍ଦ୍ଧ୍ୱ ଡାକ୍ତରଖାନାରେ ଭର୍ତ୍ତି

ବାରିପଦା,୨୦ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ଥାନା ଗୁଡିଆଲବନ୍ଧ ପଞ୍ଚାୟତ ଆଲବନ୍ଧ ଗ୍ରାମ ବାଥୁଡ଼ିସାହିରେ ହଇଜା ଆକ୍ରମଣରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ଏକ...

କେନ୍ଦୁଝରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ପୂର୍ବାହ୍ନ ପ୍ରାୟ ୧୧ଟାରେ କେନ୍ଦୁଝରରେ ପହଞ୍ଚିଛନ୍ତି। ରାଇସୁଆଁ ଏୟାରଷ୍ଟ୍ରିପରେ ଓହ୍ଲାଇ ରାସ୍ତା ପଥରେ ସିଧାସଳଖ...

ହାତୀ ଘଉଡ଼ାଇବାକୁ ଯାଇ ଆକ୍ରମଣର ଶିକାର ହେଲେ ବନ କର୍ମଚାରୀ

ଅନୁଗୋଳ,୨୦ା୯: ହାତୀ ଘଉଡ଼ାଇବାକୁ ଯାଇଥିବା ବନ କର୍ମଚାରୀଙ୍କୁ ଆକ୍ରମଣ ହୋଇଛି। ମହୀଧରପୁର ଫାଣ୍ଡି ଫୁଲପଡ଼ା ଗାଁରେ ବନ କର୍ମଚାରୀଙ୍କୁ  ଜଣେ ବ୍ୟକ୍ତି ଆକ୍ରମଣ କରିଛନ୍ତି। ତେବେ...

ଶୌଚ ହେବାକୁ ଯାଇ ଚାଲିଗଲା ବୃଦ୍ଧଙ୍କ ଜୀବନ

ବରୀ,୨୦।୯(ମହେନ୍ଦ୍ର ସ୍ବାଇଁ): ଯାଜପୁର ଜିଲା ବରୀ ରାମଚନ୍ଦ୍ରପୁର ଥାନା ଅଧିନସ୍ଥ ଧାରପୁର ପଂଚାୟତ ନାଥପୁର ଗ୍ରାମର ଅବନୀ ଜେନା (୬୩) ବର୍ଷ ସ୍ଥାନୀୟ ଅମୃତ ସରୋବରକୁ...

ଶିକ୍ଷକ ସଂଘରେ ଫାଟ: ରାଜ୍ୟ କାର୍ଯ୍ୟକାରିଣୀ ବୈଠକକୁ ବିରୋଧ କଲେ ଗୋଟିଏ ଗୋଷ୍ଠୀ

ଭଦ୍ରକ, ୨୦।୯(ସନାତନ ରାଉତ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘରେ ଫାଟ। ସଂଘ ପକ୍ଷରୁ ଶୁକ୍ରବାର ନୂତନ ଜାତୀୟ ଶିକ୍ଷାନୀତି ସମ୍ବନ୍ଧରେ ଆଲୋଚନା ଚକ୍ର ଓ...

ଭାଜପା ସରକାର କେବଳ ରଙ୍ଗ ବଦଳାଇବା କାମ କରିଛି: ଦେବାଶିଷ

କଟକ,୨୦ା୯(ଶିଳ୍ପା ପ୍ରିୟଦର୍ଶିନୀ):ଓଡ଼ିଶାରେ ଭାଜପା ସରକାର ଗଠନକୁ ୧୦୦ ଦିନ ପୂରଣ ହୋଇଛି। ଭାଜପା ସରକାରକୁ ଟାର୍ଗେଟ୍‌ କରିଛନ୍ତି ରାଜ୍ୟ ସଭା ସଦସ୍ୟ ତଥା ବିଜେଡି କଟକ...

ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ୍‌ କରି ଲ୍ୟାଣ୍ଡମାଇନ୍‌ ଖଞ୍ଜିଥିଲେ ମାଓବାଦୀ, କମ୍ବିଂ ବେଳେ…

ମାଲକାନଗିରି,୨୦ା୯(ଦୁର୍ଯ୍ୟୋଧନ ପାତ୍ର): ଭେଜେଙ୍ଗଓ୍ବାଡା ଜଙ୍ଗଲରେ ମାଓବାଦୀମାନେ ଲ୍ୟାଣ୍ଡ୍‌ମାଇନ୍‌ ଖଞ୍ଜି ଏକ ବଡ଼ ଧରଣର କାଣ୍ଡ ଘଟାଇବା ପାଇଁ ଯୋଜନା କରିଥିଲେ। ମାତ୍ର ଏହା ପଣ୍ଡ ହୋଇଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri