ଗଛରେ ପିଟିହେଲା ପୋଲିସ ଭ୍ୟାନ୍‌

ସୁନ୍ଦରଗଡ଼,୧୬।୬: ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କାଲୋବାହାଲ ନିକଟରେ ବୁଧବାର ଏକ ପୋଲିସ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଥିବା ଏକ ଗଛରେ ପିଟି ହୋଇଛି। ଘଟଣାସ୍ଥଳରେ ଜଣେ ପୋଲିସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଗାଡ଼ିରେ ଥିବା ଡ୍ରାଇଭରଙ୍କ ସମେତ ଅନ୍ୟ ୩ ଜଣ ଗୁରୁତର ହୋଇଛନ୍ତି। ମୃତ ପୋଲିସ କର୍ମଚାରୀ ଜଣକ ହେଲେ ଅନୀଲ ଏକ୍କା (୨୯)।

ଆହତଙ୍କୁ ଉଦ୍ଧାର କରାଯାଇ ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାକୁ ଅଣାଯାଇଥିଲା। ହେଲେ ଆହତଙ୍କ ମଧ୍ୟରୁ ହାବିଲଦାର ସୁନୀଲ କୁମାର ନାଏକଙ୍କ ଅବସ୍ଥା ଗୁରୁତର ଥିବାରୁ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ହେମଗିର ଥାନା ଗାଡ଼ି ନଂ. ଓଡି ୧୬ଏଫ୍‌ ୧୫୩୦ ଯୋଗେ ଏହି ପୋଲିସ କର୍ମଚାରୀମାନେ ଏକ ମାମଲାର ଗିରଫ ଅଭିଯୁକ୍ତମାନଙ୍କୁ ଧରି ସୁନ୍ଦରଗଡ଼ କୋର୍ଟକୁ ଚାଲାଣ ପାଇଁ ଆସିଥିଲେ। କୋର୍ଟ କାର୍ଯ୍ୟ ଶେଷ ପରେ ଅଭିଯୁକ୍ତଙ୍କୁ ସୁନ୍ଦରଗଡ଼ ଜେଲରେ ଛାଡି ହେମଗିରକୁ ଫେରୁଥିଲେ। କାଲୋବାହାଲ ନିକଟରେ ଭ୍ୟାନ୍‌ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱ ଏକ ଗଛରେ ପିଟି ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏଇ ଭାରତରେ

ଦୃଢ଼ ଇଚ୍ଛାଶକ୍ତି ଥିବା ମଣିଷ ଲକ୍ଷ୍ୟ ହାସଲ ନ ହେବା ଯାଏ ଥକିଯାଏ ନାହିଁ। ସବୁ ବାଧା ଏପରିକି ସୁଯୋଗକୁ ମଧ୍ୟ ପଛକରି ସେଠାରେ ପହଞ୍ଚିଯାଆନ୍ତି...

ଡଙ୍ଗରୁଣୀର ବାଟରେ ପ୍ରାଥମିକ ଶିକ୍ଷା

ଆମ୍ବଗଛ ଭିତରୁ ଧୀରେ ଧୀରେ ଶୀତୁଆ ଖରା ପିଲାଙ୍କ ଉପରେ ଅଣେଇହୋଇ ଆସୁଥାଏ। ରାୟଗଡ଼ା ଜିଲା ବିଷମକଟକ ବ୍ଲକ୍‌ର ନିର୍ଗୁଣ୍ଡି ଗାଆଁ। ଗାଆଁ ଭିତରୁ ପବନ...

ଜିଜ୍ଞାସାର ମହାଯଜ୍ଞ

ସ୍ତକଟିଏ ପ୍ରକାଶ ପାଇଲେ ପୁସ୍ତକର ସ୍ରଷ୍ଟା ଚାହେଁ ତା’ର ବହୁଳ ପ୍ରସାରଣ। କାରଣ ବହି ଖାଲି ଲେଖିଦେଲେ ହେବନି, ତାହା ପଢ଼ାଯିବା ଦରକାର। ପଢ଼ିବା ପାଇଁଁ...

ଏଆଇରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର

ନ୍ୟୁୟର୍କ,୧୫।୧୨: କୃତ୍ରିମ ବୁଦ୍ଧମତ୍ତା ବା ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) କ୍ଷେତ୍ରରେ ଭାରତ ବିଶ୍ୱର ୩ୟ ସର୍ବାଧିକ ପ୍ରତିଦ୍ୱନ୍ଦ୍ୱୀ ରାଷ୍ଟ୍ର ବିବେଚିତ ହୋଇଛି। ଷ୍ଟାନ୍‌ଫୋର୍ଡ ବିଶ୍ୱବିଦ୍ୟଳୟ ପକ୍ଷରୁ...

କଂଗ୍ରେସରୁ ବିଦା ହେଲେ ମୋକିମ

ଭୁବନେଶ୍ୱର,୧୫ା୧୨: ପୂର୍ବତନ ବିଧାୟକ ମହମ୍ମଦ ମୋକିମ କଂଗ୍ରେସରୁ ବହିଷ୍କୃତ ହୋଇଛନ୍ତି। ଦଳ ବିରୋଧୀ କାର୍ଯ୍ୟ ପାଇଁ ମୋକିମ କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କୃତ ହୋଇଛନ୍ତି।...

‘ଭାଜପା ଡିଏନ୍‌ଏରେ ଭୋଟ୍‌ ଚୋରି’

ନୂଆଦିଲ୍ଲୀ,୧୫ା୧୨(ପି.ଟି.); ଭାଜପାର ଡିଏନ୍‌ଏରେ ‘ଭୋଟ ଚୋରି’ ପ୍ରବୃତ୍ତି ରହିଛି। କଂଗ୍ରେସ ସତ୍ୟ ସହ ଛିଡ଼ା ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆର୍‌ଏସ୍‌ଏସ୍‌)କୁ...

ହାତୀକୁ ଖାଦ୍ୟରେ ବିସ୍ଫୋରକ

ବାରିପଦା,୧୫ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ୮ ଦିନ ତଳେ ମୟୂରଭଞ୍ଜ ଜିଲା ବେତନଟୀ ରେଞ୍ଜ ଦେଇ ଏକ ୨୭ଟିକିଆ ହାତୀପଲ ବୁଢ଼ାବଳଙ୍ଗ ନଦୀ ପାର ହୋଇ ବାଲେଶ୍ୱର...

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri