ଗଞ୍ଜାମ ଜିଲାରେ ସ୍କୁଲ ଛୁଟି ଘୋଷଣା

ବ୍ରହ୍ମପୁର ଅଫିସ,୨୫।୯:ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଗଞ୍ଜାମ ଜିଲାରେ ମଧ୍ୟ ଗତ ତିନିଦିନ ହେଲା ପ୍ରବଳ ବର୍ଷା ଲାଗି ରହିଛି। ବର୍ଷା ଯୋଗୁ ସତର୍କତା ଅବଲମ୍ବନ କରିଛି ଗଞ୍ଜାମ ଜିଲା ପ୍ରଶାସନ। ବୁଧବାର ଜିଲାର ସମସ୍ତ ବିଦ୍ୟାଳୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ ଡ଼. ସନାତନ ପଣ୍ଡା ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ବିଦ୍ୟାଳୟ ବନ୍ଦ ରହିବ କିନ୍ତୁ ଶିକ୍ଷୟତ୍ରୀଶିକ୍ଷକମାନେ ସ୍କୁଲରେ ଉପସ୍ଥିତ ରହିବେ। ତେବେ ବୁଧବାର ସକାଳ ପ୍ରାୟ ୭.୨୦ ମିନିଟରେ ଏହି ଘୋଷଣା କରାଯାଇଥିଲା। କିନ୍ତୁ ଅନେକ ସ୍କୁଲ ସକାଳ ୭ଟାରେ ଖୋଲି ଯାଇଥିଲା। ଛାତ୍ରୀଛାତ୍ରମାନେ ସ୍କୁଲକୁ ଯିବାପରେ ପୁଣି ଘରକୁ ଫେରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଲ’ କମିଶନ ଗଠନ କଲେ ରାଜ୍ୟ ସରକାର:ଜଷ୍ଟିସ ବିଶ୍ୱନାଥ ରଥ ଅଧ୍ୟକ୍ଷ ନିଯୁକ୍ତ

ଭୁବନେଶ୍ୱର,୨୬ା୧୨(ଅନିଲ ଦାସ):ରାଜ୍ୟ ସରକାର ଲ’ କମିଶନ ଗଠନ କରିଛନ୍ତି। ଏ ନେଇ ଆଇନ ବିଭାଗ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ...

ପୁରୀ ସମୁଦ୍ରରେ ନିଖୋଜ ଯୁବକଙ୍କ ମୃତଦେହ ମିଳିଲା

ପୁରୀ,୨୭ା୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ସମୁଦ୍ରରେ ଗୁରୁବାର ଗାଧୋଉଥିବାବେଳେ ବରଗଡ଼ ଜିଲାର ଶୁଭ ପାତ୍ର ନାମକ ଯୁବକ ଭାସିଯାଇ ନିଖୋଜ ଥିଲେ। ଶୁକ୍ରବାର ଦିଗବାରେଣୀ ଖୁଣ୍ଟି...

ଅଜଣା ଗାଡ଼ି ଧକ୍କାରେ ବାଇକ ଚାଳକ ମୃତ, କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ

କୋକସରା,୨୭।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଥାନା ଅନ୍ତର୍ଗତ ମହାଜନଗୁଡା ଓ ଶିଉନି ମଧ୍ୟରେ ଶୁକ୍ରବାର ଅପରାହ୍ନରେ...

୪ ଶହ କେଜି ମହୁଲ ଫୁଲ ସହ ଅଟୋ ଜବତ, ଜଣେ ଗିରଫ

ଦାରିଙ୍ଗବାଡି,୨୭।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ଗଦଡି ଅଞ୍ଚଳରେ ବେଆଇନ ମହୁଲ ଫୁଲ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ। ଅଟୋ...

ଅଖା ବନ୍ଧା ଅବସ୍ଥାରେ ନିଖୋଜ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର, ପୋଲିସର ତଦନ୍ତ ଜାରି

ଗଜପତି,୨୭।୧୨(ଗିରିଧାରୀ ପରିଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡିରେ ଘଟିଛି ରହସ୍ୟ ଜନକ ହତ୍ୟା କାଣ୍ଡ। ଦୁଇ ଦିନ ନିଖୋଜ ପରେ ଅଖା ବନ୍ଧା ଅବସ୍ଥାରେ...

ଅଦିନିଆ ବର୍ଷାରେ ଫସଲ କ୍ଷୟକ୍ଷତି ଭରଣା ଚିନ୍ତା: ଜିଲାପାଳଙ୍କୁ ବାଣଲିଙ୍ଗେଶ୍ୱର କୃଷକ ସଂଘ ପକ୍ଷରୁ ଦାବିପତ୍ର

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଅଦିନିଆ ଲଗାଣ ବର୍ଷା ହେତୁ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ ଉଚ୍ଛେଦ, ଟୋକେନ୍ ଅବଧି ବୃଦ୍ଧି ଏବଂ ଫସଲବୀମା ଅର୍ଥ...

ସାମ୍ବାଦିକଙ୍କ ଗାଡି ନେଇଗଲେ ଚୋର, ଟେର୍ ପାଉନି ପୋଲିସ

ଛତ୍ରପୁର,୨୭।୧୨(ଦିଲ୍ଲୀପ ସାମଲ): ଛତ୍ରପୁର ଥାନା ଅଞ୍ଚଳରେ ଏବେ ଚୋରି ସଂଖ୍ୟା ବୃଦ୍ଧି ପାଉଛି । ଏପରିକି ଦୃବର୍ତମାନେ ସାମ୍ବାଦିକକୁ ମଧ୍ୟ ଛାଡି ନାହାନ୍ତି। ଏକ ଦୈନିକ...

ରାମେଶ୍ୱର, ନିରାକାରପୁର ଛାଡି ଯାଉନି ଦନ୍ତା: ନୂଆ ଜଗନ୍ନାଥ ସଡ଼କରେ କଲା ଉତ୍ପାତ

ନିରାକାରପୁର,୨୭।୧୨(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଓ ରାମେଶ୍ୱର ଛାଡି ଯାଉନି ଦନ୍ତା ହାତୀ। ଫଳରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି। ଗୁରୁବାର ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri