ଛତ୍ରପୁର, ୨୨।୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରୁ ସୋମବାର ପୁଣି ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୨ ଜଣ କରୋନା ଯୋଦ୍ଧା ରହିଥିବା ବେଳେ ୭ ଜଣ ଅନ୍ୟ ରାଜ୍ୟ ଫେରନ୍ତା ଓ ୨୩ ଜଣ ଅନ୍ୟ ପଜିଟିଭଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୨୫କୁ ବୃଦ୍ଧି ପାଇଛି । ବର୍ତ୍ତମାନ ସୁଦ୍ଧା ଜିଲାରେ ୬୭୦ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ୨୪୮ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ଏ ନେଇ ସୋମବାର ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍କରି ସୂଚନା ଦେଇଛନ୍ତି। ସମସ୍ତ ପଜିଟିଭଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଥିବା ଜିଲାପାଳ କହିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, ଗଞ୍ଜାମ