ଗଞ୍ଜେଇ ବୋଝେଇ ହାଇଓ୍ବା ଜବତ: ଡ୍ରାଇଭର ଅଟକ

ବଲାଙ୍ଗୀର ଅଫିସ,୧୨।୧୦: ବଲାଙ୍ଗୀରର ସହର ଉପକଣ୍ଠରେ ଏକ ଗଞ୍ଜେଇ ବୋଝେଇ ହାଇଓ୍ବାକୁ ଶୁକ୍ରବାର ବିଳମ୍ବିତ ରାତିରେ ଜବତ କରିଛି ଟାଉନ ଥାନା ପୋଲିସ। ଏଥିସହ ଡ୍ରାଇଭରକୁ ମଧ୍ୟ ଅଟକ ରଖାଯାଇଛି। ସୂଚନାଯୋଗ୍ୟ, ଏହି ଗାଡ଼ିଟି ଦେଓଗାଁରୁ ବଲାଙ୍ଗୀର ସହର ଆଡ଼କୁ ଆସୁଥିଲା। ଏହି ହାଇଓ୍ବାରେ ପ୍ରଚୁର ପରିମାଣର ଗଞ୍ଜେଇ ଆସୁଥିବା ନେଇ ପୋଲିସକୁ ପୂର୍ବରୁ ସୂଚନା ମିଳିଥିଲା। ଯୋଜନା ମୁତାବକ ବଲାଙ୍ଗୀର ସଦର ଏସ୍‌ଡିପିଓ ଶ୍ରୀମନ୍ତ ବାରିକଙ୍କ ନେତୃତ୍ୱରେ ଏକ ଟିମ୍‌ ଆରଟିଓ ଅଫିସ ଛକରେ ହାଇଓ୍ବା ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲେ। ଯାଞ୍ଚ ସମୟରେ ଗାଡିରୁ ୫୦ ବସ୍ତାରୁ ଊର୍ଦ୍ଧ୍ୱ ଗଞ୍ଜେଇ ଜବତ ହୋଇଥିଲା। ତେବେ ଏଥିରେ କିଏ କିଏ ସଂପୃକ୍ତ ଅଛନ୍ତି ସେନେଇ ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡି ଛାଡ଼ି ଏମିତି କହିଲେ ବିଜୟଲକ୍ଷ୍ମୀ

ଭୁବନେଶ୍ୱର,୧୮।୧୦: ବିଜେଡିକୁ ପୁଣି ଝଟ୍‌କା ଲାଗିଛି । ଜଣଙ୍କ ପରେ ଜଣେ ଦଳ ଛାଡ଼ୁଥିବା ବେଳେ ଶୁକ୍ରବାର  ବିଜେଡିରୁ ଇସ୍ତଫା ଦେଇଛନ୍ତି ବିଜୟଲକ୍ଷ୍ମୀ ମହାପାତ୍ର।ଭୁବନେଶ୍ବର ମହିଳା...

ବିବାହ କରିବାକୁ ମନା କରିବାରୁ ଯୁବତୀଙ୍କୁ ଅପହରଣ କରି ମାଡ ମାରିଲେ ଯୁବକ

ଭୁବନେଶ୍ୱର,୧୮ା୧୦(ସୂର୍ଯ୍ୟକାନ୍ତ ବେହେରା) – ବିବାହ କରିବାକୁ ମନା କରିବାରୁ ଜଣେ ଯୁବତୀଙ୍କୁ ଅପହରଣ କରି ମାଡ ମାରିବା ଅଭିଯୋଗରେ ଖାରବେଳନଗର ଥାନା ପୋଲିସ ଜଣେ ଯୁବକଙ୍କୁ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ…

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲ୍ଳକ ଅନ୍ତର୍ଗତ ମୌଳାଭଞ୍ଜା ପଞ୍ଚାୟତର ସରପଞ୍ଚ ବର୍ଷା ସେଠୀଙ୍କ ବିରୋଧରେ ୧୫ ଜଣ ୱାର୍ଡ ସଭ୍ୟାସଭ୍ୟ ଅନାସ୍ଥା...

କେବେ ଘୋଷଣା ହେବ ନୂଆ ପିସିସି ସଭାପତିଙ୍କ ନାଁ ?

  ଭୁବନେଶ୍ୱର, ୧୮।୧୦(ସୁନିତ୍‌ ମିଶ୍ର): ଓଡ଼ିଶାର ପିସିସି(ପ୍ରଦେଶ କଂଗ୍ରେସ କମିଟି) ସଭାପତି ଚୟନ ପ୍ରକ୍ରିୟା ଖୁବ୍‌ଶୀଘ୍ର ଶେଷ ହେବ। ୨ ଜଣ ବରିଷ୍ଠ ନେତାଙ୍କୁ ଏନେଇ...

ମୁମ୍ବାଇରେ ଓଡିଆ ଶ୍ରମିକ ମୃତ

ଦିଗପହଣ୍ଡି,୧୮ା୧୦(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡା ଗଣିଆସାହିର ଜଣେ ଯୁବକଙ୍କ ମୁମ୍ବାଇରେ ଗୁରୁବାର ମୃତ୍ୟୁ ହୋଇଛି। ପରିବାର ଚଳାଇବା ପାଇଁ ସେ ଦାଦନ ଖଟିବାକୁ...

ଭଡାଘରୁ ମିଳିଲା ଯୁବତୀଙ୍କ ଝୁଲନ୍ତା ମୃତଦେହ: ଜଣେ ଅଟକ, ରହସ୍ୟ ଘେରରେ….

ଭବାନୀପାଟଣା,୧୮।୧୦ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ବାହାଦୁର ବଗିଚା ପଡାର ଏକ ଭଡ଼ା ଘରୁ ଶୁକ୍ରବାର ସକାଳରେ ଜଣେ ଯୁବତୀଙ୍କ ଝୁଲନ୍ତା...

୨୪ରେ ଉପକୂଳ ଅତିକ୍ରମ କରିପାରେ ସାମୁଦ୍ରିକ ଝଡ଼: ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୮ା୧୦(ଅନିଲ ଦାସ)- ବଙ୍ଗୋପସାଗରରେ ବାତ୍ୟା ଦାନା ବାନ୍ଧୁଛି। ବର୍ଷା ହେଲେ ଧାନଚାଷ ସୁଧୁରିଯିବ। ଝଡ଼ ହେଲେ ଉଜୁଡ଼ିଯିବ। ସମ୍ଭାବ୍ୟ ବାତ୍ୟାକୁ ନେଇ ଚାଷୀକୁଳ ଶଙ୍କାରେ ପଡ଼ିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri