‘ଗୋନାସିକା’ ମହୋତ୍ସବରେ ବିକାଶର ବାର୍ତ୍ତା: ଉଦ୍‌ଯାପନ ମହୋତ୍ସବରେ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ, ୨୬ ପର୍ଯ୍ୟନ୍ତ ଚାଲିବ ପଲ୍ଲୀଶ୍ରୀ ମେଳା

କେନ୍ଦୁଝର, ୨୫ା୧୨(ଡି.ଏନ୍‌.ଏ.)-କେନ୍ଦୁଝର କାଳୀପଡିଆଠାରେ ‘ଗୋନାସିକା କେନ୍ଦୁଝର ମହୋତ୍ସବ’ ମଙ୍ଗଳବାର ସନ୍ଧ୍ୟାରେ ଉଦ୍‌ଯାପିତ ହୋଇଛି। ମେଳା ପରିସରରେ ଅନୁଷ୍ଠିତ ‘ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା-୨୦୧୯’ ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ଚାଲିବ। ବିଭିନ୍ନ ଅଞ୍ଚଳରୁ ଆସିଥିବା ଶିଳ୍ପୀ ଓ କଳାକାରଙ୍କ ମଧ୍ୟରେ ଭାବ ବିନିମୟ ସାଙ୍ଗକୁ ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ଦର୍ଶକଙ୍କ ମନ ମୋହିଥିଲା। ବିକାଶର ବାର୍ତ୍ତା ଦେଇ ଆୟୋଜିତ ଏହି ସମାରୋହର ଉଦ୍‌ଯାପନୀ ଉତ୍ସବରେ ଅଧ୍ୟକ୍ଷତା କରିଥିଲେ ଜିଲାପାଳ ଆଶିଷ ଥାକ୍‌ରେ। ଓଡିଶା ସରକାରଙ୍କ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟଅତିଥି ଭାବରେ ଯୋଗଦେଇଥିଲେ। ସେ ତାଙ୍କ ବକ୍ତବ୍ୟରେ କଳା, ସଂସ୍କୃତି, ବୈଶିଷ୍ଟ୍ୟ ଉପରେ ଆଲୋକପାତ କରି ଜିଲାର ଦୁର୍ଗମ ଅଞ୍ଚଳରେ ବସବାସ କରୁଥିବା ଅଧିବାସୀମାନଙ୍କର ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ। କେନ୍ଦୁଝର ସଦର ବିଧାୟକ ମୋହନ ଚରଣ ମାଝୀ ସମ୍ମାନନୀୟ ଅତିଥି ଭାବେ ଯୋଗଦେଇ କହିଥିଲେ, ଗୋନାସିକା-କେନ୍ଦୁଝର ମହୋତ୍ସବ ଜିଲାର କଳା, ସାହିତ୍ୟ, ସଂସ୍କୃତି ଓ ବିକାଶର ଦର୍ପଣ ସ୍ବରୂପ। ଆଗାମୀ ଦିନରେ ଏହାକୁ ଅଧିକ ବ୍ୟାପକ କରିବାଲାଗି ଉଦ୍ୟମ କରାଯିବ। ଅନ୍ୟତମ ସମ୍ମାନୀତ ଅତିଥି ଭାବେ ଚମ୍ପୁଆ ବିଧାୟକ ମିନାକ୍ଷୀ ମହାନ୍ତ ଏଭଳି ମହୋତ୍ସବ କଳାକାରମାନଙ୍କୁ ଉସତ୍ାହ ପ୍ରଦାନ କରିଛି ବୋଲି କହିଥିଲେ। ଜିଲା ପରିଷଦ ଅଧ୍ୟକ୍ଷା କମଳିନୀ ପାତ୍ର ପ୍ରାରମ୍ଭିକ ଭାଷଣ ଦେଇଥିଲେ। ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଉଦ୍ଧବ ଚନ୍ଦ୍ର ମାଝୀ ତାଙ୍କ ବକ୍ତବ୍ୟରେ ଜାତୀୟସ୍ତରୀୟ ପଲ୍ଲିଶ୍ରୀ ମେଳା ପାଇଁ ଯେଉଁ ଲକ୍ଷ୍ୟଧାର୍ଯ୍ୟ ହୋଇଥିଲା ତାହା ସଫଳ ହୋଇଥିବା ଦର୍ଶାଇଥିଲେ। ସ୍ଥାନୀୟ,ଜାତୀୟ ଓ ପ୍ରାଦେଶିକ ଶିଳ୍ପୀମାନେ ମହୋସତ୍ବରେ ଯୋଗଦେଇ ଏହାକୁ ସଫଳ କରିଥିବାରୁ ସେ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସଞ୍ଜୀବ ବାରିକ ଉଦ୍‌ଯାପନୀ ଉସତ୍ବର କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ। ଜିଲା ସଂସ୍କୃତି ଅଧିକାରୀ ନଳିନୀକାନ୍ତ ସାହୁ ଶେଷରେ ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଓଡିଶାର ଲବ୍ଧ ପ୍ରତିଷ୍ଠିତ କଣ୍ଠଶିଳ୍ପୀ ସତ୍ୟଜିତ ପ୍ରଧାନ, ଅନ୍ତରା ଚକ୍ରବର୍ତ୍ତୀ ଓ ଟି. ସୌରୀଙ୍କ ଦଳ ଚିତ୍ତାକର୍ଷକ ସଂଗୀତ ପରିବେଷଣ କରିଥିଲେ। ଉଦ୍‌ଯାପନୀ ଉସତ୍ବ ପୂର୍ବରୁ ଭୁବନେଶ୍ୱରର ରୁଦ୍ରାକ୍ଷ ତରଫରୁ ଓଡିଶୀ, ଗୁରୁ ମାଗୁଣୀ ଚରଣ କୁଅଁରଙ୍କ ପକ୍ଷରୁ କଣ୍ଢେଇ ନୃତ୍ୟ,ବଡବିଲ ରୁଦ୍ରାକ୍ଷ ନୃତ୍ୟ ଏକାଡେମୀ, ଶିରିଷପାଳର ସାନ୍ତାଳୀ ଏବଂ ମୁଣ୍ଡା ନୃତ୍ୟ,ଅନନ୍ୟା ନୃତ୍ୟ ଏକାଡେମୀ, ମୟୁର ନୃତ୍ୟ ଅନୁଷ୍ଠାନ ଏବଂ ଶ୍ରୀକ୍ରୀଷ୍ଣା କୁରୁକ୍ଷେତ୍ର ଫାଉଣ୍ଡେସନ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ପଞ୍ଚମ ସନ୍ଧ୍ୟାରେ ଆୟୋଜିତ ଏହି ସାଂସ୍କୃତିକ କାର୍ଯ୍ୟକ୍ରମରେ ସଂଯୋଜନା କରିଥିଲେ। ପ୍ରଶାନ୍ତ କୁମାର ପଲେଇ ଓ ଉପସ୍ଥାପିକା ବିଜ୍ଞାନଦର୍ଶିନୀ ନନ୍ଦ।


Enter your email to get our daily news in your inbox.

All Right Reserved By Dharitri.Com

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ବିଜେଡି ଛାଡିଲେ: ଭାଜପାରେ ଯୋଗଦେଲେ ଦେବେନ୍ଦ୍ର

ରିଷିଡ଼ା,୧୯ା୯/ଭବାନୀପାଟଣା,(ଉତ୍ତମ କୁମାର ଦାଶ/ସୁଶାନ୍ତ ମଲ୍ଲିକ)- କିଛିଦିନ ତଳେ ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ଏହା ପରଠାରୁ ତାଙ୍କ...

ପ୍ରବଳ ବର୍ଷା: ଭୁଶୁଡ଼ିଲା ଘର କାନ୍ଥ

ରିଷିଡ଼ା,୧୯ା୯ (ସୁଶାନ୍ତ ମଲ୍ଲିକ): ପ୍ରବଳ ବର୍ଷା ଯୋଗୁ ମାଟିକାନ୍ଥ ଭୁଶୁଡିପଡ଼ିଲା। ଫଳରେ ପରିବାର ସଦସ୍ୟ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏଭଳି ଘଟଣା ଘଟିଛି କଳାହାଣ୍ଡି ଜିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri