ଚୋରି ମୋବାଇଲ ଜବତ, ୨ ଅଭିଯୁକ୍ତ ଗିରଫ

କେନ୍ଦୁଝର, ୪ା୯(ସ୍ବ.ପ୍ର.): କେନ୍ଦୁଝର ସହର ଆର୍‌ଟିଓ ଅଫିସ ସମ୍ମୁଖ ହେଲୋ ହୋମ ନାମକ ଏକ ମୋବାଇଲ ଦୋକାନରୁ ଅଗଷ୍ଟ ୨୬ରେ ମୋବାଇଲ ଫୋନ ଚୋରି ହୋଇଥିଲା। ଟାଉନ ଥାନା ପୋଲିସ ଏହି ଘଟଣାରେ ୨ ଚୋରଙ୍କୁ ପୋଲିସ ଗିରଫ କରିବା ସହ ସେମାନଙ୍କଠାରୁ ମୋବାଇଲ, ଚାର୍ଜର ସମେତ ଅନ୍ୟାନ୍ୟ ସାମଗ୍ରୀ ଜବତ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆଟପୁର ସାହିର ସୁରଜ ନାଏକ ଓ ତୋଫାନ ନାଏକ। ସେମାନଙ୍କୁ ବୁଧବାର କୋର୍ଟ ଚାଲାଣ କରାଯାଇଛି।

ତେବେ ଚୋରି ପରେ ଅଭିଯୁକ୍ତଦ୍ୱୟ ଗୁହାଳ ଚଟୁଆ ଗ୍ରାମରେ ମୋବାଇଲ ଖୋଳ ବାହାର କରି ଏକ ବ୍ୟାଗରେ ଆଣି ବିକିବାକୁ ଉଦ୍ୟମ କରୁଥିବା ବେଳେ ଧରାପଡିଥିଲେ। ଏନେଇ ପୋଲିସ (ମାମଲା ନଂ-୨୩୩/୨୦୧୯) ରେ ଏକ ମାମଲା ରୁଜୁ କରି ତଦନ୍ତ କରୁଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାରଗୁଡ଼ା ଲୋକ ମହୋତ୍ସବ ଉଦ୍‌ଯାପିତ

ନୂଆପଡ଼ା,୫ା୪(ମକାରୁ ବେମାଲ): ସ୍ଥାନୀୟ ମିନି ଷ୍ଟାଡିୟମରେ ଚାଲିଥିବା ମାରଗୁଡ଼ା ଲୋକ ମହୋତ୍ସବ ଶନିବାର ଉଦ୍‌ଯାପିତ ହୋଇଯାଇଛି। ନୂଆପଡା ଜିଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୁଆଙ୍କ...

ମହଙ୍ଗା ପଡ଼ିଲା ପୋଲିସକୁ ପଥର ମାଡ଼

ଥୁଆମୂଳ ରାମପୁର,୫ା୪(ଦୁର୍ଗା କୀର୍ତ୍ତି): ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁକୁ ନେଇ କ୍ଷତିପୂରଣ ଦାବିରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ସମ୍ମୁଖରେ ଶୁକ୍ରବାର ମଧ୍ୟାହ୍ନରୁ...

ଗୋ-ମାଂସ କାଟିବା ବେଳେ ମାଡ଼ି ବସିଲା ପୋଲିସ

ବାଲିଗୁଡ଼ା,୫ା୪(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅଞ୍ଚଳରେ ଗୋମାଂସ କଟିବା ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ପ୍ରକାଶ ଯେ,...

ଘରୁ ଚୋରି: ପଲିଗ୍ରାଫ ଟେଷ୍ଟରେ ଧରାପଡ଼ିଲେ ୨ ଅଭିଯୁକ୍ତ

ଦିଗପହଣ୍ଡି,୫ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ ଗାଁ ପଞ୍ଚାୟତ ଦାଉଣି ଗ୍ରାମର ଚନ୍ଦ୍ରଶେଖର ପଟ୍ଟନାୟକଙ୍କ ଘର ଗ୍ରିଲ ଭାଙ୍ଗି ଘରୁ ପ୍ରାୟ...

ଟ୍ରେନ ଆଗକୁ ଡେଇଁ ବିଡିଏ କର୍ମଚାରୀଙ୍କ ଆତ୍ମହତ୍ୟା

ବ୍ରହ୍ମପୁର,୫।୪(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ)ରେ କାର୍ଯ୍ୟରତ ଜଣେ କର୍ମଚାରୀ ଚଳନ୍ତା ଟ୍ରେନ ଆଗକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ା ସେ ହେଲେ ବ୍ରହ୍ମପୁର...

ଜନ୍ମ ଦିନରେ ବିଧାୟକଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭଞ୍ଜନଗର,୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକଙ୍କ ଶନିବାର ଜନ୍ମଦିନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁଭେଚ୍ଛା ଜଣାଇଛନ୍ତି। ଏପରିକି...

ଅଧା ରହିଗଲା ପ୍ରେମ କାହାଣୀ: ପ୍ରେମିକା ପିଇଲେ କୀଟନାଶକ, ପରେ ପ୍ରେମିକ ନେଲେ…

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ରାମଚନ୍ଦ୍ରପୁର ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗ୍ରାମର ଜଣେ ଯୁକ୍ତ ୨ ନାବାଳିକା...

ଗାଁରେ ପଶିଲେ ୨୮ ଟିକିଆ ହାତୀପଲ, ବାସହରା ହେଲେ ପରିବାର

ଜି.ଉଦୟଗିରି,୫ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁର୍ମିଙ୍ଗିଆ କାଟାଗୁଡ଼ା ଗ୍ରାମରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ପଶି ଆସି ଘର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image