ଛତ୍ରପୁର ହସ୍ପିଟାଲରେ ଡାକ୍ତର ଅଭାବ

ଛତ୍ରପୁର,୬।୭(ଡି.ଏନ.ଏ)-ଛତ୍ରପୁର ହସ୍ପିଟାଲ ରୋଗୀ କଲ୍ୟାଣ ସମିତି ବୈଠକ ଶୁକ୍ରବାର ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ହସ୍ପିଟାଲର ପରିମଳ ବ୍ୟବସ୍ଥା ସୁଦୃଢ କରିବା ସହ ରୋଗୀଙ୍କୁ ଉତ୍ତମ ସେବା ଦେବା ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ହସ୍ପିଟାଲରେ ୨୨ ଜଣ ଡାକ୍ତର ଆବଶ୍ୟକ ଥିବା ବେଳେ ମାତ୍ର ୭ ଜଣ ଅଛନ୍ତି ବୋଲି ସୂଚନା ଦିଆଯାଇଥିଲା। ଏହାଫଳରେ ରୋଗୀ ସେବା ବିଶେଷ ଭାବେ ପ୍ରଭାବିତ ହେଉଛି। ହସ୍ପିଟାଲରେ ଖାଲି ପଡିଥିବା ଡାକ୍ତର ପଦବୀ ପୂରଣ ନେଇ ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀଙ୍କ ସହ ଆଲୋଚନା କରିବେ ବୋଲି ବିଧାୟକ ବେହେରା କହିଥିଲେ। ବିଗତ ରୋଗୀ କଲ୍ୟାଣ ସମିତି ବୈଠକରେ କେଉଁ କେଉଁ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି ସେସମ୍ପର୍କରେ ଆଲୋଚନା ହୋଇଥିଲା। ଉକ୍ତ ହସ୍ପିଟାଲ ଉପରେ ଛତ୍ରପୁର ବ୍ଲକ, ଗଂଜାମ ବ୍ଲକ ଏବଂ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର ଲୋକେ ନିର୍ଭର କରୁଛନ୍ତି। ବର୍ତ୍ତମାନ ହସ୍ପିଟାଲରେ ବିଭିନ୍ନ ବିଭାଗ ପକ୍ଷରୁ ଚାଲିଥିବା କାର୍ଯ୍ୟ ତୁରନ୍ତ ସାରିବାକୁ ଗୁରୁତ୍ୱାରୋପ କରାଯାଇଥିଲା। ନିରାମୟ ଯୋଜନାରେ ଅତି ଆବଶ୍ୟକ ଔଷଧ ଷ୍ଟକ ଅଭାବରୁ ମିଳୁନି। ଅଧିକ ପରିମାଣ ଷ୍କକ ରଖିବା ଉପରେ ଗୁରୁତ୍ୱ ଦିଆଯାଇଥିଲା। ହସ୍ପିଟାଲରେ ଇନ୍‌ଡୋର ରୋଗୀ ସଂଖ୍ୟା କମୁଥିବାରୁ ଉତ୍ତମ ସେବା ଯୋଗାଇଦେବାକୁ କୁହାଯାଇଥିଲା। ମୃତଦେହ ସଂରକ୍ଷଣ ରଖିବାକୁ ଥିବା ଫ୍ରିଜର ଅଚଳ ରହିଛି। ଏଣୁ ନୂଆ ଫ୍ରିଜର ଦେବା ପାଇଁ ସ୍ବାସ୍ଥ୍ୟ ବିଭାଗକୁ ଚିଠି ଲେଖାଯିବାକୁ ବୈଠକରେ ସ୍ଥିର ହୋଇଛି। ହସ୍ପିଟାଲକୁ ଆସୁଥିବା ରୋଗୀମାନଙ୍କୁ ଡିଜାଟାଲ ଏକ୍ସରେ ଫିଲ୍ମ ଦିଆଯାଉ ନ ଥିବା ଆଲୋଚନା ହୋଇଥିଲା। ଫଳରେ ରୋଗୀମାନେ ଅନ୍ୟ କୈାଣସି ଡାକ୍ତର କିମ୍ବା ହସ୍ପିଟାଲକୁ ଗଲେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ସମସ୍ତଙ୍କୁ ସେମାନଙ୍କର ଏକ୍ସରେ ଫିଲ୍ମ ଏଣିକି ଦିଆଯିବ। ଜିଲାର ସଦର ମହକୁମାରେ ଉକ୍ତ ହସ୍ପିଟାଲ ହୋଇଥିଲେ ମଧ୍ୟ ମହାପ୍ରାଣାୟ ଗାଡି ନାହିଁ। ମୃତଦେହ ନେବାକୁ ବେସରକାରୀ ଗାଡି ଉପରେ ନିର୍ଭର କରିବାକୁ ପଡୁଛି। ଗ୍ରାସୀମ କମ୍ପାନୀକୁ ଏକ ଗାଡି ପ୍ରଦାନ କରିବା ପାଇଁ ଚିଠି ଲେଖାଯିବ। ଛତ୍ରପୁର ବ୍ଲକରେ ଖରାପ ହୋଇ ରହିଥିବା ଆମ୍ବୁଲାନ୍ସକୁ ଅଣାଯିବ। ବ୍ଲଡ ବ୍ୟାଙ୍କ ଷ୍ଟୋରେଜର ଲାଇସେନ୍ସ ଅବଧି ସରିଯାଇଛି। ଏହାର ଲାଇସେନ୍ସ ନବୀକରଣ କରି କାର୍ଯ୍ୟକ୍ଷମ କରିବାକୁ କୁହାଯାଇଛି। ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ଲକ ଅଧ୍ୟକ୍ଷ ଏମ୍‌ ଧନଞ୍ଜୟ ରେଡ୍ଡୀ, ସୁପରିଟେଣ୍ଡେଣ୍ଟ ଡା.କାହ୍ନୁଚରଣ ପାତ୍ର, ଡା. ଜିତେନ୍ଦ୍ର ମୋହନ ବେବର୍ତା, କମିଟି ସଦସ୍ୟ ସୁବୂର୍ଣ୍ଣମାଳା ବିଷୋଇ, ବିଜୟ ପଟ୍ଟନାୟକ, ବସନ୍ତ ମହାରଣା, କୃପାସିନ୍ଧୁ ପଣ୍ଡା, ହସ୍ପିଟାଲ ମ୍ୟାନେଜର ସନ୍ତୋଷ କୁମାର ପଣ୍ଡା, ବିଇସ ଅବିନାଶ ଶତପଥୀ, ସିଡିପିଓ କ୍ରିଷ୍ଣା କୁମାରୀ ନନ୍ଦ ପ୍ରମୁଖ ବୈଠକରେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା...

ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ଦକ୍ଷତାର ବିକାଶ ଲାଗି ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୁଷୋତ୍ତମପୁର,୧୯।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅଧକ୍ଷ ସନ୍ତୋଷ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଗୁରବାର ଅନୁଷ୍ଟିତ ହୋଇଯାଇଛି।...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ଆଣିଲେ ଓ୍ବାର୍ଡ ସଭ୍ୟ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ/ ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ହିଞ୍ଜିଳି ବ୍ଲକ ଅନ୍ତର୍ଗତ ଦାରୁଭଦ୍ରା ପଞ୍ଚାୟତ ସରପଞ୍ଚ ବିକାଶ ସେଠୀଙ୍କ ନିଜ ମନମୁଖୀ କାର୍ଯ୍ୟ ନେଇ ଓ୍ବାର୍ଡ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri