ପାଟନା,୧୯।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର। ଏହାସହ ରାଜ୍ୟରେ ୩ ଦିନିଆ ଶୋକ ଘୋଷଣା ମଧ୍ୟ କରିଛନ୍ତି। ଜଗନ୍ନାଥଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ବିଦାୟ ଦିଆଯିବ ବୋଲି ଜଣାପଡିଛି। ସୂଚନାଯୋଗ୍ୟ, ସୋମବାର ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ୍ନାଥ ମିଶ୍ରଙ୍କର ୮୨ ବର୍ଷ ବୟସରେ ଦିଲ୍ଲୀଠାରେ ପରଲୋକ ହୋଇଛି। ଦୀର୍ଘଦିନ ହେବ ସେ ଅସୁସ୍ଥ ଥିଲେ।