ଜଣେ ଅଧିକାରୀରେ ଚାଲିଛି ୩ କାର୍ଯ୍ୟାଳୟ: ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ

ଆଳି, ୬ା୬ (ଡି.ଏନ୍‌.ଏ.): ଆଳି ବ୍ଲକରେ ୩ ସରକାରୀ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ପଦବୀରେ ମାତ୍ର ଜଣେ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଥିବାରୁ ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି ହେଉଛି, ଯାହକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଛି। ଆଳି ତହସିଲଦାର ଜୟନ୍ତ କୁମାର ପୃଷ୍ଟି ଆଳି ବିଡିଓ ଭାବେ ଅତିରିକ୍ତ ଦାୟିତ୍ୱରେ ଥିବା ବେଳେ ନିକଟରେ ତାଙ୍କୁ ବ୍ଲକର ମହିଳା ଶିଶୁ ବିକାଶ ଅଧିକାରୀ ଭାବେ ଦାୟିତ୍ୱ ପ୍ରଦାନ କରାଯାଇଛି। ତହସିଲ କାର୍ଯ୍ୟ ଠିକ୍‌ରେ ହୋଇ ପାରୁ ନଥିବା ବେଳେ ଅନ୍ୟ ଦୁଇଟିଯାକ ଅଫିସରେ ବି ସମାନ ଅବସ୍ଥା ସୃଷ୍ଟି ହୋଇଛି। ସ୍କୁଲ, କଲେଜ ପିଲାମାନେ ବିଭିନ୍ନ ଫର୍ମ ପକାଇବା ସହ ନାମଲେଖା ପାଇଁ ଆବଶ୍ୟକ ହେଉଥିବା ଜାତିଗତ ପ୍ରମାଣପତ୍ର ଓ ରୋଜଗାର ପ୍ରମାଣପତ୍ର ଆଦି ବାହାର କରିବାକୁ ଆସି ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିବା ଦେଖାଯାଉଛି। ଏପରିକି ଅନେକ ପିଲା ବହୁ ସମୟରେ ଫେରି ଯାଉଛନ୍ତି। ଦୂରଦୂରାନ୍ତରୁ ବହୁ ଲୋକ ବିଭିନ୍ନ କାର୍ଯ୍ୟ ନେଇ ତହସିଲ ଅଫିସ୍‌, ବିଡିଓ ଅଫିସ୍‌ ଏବଂ ମହିଳା ଓ ଶିଶୁ ବିକାଶ ଅଫିସ୍‌କୁ ଯାଇ ଫେରୁଥିବା ବେଳେ ଏ ନେଇ ଜନସାଧାରଣଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ତିନୋଟି ପଦବୀ ପାଇଁ ଜଣେ ଅଫିସରଙ୍କୁ ନିଯୁକ୍ତ କରିବା ଯୋଗୁ ଲୋକମାନେ ସମସ୍ୟା ଭୋଗୁଛନ୍ତି। ଫଳରେ ବିଡିଓ ଓ ମହିଳା ଓ ଶିଶୁ ବିକାଶ ଅଧିକାରୀ ପଦବୀରେ ଅନ୍ୟ ଦୁଇ ଅଧିକାରୀଙ୍କୁ ନିଯୁକ୍ତି କରିବାକୁ ଜନସାଧାରଣ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟକ୍ତିଙ୍କୁ ଏମିତି ଆକ୍ରମଣ କଲା ବିଶାଳକାୟ ଅଜଗର, ଭିଡିଓ ଦେଖିଲେ…

ସାପକୁ ସାମ୍ନା କରିବା କିମ୍ବା ବୀରତ୍ୱପୂର୍ଣ୍ଣ ସାହସ ପ୍ରଦର୍ଶନ କରିବା ପ୍ରାୟତଃ ଘାତକ ସାବ୍ୟସ୍ତ ହୋଇଥାଏ। ତେଣୁ ଅଧିକାଂଶ ଲୋକ ସାପଠାରୁ ଦୂରେଇ ରହିବାକୁ ପସନ୍ଦ...

ପ୍ରସିଦ୍ଧ ଲେଖକ ତଥା ପଦ୍ମଶ୍ରୀ ରସ୍କିନ ବଣ୍ଡ ଗୁରୁତର ଅସୁସ୍ଥ

ନୂଆଦିଲ୍ଲୀ,୧୪।୧୨: ପ୍ରସିଦ୍ଧ ଲେଖକ ଏବଂ ପଦ୍ମଶ୍ରୀ ପୁରସ୍କାରପ୍ରାପ୍ତ ୯୧ ବର୍ଷିୟ ରସ୍କିନ ବଣ୍ଡଙ୍କୁ ଡେରାଡୁନର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେ ଗତ ଚାରି...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ଆଭ୍ୟନ୍ତରୀଣ ଓଡ଼ିଶାରେ ହାଡ଼ଭଙ୍ଗା ଶୀତ, ଜାଣନ୍ତୁ କେଉଁଠି ରହିଛି କେତେ ତାପମାତ୍ରା…

ଭୁବନେଶ୍ୱର,୧୪ା୧୨: ଆଭ୍ୟନ୍ତରୀଣ ଓଡ଼ିଶାରେ ଜାରି ରହିଛି ହାଡ଼ଭଙ୍ଗା ଶୀତ। ରାଉରକେଲା ସହରରେ ସର୍ବନିମ୍ନ ତାପମାତ୍ରା ୮.୨ ଡିଗ୍ରୀ ଥିବାବେଳେ ଝାରସୁଗୁଡ଼ାରେ ୮.୯, କେନ୍ଦୁଝରରେ ୧୦.୬ ଡିଗ୍ରୀ...

‘ଗିରଫ ହୁଅନ୍ତୁ ମମତା,’ କାହିଁକି ଏମିତି କହିଲେ ଆସାମ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ଏହା ପଛର ବଡ଼ କାରଣ

ଗୁଆହାଟି,୧୪।୧୨: ଶନିବାର କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ ଏକ କାର୍ଯ୍ୟକ୍ରମରେ ଘଟିଥିବା ବିଶୃଙ୍ଖଳା ପରେ, ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବିରୋଧୀଙ୍କ ସମାଲୋଚନାର ଶିକାର...

‘ଜଞ୍ଜିରରେ ହୋଇଛି ବନ୍ଧା…ମାଡ଼ରେ ଶରୀର ରୁଟି ଭଳି ଫୁଲିଯାଇଛି…’, ମାସୁଦ ଆଝାରଙ୍କ ଭାଇରାଲ ଅଡିଓ କ୍ଲିପକୁ ନେଇ ବଢୁଛି ଚର୍ଚ୍ଚା

ଇସଲାମାବାଦ,୧୪।୧୨: ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୈଶ-ଏ-ମହମ୍ମଦର ନେତା ମାସୁଦ ଆଝାରଙ୍କ ଏକ ଚାଞ୍ଚଲ୍ୟକର ଅଡିଓ କ୍ଲିପ ସୋସିଆଲ ମିଡିଆରେ ଦ୍ରୁତ ଗତିରେ ଭାଇରାଲ ହେଉଛି। ଏହି...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri