ଜୟପୁର,୧୬ା୪(ଡି.ଏନ୍.ଏ.): କୋରାପୁଟ ଜିଲାରେ ଲକ୍ ଡାଉନ ବେଳେ ହିତାଧିକାରୀଙ୍କୁ ଭତ୍ତା ଓ ଚାଉଳ ବଣ୍ଟନ କାମରେ ପ୍ରାଥମିକ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ନିୟୋଜିତ କରାଯାଇଛି। ସେମାନଙ୍କୁ ଏବେ ଜରୁରିକାଳୀନ କାର୍ଯ୍ୟରେ ନିୟୋଜିତ କରିବ ସ୍ବାସ୍ଥ୍ୟ ବିଭାଗ। ଜିଲାର ଜୟପୁର ବ୍ଲକର ୧୨୦, କୋରାପୁଟ ୬୦, ସେମିଳିଗୁଡ଼ା ୬୦ ଓ କୋଟପାଡ଼ର ୨୦ ଜଣ ଶିକ୍ଷକଙ୍କୁ ଏଥିରେ ନିୟୋଜିତ କରିବା ପାଇଁ ଜିଲା ପ୍ରଶାସନ ତାଲିକା ମାଗିଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ଦ୍ୱାରା ଜୟପୁର, କୋରାପୁଟ, କୋଟପାଡ଼ ଓ ସୁନାବେଡ଼ାର ୪ଟି ପୌରାଞ୍ଚଳ ପାଇଁ ପ୍ରସ୍ତୁତ ରହିଥିବା ଜରୁରିକାଳୀନ ସେବା ପାଇଁ ଯୁବକ, ପୁରୁଷ ଓ ବିଭିନ୍ନ ସାମାଜିକ କାମରେ ନିୟୋଜିତ ଥିବା ଶିକ୍ଷକଙ୍କୁ ଚିହ୍ନଟ କରାଯାଇଛି। ଜୟପୁର ବ୍ଲକରେ ୮୭୮ ଶିକ୍ଷୟିତ୍ରୀ, ଶିକ୍ଷକ ରହିଥିବା ବେଳେ ଟଙ୍କା ବଣ୍ଟନରେ ୪୦ ଜଣ, ଚାଉଳ ବଣ୍ଟନରେ ୮୦ ଜଣ ନିୟୋଜିତ ହୋଇଥିଲେ।
Posted inଆମ ଜିଲା ଖବର, କୋରାପୁଟ View All
ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା
ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...
ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ
ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...
ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି
ପୁରୀ ୧୪।୧୨( ଅଜିତ୍ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...
ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...
ଜଙ୍ଗଲରେ ହଜିବାରେ ଲାଗିଛି ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …
ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...
୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…
ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...
ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ
ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...
ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ
ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...
Archives


