ଜାତୀୟ ସାହସିକତା ପୁରସ୍କାର ପାଇଥିବା ୩ ଝିଅଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା: ଜଣଙ୍କ ପିଛା ଏକ ଲକ୍ଷ ଟଙ୍କା ଚେକ୍‌ ପ୍ରଦାନ

ଭୁବନେଶ୍ୱର,୩୦ା୧(ବ୍ୟୁରୋ): କେନ୍ଦ୍ରାପଡ଼ା ଜିଲା ମହାକାଳପଡା ବ୍ଲକ ନିପାଣିଆ ଗ୍ରାମ ନିକଟ ଖୋଳା ନଦୀରେ ଗତବର୍ଷ ଜାନୁୟାରୀ ୨ ତାରିଖରେ ଏକ ଯାତ୍ରୀବାହୀ ଡଙ୍ଗା ବୁଡିଯିବା କାରଣରୁ ୧୦ଜଣଙ୍କ ମୃତ୍ୟୁ ଘଟିଥିଲା। ଏହି ଦୁର୍ଘଟଣାରୁ ୩୦ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଥିଲେ। ଏହି ସମୟରେ ନିପାଣିଆ ଗ୍ରାମର ସବିତା ଗିରି(୧୫) ଏବଂ ପୂର୍ଣ୍ଣିମା ଗିରି ପାଣିରେ ପହଁରି ୧୦ଜଣ ଯାତ୍ରୀଙ୍କ ଜୀବନ ରକ୍ଷା କରିଥିଲେ। ଏଥିପାଇଁ ରାଜ୍ୟର ଚାରିଆଡୁ ଏହି ଦୁଇ ବାଳିକାଙ୍କୁ ପ୍ରଶଂସାର ସୁଅ ଛୁଟିଥିଲା। ଦୁହିଁଙ୍କ ସାହସିକତା ପାଇଁ ଜାନୁୟାରୀ ୨୬ ତାରିଖରେ ସେମାନଙ୍କୁ ଜାତୀୟ ସାହସିକତା ପୁରସ୍କାର ମିଳିଛି। ଉଭୟ ବାଳିକା ଦିଲ୍ଲୀ ଯାଇ ପୁରସ୍କାର ଗ୍ରହଣ କରିବାପରେ ଓଡ଼ିଶା ଫେରି ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଲୋକସେବା ଭବନଠାରେ ଭେଟିଛନ୍ତି। ମୁଖ୍ୟମନ୍ତ୍ରୀ ସେମାନଙ୍କୁ ସମ୍ବର୍ଦ୍ଧନା ଜଣାଇବା ସହ ୧ଲକ୍ଷ ଟଙ୍କା ଲେଖା ଚେକ୍‌ ଆକାରରେ ପ୍ରଦାନ କରିଛନ୍ତି। ସେହିପରି ଶ୍ରୀମତୀ ବାଦ୍ରାଙ୍କୁ ମଧ୍ୟ ଜାତୀୟ ସାହସିକତା ପୁରସ୍କାର ମିଳିଛି। ତାଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧନା ଜଣାଇବା ସହ ଲକ୍ଷେ ଟଙ୍କାର ଚେକ୍‌ ପ୍ରଦାନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୬ ବର୍ଷର ଝିଅକୁ ଝୁଣି ମାରିଦେଲେ କୁକୁର

ବୋରିଗୁମ୍ମା, ୨୪।୧୨(ବିଜୟ ସାହୁ): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଧୀନ ପୁପୁଗାଁରେ ଏକ ୬ବର୍ଷର ଶିଶୁକନ୍ୟାଙ୍କୁ ବୁଲା କୁକୁରମାନେ କାମୁଡ଼ିକାମୁଡ଼ି ମାରିଦେଇଥିବା ଜଣାପଡ଼ିଛି। ମୃତକ ହେଲେ...

ଡିସେମ୍ବର ୩୦ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୪ା୧୨: ଆଗାମୀ ଡିସେମ୍ବର ୩୦ ତାରିଖ ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ...

ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା...

ଡା. ହରିବାବୁ କମ୍ଭମ୍ପତି ଓଡ଼ିଶାର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ, ୨୪ା୧୨: ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ମିଜୋରାମର ରାଜ୍ୟପାଳ ଡା. ହରି ବାବୁ କମ୍ଭମ୍ପତିଙ୍କୁ ଓଡିଶାରବ ନୂତନ ରାଜ୍ୟପାଳ ଭାବେ ନିଯୁକ୍ତ କରାଯାଇଛି।...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ପ୍ରତିଧ୍ୱନୀ ନୃତ୍ୟୋତ୍ସବ ୨୦୨୪ ପାଳିତ

ଭୁବନେଶ୍ଵର,୨୧।୧୨: ଗୁରୁ ଦେବପ୍ରସାଦ ନୃତ୍ୟ ଧାରା, ସିଙ୍ଗାପୁର ପକ୍ଷରୁ ପ୍ରଥମ ଥର ପାଇଁ ଭୁବନେଶ୍ବର ସ୍ଥିତ ଜିକେସିଏମ ଓଡ଼ିଶୀ ଗବେଷଣା ପ୍ରତିଷ୍ଠାନର ଉତ୍କଳ ରଙ୍ଗମଞ୍ଚରେ ନୃତୋତ୍ସବ”...

ଚିଟ୍ ଫଣ୍ଡ ସ୍କାମର ଶିକାର ହୋଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ନୂଆଦିଲ୍ଲୀ,୨୪।୧୨: ଏକ ସମୟ ଏପରି ଥିଲା ଯେଉଁ ସମୟରେ ଓଡ଼ିଶାର ପ୍ରତ୍ୟେକ ଲୋକେ ଅଧିକ ଲାଭ ଆଶାରେ ଚିଟ୍ ଫଣ୍ଡରେ ଟଙ୍କା ନିବେଶ କରି ଠକାମିର...

ଚାଷୀଙ୍କ ପାଇଁ ବଡ଼ ଆଶ୍ବସ୍ତି: ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର

ଭୁବନେଶ୍ୱର,୨୪।୧୨: ରାଜ୍ୟରେ ଅଦିନିଆ ବର୍ଷ କାରଣରୁ ବିଭିନ୍ନ ଜିଲାରେ ଧାନଚାଷୀମାନେ ସଂକଟରେ ପଡିଛନ୍ତି। ବର୍ତମାନ ଧାନ ଅମଳ ସହିତ ମଣ୍ଡିରେ ବିକ୍ରି ପ୍ରକ୍ରିୟା ଚାଲିଥିବା ବେଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri