ଜେଲ୍‌ର ଅନୁଭୂତି ବଖାଣିଲେ ପାୟଲ

ମୁମ୍ବାଇ: ଅଭିନେତ୍ରୀ ପାୟଲ ରୋହତଗି ପୂର୍ବତନ ପ୍ରଧାନମନ୍ତ୍ରୀ ଜବାହରଲାଲ ନେହେରୁ ଓ ତାଙ୍କ ବାପା ମୋତିଲାଲ ନେହେରୁଙ୍କ ବିରୋଧରେ ଆପତ୍ତିଜନକ ଟିପ୍ପଣୀ ଦେଇ ବିବାଦ ଘେରକୁ ଚାଲିଆସିଥିଲେ। ସୋମବାର ରାଜସ୍ଥାନର ବୁନ୍ଦି ପୋଲିସ ଗିରଫ କରିଥିବା ବେଳେ ମଙ୍ଗଳବାର ରାଜସ୍ଥାନ କୋର୍ଟରୁ ତାଙ୍କୁ ଜାମିନ ମିଳିଛି। ତେବେ ଖବରଦାତାଙ୍କ ସହ କଥାବାର୍ତ୍ତା ସମୟରେ ପାୟଲ ଜେଲ୍‌ରେ କାଟିଥିବା ପ୍ରଥମ ରାତିର ଅନୁଭୂତିକୁ ଶେୟାର କରିଛନ୍ତି। ଜେଲ୍‌ରେ ପ୍ରଥମ ରାତିର ଅନୁଭୂତି ବହୁତ ଭୟାବହ ଥିଲା। ସେଠାରେ ପ୍ରବଳ ଥଣ୍ଡା ଥିବାବେଳେ ତାଙ୍କୁ ତଳେ ମସିଣା ପକାଇ ଶୋଇବାକୁ ପଡ଼ିଥିଲା। ଜେଲ୍‌ଟି ଅପରିଷ୍କାର ଏବଂ ଖାଇବା ବି ଭଲ ନ ଥିଲା। ସେ ବହୁତ ଡରି ଯାଇଥିବାରୁ ରାତିସାରା ତାଙ୍କୁ ନିଦ ମଧ୍ୟ ହୋଇ ନ ଥିଲା। ସେହିପରି ଜେନେରାଲ ଓ୍ବାର୍ଡରେ ତାଙ୍କ ସହ କେତେକ ମହିଳା ଅପରାଧୀ ରହିବା ସହ ହାର୍ଡକୋର ଅପରାଧୀ ମଧ୍ୟ ରହିଥିଲେ। ମହିଳା ଅପରାଧୀମାନେ ନିଜର ଅନୁଭୂତି ତାଙ୍କ ସହ ବାଣ୍ଟୁଥିବା ବେଳେ ସେ ଭାବବିହ୍ବଳ ହୋଇପଡ଼ିଥିଲେ ବୋଲି ପାୟଲ କହିଛନ୍ତି। ଏହି ଜେଲ୍‌ଦଣ୍ଡ ମୋର ପ୍ରଥମ ଏବଂ ଶେଷ ବୋଲି ସେ ଆଶାବ୍ୟକ୍ତ କରିଛନ୍ତି। ଜେଲ୍‌ରୁ ବାହାରିବା ପରେ ସେ ବେଶ୍‌ ଖୁସି ହେବା ସହ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଏଥିସହ ସେ କହିଛନ୍ତି, ଏବେ ବି ଭିଡିଓ ତିଆରି କରିବା ଜାରି ରହିବ। ମୋର କହିବାର ସମ୍ପୂର୍ଣ୍ଣ ଅଧିକାର ରହିଛି। ହେଲେ ଭିଡିଓ ତିଆରି କରିବା ସମୟରେ ସବୁ ଦିଗ ପ୍ରତି ଧ୍ୟାନ ଦେବି, ଯେପରି ଏହି ଭୁଲ ଆଉଥରେ ନ ହୁଏ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ନାବାଳିକା ବଳାତ୍କାର ହତ୍ୟା ଘଟଣାରେ ଜଣଙ୍କୁ ମୃତ୍ୟୁଦଣ୍ଡ

କୋଲକାତା,୭।୯: ପଶ୍ଚିମବଙ୍ଗର ଏକ ଜିଲା କୋର୍ଟ ଗତ ବର୍ଷ ଦାର୍ଜିଲିଂ ଜିଲାର ମାଟିଗାରାରେ ଜଣେ ନାବାଳିକାକୁ ବଳାତ୍କାର ଓ ହତ୍ୟା ମାମଲାରେ ଜଣେ ବ୍ୟକ୍ତିଙ୍କୁ ଶନିବାର...

ଯଦି ସାହାସ ଅଛି ହରିୟାଣା ଆସ, ଭିନେଶଙ୍କ ବିରୋଧରେ ପ୍ରଚାର କର

ନୂଆଦିଲ୍ଲୀ,୭।୯: କୁସ୍ତିଯୋଦ୍ଧା ଭିନେଶ ଫୋଗାଟ ଏବଂ ବଜରଙ୍ଗ ପୁନିଆ କଂଗ୍ରେସ ଦଳରେ ଯୋଗଦେବା ପରଠାରୁ ଭାରତୀୟ ରେସଲିଂ ଆସୋସିଏସନର ପୂର୍ବତନ ସଭାପତି ବ୍ରିଜ ଭୂଷଣ ଶରଣ...

ଛାରପୋକ, ମଶାଙ୍କୁ ନେଇ ରେଲ ବୋର୍ଡରେ ଆତଙ୍କ, ଆସିଲା ନୂଆ ଆଦେଶ

ନୂଆଦିଲ୍ଲୀ,୭।୯: ବେଡ ବଗ ବା ଛାରପୋକ ଏବଂ ମଶା କାହାର ବି ନିଦକୁ ନଷ୍ଟ କରିପାରନ୍ତି। ସେମାନେ ଟ୍ରେନ ପାଇଁ ମଧ୍ୟ ବିପଦ ସୃଷ୍ଟି କରିପାରନ୍ତି...

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ମୋଦିଙ୍କ ନିମନ୍ତ୍ରଣରେ ଭାରତ ଆସିବେ ୟୁଏଇ କ୍ରାଉନ ପ୍ରିନ୍ସ

ନୂଆଦିଲ୍ଲୀ,୭।୯: ପଶ୍ଚିମ ଏସିଆରେ ବଢୁଥିବା ଉତ୍ତେଜନା ମଧ୍ୟରେ ଆବୁଧାବିର ‘କ୍ରାଉନ ପ୍ରିନ୍ସ’ ଶେଖ ଖାଲିଦ ବିନ ମହମ୍ମଦ ବିନ ଜାଏଦ ଅଲ ନାହାନ ରବିବାର (୮...

ଆଧାର କାର୍ଡକୁ ନେଇ ଆସିଲା ନୂଆ ନିୟମ, ଜାଣିନିଅନ୍ତୁ…

ନୂଆଦିଲ୍ଲୀ,୭।୯: ଆଧାର କାର୍ଡ ସମ୍ପର୍କରେ ସରକାର ଏକ ନୂଆ ନିୟମ ଜାରି କରିଛନ୍ତି। ଯଦି ଆପଣ ଏକ ନୂଆ ଆଧାର କାର୍ଡ କରିବାକୁ ଚାହୁଁଛନ୍ତି କିମ୍ବା...

ନିର୍ବାଚନରେ ହାରିବେ ଭିନେଶ ଫୋଗାଟ? ଟିକେଟ ମିଳିବା ପରେ ରାଗିଲେ ବ୍ରିଜଭୂଷଣ

ନୂଆଦିଲ୍ଲୀ,୭।୯: ଦେଶର ରାଜନୀତି ବିଷୟରେ କହିବାକୁ ଗଲେ ବର୍ତ୍ତମାନ ହରିୟାଣାରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ ସବୁଆଡେ ଆଲୋଚନା ହେଉଛି। ଏହି ନିର୍ବାଚନରେ ରେସଲର...

ପୂଜାଙ୍କ ଉପରେ ପଡିଲା ଚଡକ, ତତ୍କାଳ ପ୍ରଭାବରେ ପ୍ରଶାସନିକ ସେବାରୁ ହଟିଲେ ଖେଡକର

ନୂଆଦିଲ୍ଲୀ,୭।୯: ମହାରାଷ୍ଟ୍ରର ପୂର୍ବତନ ଆଇଏଏସ ପ୍ରଶିକ୍ଷକ ପୂଜା ଖେଡକରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ନ୍ୟୁଜ ଏଜେନ୍ସି ପିଟିଆଇର ରିପୋର୍ଟ ଅନୁଯାୟୀ କେନ୍ଦ୍ର ସରକାର ପୂଜା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri