ଟିଏସ୍‌ଏମ୍‌ଏଲ୍‌କୁ ସଷ୍ଟେନେବଲ୍‌ ମାଇନିଂ ପୁରସ୍କାର

ଭୁବନେଶ୍ୱର,୧୯।୯: ଟାଟା ଷ୍ଟିଲ୍‌ ମାଇନିଂ ଲିମିଟେଡ (ଟିଏସ୍‌ଏମ୍‌ଏଲ୍‌)କୁ ଆଉ ଏକ ଜାତୀୟ ସ୍ତରୀୟ ସମ୍ମାନ ଓ ପୁରସ୍କାର ପ୍ରଦାନ କରାଯାଇଛି। ବିଶେଷକରି ଟାଟା ଷ୍ଟିଲର ସୁକିନ୍ଦା କ୍ରୋମାଇଟ୍‌ ଖଣି ସମ୍ମାନଜନକ ହିଣ୍ଡାଲ୍‌କୋ-ଆଦିତ୍ୟ ବିର୍ଲା ଆୱାର୍ଡ ଫର ସଷ୍ଟେନେବଲ୍‌ ମାଇନିଂ ପୁରସ୍କାରରେ ପୁରସ୍କୃତ ହୋଇଛି। ଏପରିକି ଜୈବବିବିଧତାର ସଂରକ୍ଷଣ ଓ ଦୀର୍ଘସ୍ଥାୟୀ ଖଣି ଖନନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ସୁକିନ୍ଦା କ୍ରୋମାଇଟ୍‌ ଖଣିକୁ ଉକ୍ତ ପୁରସ୍କାର ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ନୂଆଦିଲ୍ଲୀଠାରେ ଫେଡେରେଶନ୍‌ ଅଫ୍‌ ଇଣ୍ଡିଆନ୍‌ ମିନେରାଲ୍‌ ଇଣ୍ଡଷ୍ଟ୍ରିଜ୍‌ (ଫିମି) ଆୱାର୍ଡସ୍‌ ୨୦୨୨-୨୩ ଅବସରରେ ସୁକିନ୍ଦା କ୍ରୋମାଇଟ୍‌ ଖଣିକୁ ଉକ୍ତ ପୁରସ୍କାର ପ୍ରଦାନ କରାଯାଇଛି। ଏହି ପରିପ୍ରେକ୍ଷୀରେ ଖଣିର ପ୍ରଦର୍ଶନ ପ୍ରତି ଉଲ୍ଲେଖନୀୟ ଅବଦାନ ପାଇଁ ସୁକିନ୍ଦା କ୍ରୋମାଇଟ୍‌ ଖଣିର ମୁଖ୍ୟ ଶମ୍ଭୁନାଥ ଝାଙ୍କୁ ମଧ୍ୟ ସାର୍ଟିଫିକେଟ୍‌ ପ୍ରଦାନ କରାଯାଇଥିଲା। ଅପରପକ୍ଷରେ ଫିମି ପକ୍ଷରୁ ଆରମ୍ଭ କରାଯାଇଥିବା ଏହି ପୁରସ୍କାର ସମାରୋହକୁ ଫିମିର ୫୭ତମ ବାର୍ଷିକ ସାଧାରଣ ବୈଠକ ଅବସରରେ ଆୟୋଜନ କରାଯାଇଥିଲା।
ଏ ସମ୍ପର୍କରେ ଟାଟା ଷ୍ଟିଲ୍‌ର ଫେରୋ ଆଲଏଜ୍‌ ଓ ମିନେରାଲ ଡିଭିଜନର ଏକ୍‌ଜିକ୍ୟୁଟିଭ୍‌ ଇନ୍‌ ଚାର୍ଜ ପଙ୍କଜ ସତିଜା କହିଛନ୍ତି, ଏହି ସମ୍ମାନଜନକ ପୁରସ୍କାର ପାଇ ଆମେ ଅତ୍ୟନ୍ତ ଖୁସି ଅଛୁ। ବିଶେଷକରି ଆମର ବ୍ୟାପକ ଦୀର୍ଘସ୍ଥାୟୀ ଫ୍ରେମ୍‌ୱର୍କ ଏବଂ ଦାୟିତ୍ୱପୂର୍ଣ୍ଣ ଓ ନିରନ୍ତର ଖଣି ଅଭ୍ୟାସ ପ୍ରତି ଅତୁଟ ପ୍ରତିବଦ୍ଧତାକୁ ମାନ୍ୟତା ପ୍ରଦାନ କରିଥିବାରୁ ଆମେ ଜୁରୀ ସଦସ୍ୟଙ୍କୁ କୃତଜ୍ଞତା ଜଣାଉଛୁ। ଏପରିକି ପରିବେଶ ପ୍ରତି ଦାୟିତ୍ୱବାନ ଓ ଏକ ସଚେତନ କର୍ପୋରେଟ ହାଉସ୍‌ ଭାବେ ଟାଟା ଷ୍ଟିଲ୍‌ ପକ୍ଷରୁ ଏଫ୍‌ଏଏମ୍‌ଡିର କାର୍ଯ୍ୟକ୍ଷେତ୍ରଗୁଡ଼ିକରେ ଶକ୍ତି ଓ ଜଳ ଅଡିଟ୍‌ ସମେତ କ୍ରୋମାଇଟ୍‌ ଖଣିରେ ଅନେକ ଦୀର୍ଘସ୍ଥାୟୀ କାର୍ଯ୍ୟକ୍ରମମାନ ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୃହତ୍‌ ସଞ୍ଚୟ ଉପରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୨୨।୯: ଇ କର୍ମସ ବଜାରରେ ସବୁଠାରୁ ବଡ଼ ପର୍ବ ଆମାଜନ୍‌ ଗ୍ରେଟ୍‌ ଇଣ୍ଡିଆନ ଫେଷ୍ଟିଭାଲ-୨୦୨୪ ସମ୍ପର୍କରେ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୭ରୁ ଏହି ମହାପର୍ବ...

ଅକ୍ଟୋବର ୨ରୁ ବୁଣାକାରଙ୍କ ମଜୁରି ବୃଦ୍ଧି

ନୂଆଦିଲ୍ଲୀ,୨୨।୯: ଭାରତ ସରକାରଙ୍କ ସୂକ୍ଷ୍ମ, ଲଘୁ ଏବଂ ମଧ୍ୟମ ଉଦ୍ୟୋଗ ମନ୍ତ୍ରଣାଳୟ ଅଧୀନ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗ (କେଭିଆଇସି)ର ଅଧ୍ୟକ୍ଷ ମନୋଜ କୁମାର ଚଳିତ...

ଅକ୍ଟୋବର ୨୭ରେ ‘ଲେକ୍‌ ସାଇଡ୍‌ ଗ୍ଲାମର’

ଭୁବନେଶ୍ୱର,୨୧।୯: (ଅଭୟ ଦାଶ): ସ୍ବସ୍ତି ଗ୍ରୁପ୍‌ର ପ୍ରମୁଖ ହୋଟେଲ ସ୍ବସ୍ତି ଚିଲିକା ରେସର୍ଟ ପକ୍ଷରୁ ଏକ ଦିନିକିଆ ଫ୍ୟାଶନ ଶୋ ୨୦୨୪ ଅକ୍ଟୋବର ୨୭ ରେ...

ଯୋଗାଣ ଶୃଙ୍ଖଳାରେ କାର୍ଯ୍ୟଦକ୍ଷତାକୁ ବହୁଗୁଣିତ କରିବ

ନୂଆଦିଲ୍ଲୀ,୨୧।୯: ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ କୋଇଲା ପରିବହନକୁ ସୁଗମ କରିବା ଲାଗି ଭାରତ ସରକାର ସର୍‌ଡେଗା-ଭାଲୁମୁଣ୍ଡା ରେଳ ଲାଇନ ସଂଯୋଗୀକରଣ ପ୍ରକଳ୍ପକୁ ଅନୁମୋଦନ ଦେବା...

ପିଏନ୍‌ବି ପକ୍ଷରୁ ପିଏମ୍‌ ଇ-ବିଶ୍ୱକର୍ମା ପ୍ରୋଗ୍ରାମ

ଭୁବନେଶ୍ୱର,୨୧।୯: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ପ୍ରଧାନମନ୍ତ୍ରୀ ବା ପିଏମ୍‌ ଇ-ବିଶ୍ୱକର୍ମା ଯୋଜନା’ ନିକଟରେ ଶୁଭାରମ୍ଭ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ପିଏନ୍‌ବି ଭୁବନେଶ୍ୱର...

ଟିପିସିଓଡିଏଲ୍‌ ଏପିଏସ୍‌ସିସିର ଶୁଭାରମ୍ଭ

ଭୁବନେଶ୍ୱର,୨୧।୯: ଟିପି ସେଣ୍ଟ୍ରାଲ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ କଟକ ସହରାଞ୍ଚଳରେ ଏକ ୨୪ ଘଣ୍ଟିଆ ସ୍କାଡ଼ା ଏନାବଲ୍ଡ ସର୍କଲ ୟୁନିଟ୍‌ ପଏଣ୍ଟ ବା...

ୟୁବିଆଇର ନୂତନ ଶାଖା ଉଦ୍‌ଘାଟିତ

ଭୁବନେଶ୍ୱର,୨୧।୯ (ଅଭୟ ଦାଶ): ୟୁନିୟନ ବ୍ୟାଙ୍କ ଅଫ୍‌ ଇଣ୍ଡିଆ (ୟୁବିଆଇ)ର ନୂତନ ଶାଖା ‘ନିଶ୍ଚିନ୍ତକୋଇଲ ଶାଖା’ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରରେ ମାହାଙ୍ଗା ବିଧାୟକ...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri