ଟ୍ରାକ୍ଟର ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁକୁ ନେଇ ସୁନ୍ଦରଗଡ଼ରେ ଉତ୍ତେଜନା: ରାସ୍ତାରୋକୋ

ସୁନ୍ଦରଗଡ଼, ୨୬।୧୦ (ଡି.ଏନ୍‌.ଏ.) : ସୁନ୍ଦରଗଡ଼ ସଦର ଥାନା ଅନ୍ତର୍ଗତ ସିଆଁବାହାଲଠାରେ ଶନିବାର ସକାଳେ ଦୁର୍ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସକାଳ ପ୍ରାୟ ୯ଟା ବେଳେ ଏକ ଟ୍ରାକ୍ଟର ଧକ୍କାରେ ତୁରିିଆ ବାର୍ଲା (୮୦) ନାମକ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା। ସେ ଚାଲିଚାଲି ଘରକୁ ଯାଉଥିବା ବେଳେ ପଛପାଖରୁ ଦ୍ରୁତଗତିରେ ଆସୁଥିବା ଏକ ଟ୍ରାକ୍ଟର ତାଙ୍କ ଉପରେ ଚଢିଯାଇଥିଲା। ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା। ଦୁର୍ଘଟଣା ଘଟାଇବା ପରେ ଭାରସାମ୍ୟ ହରାଇ ଟ୍ରାକ୍ଟର ରାସ୍ତା ତଳକୁ ଓଲଟି ପଡିଥିଲା। ସଙ୍ଗେ ସଙ୍ଗେ ସ୍ଥାନୀୟ ଲୋକେ ନିଶାଗ୍ରସ୍ତ ଟ୍ରାକ୍ଟର ଡ୍ରାଇଭରଙ୍କୁ ଧରି ମାଡ଼ ମାରିଥିଲେ। ପରେ ଖବରପାଇ ସଦର ଥାନା ଆଇଆଇସି ରମାକାନ୍ତ ସାଏ ଦୁର୍ଘଟଣାସ୍ଥଳରେ ପହଞ୍ଚି ଡ୍ରାଇଭରଙ୍କୁ ଉଦ୍ଧାର କରିଥିଲେ। ସେଠାରେ ସ୍ଥାନୀୟ ଲୋକେ ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିକରି ରାସ୍ତାରେ ବସିଥିଲେ। ପରେ ରେଡକ୍ରସ ପାଣ୍ଠିରୁ ୧୦ହଜାର ଟଙ୍କା ମୃତକଙ୍କ ପରିବାର ଲୋକଙ୍କୁ ପ୍ରଦାନ କରାଯାଇଥିଲା। ଉତ୍ତ୍ୟକ୍ତ ଲୋକଙ୍କୁ ପୋଲିସ ବୁଝାଶୁଝା କରିବା ପରେ ଉତ୍ତେଜନା କମିଥିଲା ଓ ରାସ୍ତାରୋକୋ ହଟିଥିଲା। ପୋଲିସ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ସକାଶେ ସୁନ୍ଦରଗଡ଼ ଡାକ୍ତରଖାନାକୁ ପଠାଇଥିଲା। ଲୋକଙ୍କ ମାଡ଼ରେ ଆହତ ଟ୍ରାକ୍ଟର ଚାଳକଙ୍କୁ ମଧ୍ୟ ଉଦ୍ଧାର କରି ଚିକିତ୍ସା ପାଇଁ ସୁନ୍ଦରଗଡ ଜିଲା ମୁଖ୍ୟ ଡାକ୍ତରଖାନାକୁ ପଠାଇଥିଲା। ଦୁର୍ଘଟଣା ଘଟାଇଥିବା ଟ୍ରାକ୍ଟର ଓଡି ୧୬ବି ୦୬୬୭କୁ ପୋଲିସ ଜବତ କରି ଏକ ଅପମୃତ୍ୟୁ ମାମଲା ରୁଜୁ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri