Posted inରାଜ୍ୟ

ଡାକ୍ତରଙ୍କ ଉଦ୍ଦେଶ୍ୟରେ ସୁଦର୍ଶନଙ୍କ ବାର୍ତ୍ତା

ପୁରୀ ଅଫିସ,୨୦।୩: ବିଶ୍ୱବାସୀଙ୍କ ନିଦ ଉଡ଼ାଇଥିବା କରୋନା ଏବେ ଭାରତରେ ନିଜ କାୟା ବିସ୍ତାର କରିବାରେ ଲାଗିଲାଣି। ଭାରତରେ ଏଥିରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଛି। ରାଜ୍ୟରେ ମଧ୍ୟ ୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ବଢ଼ିବା ଆଶଙ୍କା କରାଯାଉଥିବାରୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ପଦକ୍ଷେପ ଗ୍ରହଣ କରାଯାଉଛି। ଏସବୁ ଭିତରେ ସାଧାରଣଜନତାଙ୍କୁ ଯେତେସମ୍ଭବ ହୋମ୍‌ ଆଇସୋଲେଶନରେ ରହିବାକୁ ପରାମର୍ଶ ଦିଆଯାଉଛି। ହେଲେ କରୋନା ମୁକାବିଲା ଦିଗରେ ପ୍ରମୁଖ ଭୂମିକା ଡାକ୍ତରମାନେ ଗ୍ରହଣ କରୁଛନ୍ତି। ସେମାନଙ୍କୁ ସମ୍ମାନ ଜଣାଇ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ସମସ୍ତଙ୍କ ଲାଗି ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି,‘ଆଇ ଷ୍ଟେଡ୍‌ ଆଟ୍‌ ଓ୍ବାର୍କ ଫର୍‌ ୟୁ, ୟୁ ଷ୍ଟେ ଆଟ୍‌ ହୋମ୍‌ ଫର୍‌ ଅସ୍‌’। ଏହା ବିଶେଷକରି ଡାକ୍ତରମାନଙ୍କ ଉଦ୍ଦେଶ୍ୟରେ ସେ କରିଛନ୍ତି।

କରୋନା ମୁକାବିଲା ଦିଗରେ ପ୍ରତ୍ୟକ୍ଷ ଭାବେ ଜଡ଼ିତ ରହୁଛନ୍ତି ଡ଼ାକ୍ତରମାନେ। ନିଜର ସୁରକ୍ଷା କଥା ନ ଭାବି ସେମାନେ ରୋଗୀଙ୍କୁ ସୁସ୍ଥ କରିବା ଦିଗରେ କାମ କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଲୋକମାନେ ସେମାନଙ୍କ କାମକୁ ନ ବଢ଼ାନ୍ତୁ ବୋଲି କୁହାଯାଉଛି। ଏଣୁ ଲୋକମାନଙ୍କୁ ଘରେ ରହିବାକୁ ସୁଦର୍ଶନ ବାର୍ତ୍ତା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ପୋଲିସ୍ ପ୍ରତିଷ୍ଠା ଦିବସ ଅବସରରେ ବଡଖାନା

ଭଞ୍ଜନଗର,୧୮/୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ନିକଟସ୍ଥ ତନରଡ଼ା ସ୍ଥିତ ଆଇ ଆର୍ ବି ୮ ମ ସ୍ଵତନ୍ତ୍ର ବାଟାଲିୟନ ପରିସରରେ ପୋଲିସ୍ ପ୍ରତିଷ୍ଠା ଦିବସ...

ମେ’ ୭ ରୁ ପୁରୁଷୋତ୍ତମପୁର ଠାକୁରାଣୀ ଯାତ୍ରା

ପୁରୁଷୋତ୍ତମପୁର,୧୮।୪ (ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ଐତିହାସିକ ପ୍ରସିଦ୍ଧ ମା’ କନକା ଠାକୁରାଣୀଙ୍କ ସମେତ କାଳୁଆ, ତାରାତାରିଣୀ, କାଳୀ ଓ ଫୁଲସୁନ୍ଦ ସୁନ୍ଦରୀ ଆଦି...

ଘରକୁ ଫେରି ପାରିଲେନି; ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ୩ ଗୁରୁତର

ଜି.ଉଦୟଗିରି,୧୮।୪(ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରିରେ ୨ ପୃଥକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ହୋଇଛନ୍ତି। ସ୍ଥାନୀୟ ପରିଷଦ ଅନ୍ତର୍ଗତ...

ଦିଗପହଣ୍ଡିରେ ରାମଚରିତ ମାନସ ପାରାୟଣ ଶୁଭାରମ୍ଭ

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସିଂହଦାର ସମ୍ମୁଖରେ ଶୁକ୍ରବାର ସାରୁ ଶ୍ରୀରାମ ଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ କାର୍ଯ୍ୟକ୍ରମ...

BJD: ନବୀନ ନିବାସରେ ହେଲା ଫାଇନାଲ, କାଲି ବଡ଼ ଘୋଷଣା!

ଭୁବନେଶ୍ୱର,୧୮।୪: ବିଜୁ ଜନତା ଦଳ (ବିଜେଡି) ସଂଗଠନରେ ଏକ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିକଟରେ...

ଶସ୍ତାରେ ମିଳୁଛି ଭଡା ଘର, 1 BHK ଫ୍ଲାଟ ପାଇଁ ଦେବାକୁ ପଡିବ…

ନୂଆଦିଲ୍ଲୀ,୧୮।୪: ଭାରତର ବିଭିନ୍ନ ସହରରେ ଘର ଭଡାର ମୂଲ୍ୟ ଦିନକୁ ଦିନ ବଢୁଛି। ତେବେ କେତେକ ଛୋଟ ଓ ମଧ୍ୟମ ସହରରେ ଭଡା ମୂଲ୍ୟ ଏବେ...

ଅପହୃତା ନାବାଳିକା ଭୁବନେଶ୍ୱରରୁ ଉଦ୍ଧାର: ଜେଲ ଗଲେ…

ଦିଗପହଣ୍ଡି,୧୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ଅଞ୍ଚଳରୁ ଅପହୃତ କରାଯାଇଥିବା ଜଣେ ନାବାଳିକାଙ୍କୁ ପାଟପୁର ପୋଲିସ ଭୁବନେଶ୍ୱରସ୍ଥିତ ଏକ ଘରୁ ଉଦ୍ଧାର କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image