Posted inଜାତୀୟ

ତେଲେଙ୍ଗାନା ଏନ୍‌କାଉଣ୍ଟର: ପୁଣିଥରେ ବ୍ୟବଚ୍ଛେଦ ହେବ ଅପରାଧୀଙ୍କ ସଂରକ୍ଷିତ ମୃତଦେହ

ହାଇଦ୍ରାବାଦ,୨୧।୧୨: ତେଲେଙ୍ଗାନାର ବହୁ ଚର୍ଚ୍ଚିତ ମହିଳା ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ୪ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରାଯାଇଥିଲା। ଏହାପରେ ସେମାନଙ୍କ ମୃତଦେହକୁ ବ୍ୟବଚ୍ଛେଦ କରାଯାଇ ଗାନ୍ଧୀ ହସ୍ପିଟାଲର ଶବଗୃହରେ ସଂରକ୍ଷିତ ରଖାଯାଇଥିଲା। ଶନିବାର ତେଲେଙ୍ଗାନା ହାଇକୋର୍ଟ ପୁଣିଥରେ ସମସ୍ତ ୪ ଅଭିଯୁକ୍ତଙ୍କ ସଂରକ୍ଷିତ ମୃତଦେହକୁ ବ୍ୟବଚ୍ଛେଦ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଯୋଗ୍ୟ, ଚଳିତ ମାସ ପ୍ରଥମ ସପ୍ତାହରେ ଘଟଣାସ୍ଥଳକୁ ୪ ଅଭିଯୁକ୍ତଙ୍କୁ ନେଇ ସିନ୍‌ ରିକ୍ରିଏଟ କରିବା ସମୟରେ ସେମାନେ ଖସି ପଳାଇ ଯିବାକୁ ଚେଷ୍ଟା କରିଥିଲେ। ଏହାସହ ପୋଲିସ ଉପରକୁ ଆକ୍ରମଣ ମଧ୍ୟ କରିଥିଲେ। ଫଳରେ ହାଇଦ୍ରାବାଦ ପୋଲିସ ଏନ୍‌କାଉଣ୍ଟର କରିବାରୁ ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି।...

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ...

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ...

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର...

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ...

ପୂର୍ବରୁ ଫେଲ ମାରିବା ପରେ କାହିଁକି ପୁଣିଥରେ ଡାକ୍ତରଙ୍କୁ ବୈଠକ ପାଇଁ ଡାକିଲେ ମମତା

କୋଲକାତା,୧୬।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ମାମଲାରେ ଆଜିବି ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri