ଦଶଟି କଥା

ବୟସ ବଢ଼ିବା ସହ କେତୋଟି ବିଷୟ ପ୍ରତି ଦୃଷ୍ଟି ଦେବାକୁ ପଡିଥାଏ। ବିଶେଷ ଭାବରେ ଏହି ସମୟରେ ନିମ୍ନୋକ୍ତ ୧୦ଟି କଥାକୁ ଧ୍ୟାନ ଦେଲେ ତାହା ନିଜକୁ ସୁସ୍ଥ ରଖିବା କ୍ଷେତ୍ରରେ ଅନେକ ସହାୟକ ହୋଇପାରିବ। ପ୍ରଥମେ ନିଜ ଖାଦ୍ୟପେୟ ପ୍ରତି ସାବଧାନତା ଅବଲମ୍ବନ କରନ୍ତୁ। ଏହି ତାଲିକାରେ କାର୍ବୋହାଇଡ୍ରେଟ ଖାଦ୍ୟ ସାମିଲ କରନ୍ତୁ। ଏହି ବୟସରେ ଫ୍ୟାଟ୍‌ଯୁକ୍ତ ଖାଦ୍ୟଠାରୁ ଯେତେ ଦୂରେଇ ରହିବେ ସେତେ ଭଲ। ନିଜକୁ ସୁସ୍ଥ ରଖିବା ପାଇଁ ତଟକା ଫଳମୂଳ ଏବଂ ସବୁଜପନିପରିବାରେ ପ୍ରସ୍ତୁତ ଖାଦ୍ୟ ଖାଆନ୍ତୁ। ବୟସ ବଢ଼ିବା ସହ ଲୁଣ ଏବଂ ମିଠାଜାତୀୟ ଖାଦ୍ୟ ବର୍ଜନ କରନ୍ତୁ। ଏକାଥରେ ପୁଳାଏ ଖାଦ୍ୟ ନ ଖାଇ ନିୟମିତ ସମୟ ଅନ୍ତରାଳରେ ଅଳ୍ପ ଅଳ୍ପ ଖାଦ୍ୟ ଖାଆନ୍ତୁ। ଏହି ସମୟରେ ଶରୀରରେ ଜଳୀୟ ଅଂଶ ସନ୍ତୁଳିତ ରହିବା ନିହାତି ଜରୁରୀ। ତେଣୁ ସେହି ଅନୁସାରେ ପାଣି ପିଅନ୍ତୁ। ବୟସ ବଢ଼ିଲେ ଗୋଟିଏ ଜିନିଷ ପ୍ରତି ନଜର ଦେବାକୁ ଭୁଲନ୍ତୁ ନାହିଁ। ତାହା ହେଲା ଓଜନ। ବୟସ୍କ ବ୍ୟକ୍ତି ନିଜ ଓଜନକୁ ସନ୍ତୁଳିତ ରଖିବା ଆବଶ୍ୟକ। ସେହି ଅନୁସାରେ ଖାଦ୍ୟ ଖାଆନ୍ତୁ। ବ୍ୟାୟାମକୁ ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରନ୍ତୁ। ଗୋଟିଏ କଥା ସବୁବେଳେ ମନେ ରଖିବା ଦରକାର। ନିଜକୁ ସୁସ୍ଥ ରଖିବା ନିଜ ଉପରେ ହିଁ ନିର୍ଭର କରିଥାଏ। ତେଣୁ ଏଥିପ୍ରତି ନଜର ଦେବାକୁ ଭୁଲନ୍ତୁ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ସକାଳେ ପିଇବେ ଲେମ୍ବୁ ପାଣି

ଆମର ଅନିୟମିତ ଜୀବନ ଶୈଳୀ ଏବେ ଆମକୁ ଅନେକ ରୋଗ ମୁହଁକୁ ଠେଲି ଦେଉଛି। ଅସମୟରେ ଅନେକେ ବିଭିନ୍ନ ପ୍ରକାର ରୋଗର ଶିକାର ହେଉଛନ୍ତି। ହେଲେ...

ସୁନା ହଜିବା କାହିଁକି ଅଶୁଭ? ଦେଖାଯାଏ ଖରାପ ସଙ୍କେତ

ହିନ୍ଦୁ ଧର୍ମରେ ସୁନାକୁ ସବୁଠାରୁ ପବିତ୍ର ଧାତୁ ଭାବରେ ବିବେଚନା କରାଯାଏ ଏବଂ ଏହାକୁ ଦେବୀ ଲକ୍ଷ୍ମୀଙ୍କ ପ୍ରତୀକ ଭାବରେ ବିବେଚନା କରାଯାଏ। ଏହି କାରଣରୁ...

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ…

ଶିଡ଼ି ଚଢ଼ିଲେ କାହିଁକି ଖୁବ୍‌ଶୀଘ୍ର କମିଥାଏ ଓଜନ, ଜାଣନ୍ତୁ ଏହାର ଅସଲ କାରଣ… ଓଜନ ହ୍ରାସ କରିବା ପାଇଁ ଲୋକମାନେ ବିଭିନ୍ନ ପ୍ରକାରର ଉପାୟ ଅବଲମ୍ବନ...

ଘରୋଇ ଉପଚାର ଦ୍ୱାରା ରୂପଚର୍ଯ୍ୟା

ଗ୍ରୀକ୍‌, ଇଜିପ୍ଟରେ ବହୁ ବର୍ଷ ପୂର୍ବେ ସୌନ୍ଦର୍ଯ୍ୟକୁ ନେଇ ମଧ୍ୟ ଲୋକେ ବେଶ୍‌ ସଜାଗ ରହୁଥିଲେ ବୋଲି ଇତିହାସରେ ବର୍ଣ୍ଣନା କରା ଯାଇଛି । ଜାଣନ୍ତୁ...

ଅନେକ ରୋଗର ମହୋଷଧି ରସୁଣ

ରସୁଣ ଖାଇବାର ଲାଭ ଅନେକ। ଆୟୁର୍ବେଦରେ ରସୁଣକୁ ମହୌଷଧି ଭାବେ ବିବେଚିତ କରାଯାଇଛି। କୁହାଯାଏ, କୌଣସି ନା କୌଣସି ରୂପରେ ରସୁଣକୁ ଡାଏଟ ପ୍ଲାନରେ ସାମିଲ...

ପେଟ କମାଏ ଗୋଲମରିଚ

ଆମ ରୋଷେଇ ଘରେ ମିଳୁଥିବା ଅନେକ ପ୍ରକାରର ମସଲା ଆମକୁ ନିରୋଗ ରଖିବାରେ ସହାୟ ହୋଇଥାଏ। ହେଲେ ଏହାର ବ୍ୟବହାର ସମ୍ପର୍କରେ ଅନେକ ସମୟରେ ଆମେ...

କିଡ୍‌ନୀ ଟ୍ରାନ୍ସପ୍ଲାଣ୍ଟ

ମଣିଷ ଶରୀରରୁ ବିଷାକ୍ତ ପଦାର୍ଥକୁ ମୁତ୍ର ଆକାରରେ ବାହାର କରିବା ଏବଂ ରକ୍ତକୁ ପରିସ୍କାର କରିବାରେ ମୁଖ୍ୟ ଭୂମିକା ବହନ କରିଥାଏ ବୃକକ୍‌ ବା କିଡ୍‌ନୀ।...

ଅସ୍ଥିକୁ ଶକ୍ତ କରେ ଖଜୁରି

ଖଜୁରିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଏକ ସଦ୍ୟତମ ସର୍ଭେରୁ ଜଣାପଡ଼ିଛି ଯେ ଯଦି ଜଣେ ବ୍ୟକ୍ତି ନିୟମିତ ଖଜୁରି ଖାଆନ୍ତି ତେବେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image