ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଚନ୍ଦ୍ରପୃଷ୍ଠର ପଥର

ନୂଆଗାଁ,୧୮ା୯ (ଡି.ଏନ.ଏ.): ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ଇସ୍ରୋ) ଚନ୍ଦ୍ରୟାନ -୨କୁ ଚନ୍ଦ୍ରପୃଷ୍ଠରେ ଅବତରଣ କରି ଚନ୍ଦ୍ରରେ ଥିବା ଅନେକ ତଥ୍ୟ ଉନ୍ମୋଚନ କରି ମହାକାଶ ଇତିହାସରେ ନୂଆ ଅଧ୍ୟାୟ ସୃଷ୍ଟି କରିବା ପାଇଁ ପ୍ରୟାସ ଜାରି ରଖିଛି। କିନ୍ତୁ ଏହାର ବହୁବର୍ଷ ପୂର୍ବରୁ ଚନ୍ଦ୍ରପୃଷ୍ଠରୁ ଆସିଥିବା ତିନିଖଣ୍ଡ ପଥର ନୟାଗଡ଼ ଜିଲା ନୂଆଗାଁ ବ୍ଲକ ଉଦୟପୁର ପଞ୍ଚାୟତର ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଗଚ୍ଛିତ ରହିଛି। ଉକ୍ତ ପଥର ତିନିଖଣ୍ଡକୁ ୧୯୮୪ ମସିହାରୁ ଦାସିଆ ଅଜାଙ୍କ ସଂଗ୍ରହାଳୟରେ ଗବେଷକ, ପର୍ଯ୍ୟଟକ ଓ ଦର୍ଶକମାନଙ୍କ ଉଦ୍ଦେଶ୍ୟରେ ପ୍ରଦର୍ଶିତ କରାଯାଇଛି। ପଣ୍ଡିତ ନୀଳକଣ୍ଠ ଦାସଙ୍କ ପୁତ୍ର ପ୍ରଫେସର ଡା. ବିକ୍ରମ ଦାସ ଆମେରିକାରେ ରହୁଥିବା ସମୟରେ ଚନ୍ଦ୍ର ପୃଷ୍ଠର ଏହି ପଥର ଓ ୬୫ ବର୍ଷ ପୂର୍ବର ଡାଇନୋସର ହାଡ଼ ସଂଗ୍ରହ କରି ଓଡ଼ିଶାକୁ ଆଣିଥିଲେ। ସେହି ସମୟରେ ଏହି ପଥର ଓ ଉତ୍କଳମଣି ଗୋପବନ୍ଧୁଙ୍କ ବ୍ୟବହୃତ ବାକ୍ସକୁ ରାଜ୍ୟ ସଂଗ୍ରହାଳୟରେ ପ୍ରଦର୍ଶିତ କରିବା ପାଇଁ ପ୍ରଫେସର ଦାସଙ୍କୁ ସରକାର ପ୍ରସ୍ତାବ ଦେଇଥିଲେ ମଧ୍ୟ ତାହା କରାଯାଇପାରି ନ ଥିଲା। ପ୍ରଫେସର ଦାସ ଦାସିଆ ଅଜାଙ୍କ ସଂଗ୍ରହାଳୟ ଦେଖିବା ପରେ ଏହି ବିରଳ ପଦାର୍ଥଗୁଡିକୁ ପ୍ରଦର୍ଶିତ କରିବା ଉଦ୍ଦେଶ୍ୟରେ ଦାସିଆ ଅଜାଙ୍କୁ ପ୍ରଦାନ କରିଥିଲେ। ସଂଗ୍ରହାଳୟର ସମ୍ପାଦକ ତଥା ଦାସିଆ ଅଜାଙ୍କ ନାତି ଦୀପକ କୁମାର ପଟ୍ଟନାୟକ ଏହି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

‘ଭୋଟ ଚୋରି’ ବିରୋଧରେ କଂଗ୍ରେସର ପ୍ରଦର୍ଶନ, ରାମଲିଳା ମଇଦାନରେ ଏକାଠି ହେବେ ବହୁ ବରିଷ୍ଠ

ନୂଆଦିଲ୍ଲୀ,୧୪।୧୨: କଂଗ୍ରେସ କଥିତ ନିର୍ବାଚନୀ ଜାଲିଆତି ଏବଂ ‘ଭୋଟ ଚୋରି’ ବିରୋଧରେ ଅଭିଯାନକୁ ତୀବ୍ରତର କରୁଛି। ଡିସେମ୍ବର ୧୪, ୨୦୨୫ ରବିବାର ଦିଲ୍ଲୀର ରାମଲୀଳା ମଇଦାନରେ...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

‘ଅତିରିକ୍ତ ଶୁଳ୍କ ଲଗାଇଲେ ସମ୍ପର୍କ ଖରାପ ହୋଇପାରେ, କାଥାବାର୍ତ୍ତା ମାଧ୍ୟମରେ…,’ ମେକ୍ସିକୋର ଟାରିଫକୁ ନେଇ ଭାରତ କହିଲା…

ନୂଆଦିଲ୍ଲୀ,୧୪।୧୨: ମେକ୍ସିକୋର କିଛି ଭାରତୀୟ ଉତ୍ପାଦ ଉପରେ ୫୦ ପ୍ରତିଶତ ପର୍ଯ୍ୟନ୍ତ ଶୁଳ୍କ ବୃଦ୍ଧି ନିଷ୍ପତ୍ତି ପରେ ଭାରତ ସରକାର କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି।...

ଏଇ ଭାରତରେ

କୋଭିଡ୍‌ ମହାମାରୀ ସମୟରେ ଅନ୍‌ଲାଇନ ପଢ଼ାରେ ପିଲାମାନେ ଅଭ୍ୟସ୍ତ ହୋଇଯାଇଥିଲେ। ଘରେ ରହିଲେ ମଧ୍ୟ ପିଲାମାନେ ମୋବାଇଲ ଆସକ୍ତି ଛାଡ଼ି ପାରୁନାହାନ୍ତି। ପିଲାଙ୍କ ମାନସିକ ସ୍ଥିତି...

ପରିବେଶତନ୍ତ୍ରୀ

”ଆଜି ଯେଉଁଠି ପହଞ୍ଚଛି ସେଥିପାଇଁ ପ୍ରେରଣା ସ୍ଥାନୀୟ ଗ୍ରାମରୁ ପାଇଛି, ଯେଉଁଠି ଲୋକମାନେ ମୋ ସହ ଠିଆ ହୋଇଥିଲେ। ହେନ୍ତାଳବଣକୁ ନିଜର ଭାବି ପରିଷ୍କାର କରିବାରେ...

ପୂର୍ବତନ ଆଇଏଏସ ଅଧିକାରୀ ରାଜକୁମାର ଗୋଏଲ ହେବେ ମୁଖ୍ୟ ସୂଚନା କମିଶନର, ସୋମବାର ନେବେ ଶପଥ

ନୂଆଦିଲ୍ଲୀ,୧୪।୧୨: ଅବସରପ୍ରାପ୍ତ IAS ଅଧିକାରୀ ରାଜ କୁମାର ଗୋଏଲ ଦେଶର ପରବର୍ତ୍ତୀ ମୁଖ୍ୟ ସୂଚନା କମିଶନର (CIC) ହେବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri