ଦେବଗଡ,୧୧ା୪(ଡି.ଏନ.ଏ):ଦେବଗଡ ଥାନା ଅଧୀନ ସାନ ଶିରଡିହି ଗ୍ରାମରେ ଦିଅରର ଠେଙ୍ଗାମାଡରେ ଭାଉଜଙ୍କ ମୃତ୍ୟୁ ଘଟିଛି। ମୃତ ମହିଳା ଜଣକ ହେଲେ ସ୍ବର୍ଗତ ବିଜୟ ବାଙ୍କିରାଙ୍କ ସ୍ତ୍ରୀ ଶନିବାରୀ ବାଙ୍କିରା (୫୦)। ଏ ନେଇ ଶନିବାରୀଙ୍କ ପୁଅ କଙ୍କରୁ (୨୩) ଲିଖିତ ଅଭିଯୋଗ କରିବା ପରେ ଦେବଗଡ ଥାନା ପୋଲିସ ଏକ ହତ୍ୟା ମାମଲା ରୁଜୁ କରିଛି। ଶନିବାରୀଙ୍କ ଦିଅର ତଥା ଅଭିଯୁକ୍ତ ଶୁକଦେବଙ୍କୁ ଥାନାକୁ ଆଣି ପଚରା ଉଚୁରା କରୁଛି। ଅନ୍ୟପକ୍ଷରେ ମୃତଦେହ ବ୍ୟବବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ପୋଲିସ ସୂଚନା ଦେଇ କହିଛି ଯେ, ଶନିବାରୀ ନିଜ ୪ ସନ୍ତାନ ସନ୍ତତିଙ୍କ ସହ ମୂଲ ଲାଗି ପରିବାର ପ୍ରତିପୋଷଣ କରିଆସୁଥିଲେ। ହେଲେ ଗତ କିଛି ଦିନ ହେଲା ଅସୁସ୍ଥତା ହେତୁ କାମ କରି ନ ପାରି ସେ ଘରେ ରହୁଥିଲେ। ଦିଅର ଶୁକଦେବ କେତୋଟି ବତକ ପାଳିଛନ୍ତି। ହେଲେ ଏ ଗୁଡିକ ଆହତ ହୋଇଥିବାରୁ ଭାଉଜଙ୍କୁ ସେ ଦାୟୀ କରି ଠେଙ୍ଗାରେ ଆକ୍ରମଣ କରିଥିଲେ। ଫଳରେ ଶନିବାରୀଙ୍କର ୨ଟିଯାକ ହାତ ଭାଙ୍ଗି ଯିବାସହ ସେ ଗୁରୁତର ଆହତ ହୋଇଥିଲେ। ଶନିବାରୀଙ୍କ ପୁଅ କଙ୍କରୁ ତାଙ୍କୁ ଚିକିତ୍ସା ପାଇଁ ଦେବଗଡ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ସେ ଆଖି ବୁଜିଛନ୍ତି।
Posted inHome, Home Left, ଆମ ଜିଲା ଖବର, ଦେବଗଡ଼ View All
କ୍ରିକେଟ କପ୍: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ
କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...
ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର
ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...
ତୃତୀୟ ଟି୨୦ରେ ଭାରତର ଦମ୍ଦାର ବିଜୟ: ୨-୧ରେ ସିରିଜ୍ ଅଗ୍ରଣୀ
ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍ ବାକି...
ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର
ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...
ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ
ନୂଆଦିଲ୍ଲୀ,୧୪।୧୨: ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ
ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...
Archives


