Posted inଖେଳ

ଦିନିକିଆ ସିରିଜ ଜିତିଲା ଶ୍ରୀଲଙ୍କା

କଲମ୍ବୋ, ୨୯।୭- ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କା ୩୨ଟି ବଲ ବାକି ରଖି ୭ ଉଇକେଟରେ ଅତି ସହଜରେ ବିଜୟ ହାସଲ କରିଛି। ଏଥିସହିତ ୩ ମ୍ୟାଚ୍‌ ବିଶିଷ୍ଟ ଏହି ଦିନିକିଆ ସିରିଜରେ ଶ୍ରୀଲଙ୍କା ୨-୦ରେ ଅଗ୍ରଣୀ ହେବା ସହ ଆଗୁଆ ସିରିଜ ହାତେଇ ନେଇଛି। ରବିବାର ସ୍ଥାନୀୟ ପ୍ରେମାଦାସା ଷ୍ଟାଡିୟମରେ ବାଂଲାଦେଶ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରି ୫୦ ଓଭରରେ ୮ ଉଇକେଟ ହରାଇ ୨୩୮ ରନ ସଂଗ୍ରହ କରିଥିଲା। ଜବାବରେ ଶ୍ରୀଲଙ୍କା ୪୪.୪ ଓଭରରେ ୩ ଉଇକେଟ ହରାଇ ୨୪୨ ରନ କରି ବିଜୟୀ ହୋଇଛି। ୮୨ ରନର ଉପଯୋଗୀ ପାଳି ଖେଳିଥିବା ଶ୍ରୀଲଙ୍କା ଓପନର ଅଭିସ୍କା ଫର୍ନାଣ୍ଡୋ ମ୍ୟାନ ଅଫ୍‌ ଦି ମ୍ୟାଚ୍‌ ବିବେଚିତ ହୋଇଥିଲେ।
୨୩୯ ରନ ବିଜୟ ଲକ୍ଷ୍ୟର ପିଛା କରି ଶ୍ରୀଲଙ୍କା ଭଲ ଆରମ୍ଭ କରିଥିଲା। ଫର୍ନାଣ୍ଡୋ ୮୨, ଅଧିନାୟକ ଦିମୁଥ କରୁଣାରତ୍ନେ ୧୫, ଉଇକେଟକିପର ବ୍ୟାଟ୍ସମ୍ୟାନ କୁଶଲ ପେରେରା ୩୦ ରନ କରି ଆଉଟ ହୋଇଥିବାବେଳେ କୁଶଲ ମେଣ୍ଡିସ୍‌ ୪୧ ଓ ଆଞ୍ଜେଲୋ ମାଥ୍ୟୁସ ୫୨ ରନ କରି ଅପରାଜିତ ରହିବା ସହ ଦଳକୁ ବିଜୟୀ କରାଇଥିଲେ। ବୋଲିଂରେ ବାଂଲାଦେଶ ତରଫରୁ ମୁସ୍ତାଫିଜୁର ରହମାନ ୨, ମେହିଦି ହାସନ ଗୋଟିଏ ଉଇକେଟ ଅକ୍ତିଆର କରିଥିଲେ।
ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ତରଫରୁ ମୁସ୍‌ଫିକର ରହିମ ୯୮, ମେହିଦି ୪୩ ରନ କରିଥିବା ବେଳେ ଅନ୍ୟମାନେ ବିଫଳ ହୋଇଥିଲେ। ବୋଲିଂରେ ଶ୍ରୀଲଙ୍କା ତରଫରୁ ନୂଆଦ ପ୍ରଦୀପ, ଇସୁରୁ ଉଡାନା ଓ ଅକିଲ ଦନଞ୍ଜୟ ୨ଟି ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ବାଂଲାଦେଶ ୫୦ ଓଭରରେ ୨୩୮/୮
(ମୁସ୍‌ଫିକର- ୯୮*, ମେହିଦି- ୪୩, ପ୍ରଦୀପ- ୨/ ୫୩, ଉଡାନା- ୨/୫୮, ଦନଞ୍ଜୟ- ୨/ ୩୯ )।
ଶ୍ରୀଲଙ୍କା ୪୪.୪ ଓଭରରେ ୨୪୨/୩
(ଅଭିସ୍କା- ୮୨, ମାଥ୍ୟୁସ – ୫୨*, କୁଶଲ ମେଣ୍ଡିସ- ୪୧*, ମୁସ୍ତାଫିଜୁର- ୨/୫୦)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

WWEରୁ ଅବସର ନେଲେ ଜନ୍ ସିନା, ଜାରି ରହିବ ଫିଲ୍ସ କ୍ୟାରିୟର

ନୂଆଦିଲ୍ଲୀ,୧୪।୧୨: ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି WWE ରିଙ୍ଗରେ ରାଜ କରିଥିବା ଜନ୍ ସିନା ଶେଷରେ ତାଙ୍କ କ୍ୟାରିଅରକୁ ବିଦାୟ ଦେଇଛନ୍ତି । ୪୮ବର୍ଷ...

ମେସିଙ୍କ ସହ ସେଲ୍‌ଫି ନେବାକୁ ଚାହୁଁଥିଲେ ବିକ୍ରି କରିବାକୁ ପଡ଼ିପାରେ ଆପଣଙ୍କ ଘର! ଟିକେଟର ଦାମ ଶୁଣିଲେ…

ନୂଆଦିଲ୍ଲୀ,୧୪।୧୨: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ ମେସି ବର୍ତ୍ତମାନ ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ସେ ପ୍ରଥମେ କୋଲକାତାରେ ପହଞ୍ଚିଥିଲେ, ତା’ପରେ ହାଇଦ୍ରାବାଦରେ ପହଞ୍ଚିଥିଲେ...

ମେସିଙ୍କ ୭୦ଫୁଟ୍‌ର ପ୍ରତିମୂର୍ତ୍ତି ଉନ୍ମୋଚିତ

କୋଲକାତା, ୧୩ା୧୨: ଶନିବାର କୋଲକାତାର ଲେକ୍‌ ସହର ଅନ୍ତର୍ଗତ ଶ୍ରୀଭୂମି ସ୍ପୋର୍ଟିଂ କ୍ଲବ ପରିସରରେ ଷ୍ଟାର ଫୁଟ୍‌ବଲର ଲାୟୋନେଲ ମେସି ତାଙ୍କର ଏକ ୭୦ଫୁଟ୍‌ ଉଚ୍ଚତା...

ମେସିଙ୍କ କୋଲକାତା ଇଭେଣ୍ଟ, ଅଡୁଆରେ ପଡ଼ିଲେ ଅର୍ଗାନାଇଜର, ଗଠନ ହେଲା ତଦନ୍ତ କମିଟି

କୋଲକାତା,୧୩।୧୨: କୋଲକାତାରେ ଆର୍ଜେଣ୍ଟିନା ଫୁଟବଲ ତାରକା ଲିଓନେଲ ମେସିଙ୍କ କନସର୍ଟରେ ଘଟିଥିବା ବିଶାଳ ବିଶୃଙ୍ଖଳା ସମ୍ପର୍କରେ ପଶ୍ଚିମବଙ୍ଗ ଡିଜିପି ରାଜୀବ କୁମାର କହିଛନ୍ତି ଯେ କାର୍ଯ୍ୟକ୍ରମର...

କାହିଁକି ଷ୍ଟାଡ଼ିୟମରେ ହେଲା ହଙ୍ଗାମା, କାହିଁକି ରାଗିଲେ ମେସିଙ୍କୁ ଦେଖିବାକୁ ଆସିଥିବା ଦର୍ଶକେ, ସରକାର ନେଲେ କି…

କୋଲକାତା,୧୩।୧୨: ଶନିବାର ସକାଳେ ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ଦେଖିବା ପାଇଁ କୋଲକାତାର ସଲ୍ଟ ଲେକ ଷ୍ଟାଡିୟମରେ ପ୍ରଶଂସକମାନେ ଏକାଠି ହୋଇଥିଲେ। GOAT ଇଣ୍ଡିଆ...

ଭିନ୍ନ ଷ୍ଟାଇଲରେ ପୁଅ ସହ ମେସିଙ୍କୁ ଭେଟିଲେ ଶାହାରୁଖ, ଭିଡିଓ ଭାଇରାଲ

କୋଲକାତା,୧୩।୧୨: ଭାରତୀୟ ପ୍ରଶଂସକମାନେ ଏକ ସ୍ମରଣୀୟ ମୁହୂର୍ତ୍ତର ସାକ୍ଷୀ ହୋଇଥିଲେ ଯେତେବେଳେ ବଲିଉଡର ‘ବାଦଶାହା’ ଶାହରୁଖ ଖାନ ଏବଂ ଫୁଟବଲର ‘ବାଦଶାହା’ ଲିଓନେଲ ମେସିଙ୍କ ସାକ୍ଷାତ...

ମେସିଙ୍କୁ ଦେଖିବା ପାଇଁ ହଙ୍ଗାମା: କ୍ଷମା ମାଗିଲେ ମମତା

କୋଲକାତା,୧୩।୧୨: ଆର୍ଜେଣ୍ଟିନା ଫୁଟବଲ କିମ୍ବଦନ୍ତୀ ଲିଓନେଲ ମେସିଙ୍କୁ ନେଇ କୋଲକାତାରେ ବିଶୃଙ୍ଖଳା ସୃଷ୍ଟି ହୋଇଛି। ମେସି ସଲ୍ଟ ଲେକ ଷ୍ଟାଡିୟମରେ ପହଞ୍ଚିବା ପରେ ଅଧିକ ମୂଲ୍ୟର...

ମେସିଙ୍କୁ ଦେଖିବାକୁ ହଙ୍ଗାମା, ଚେୟାର ଭାଙ୍ଗିଲେ.. ବୋତଲ ଫିଙ୍ଗିଲେ

ନୂଆଦିଲ୍ଲୀ,୧୩।୧୨: ଆର୍ଜେଣ୍ଟିନା ଫୁଟବଲ୍ କିମ୍ବଦନ୍ତୀ ଲିଓନେଲ୍ ମେସି ତିନି ଦିନିଆ ଭାରତ ଗସ୍ତରେ ଅଛନ୍ତି। ତାଙ୍କର ଗସ୍ତ କୋଲକାତାରୁ ଆରମ୍ଭ ହୋଇଛି। ମେସି ହେଉଛନ୍ତି ମିଳିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri