Posted inଜାତୀୟ

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୪ା୧୧(ପି.ଟି.): ରାଜଧାନୀ ଦିଲ୍ଲୀର ବାୟୁ ବିପଜ୍ଜନକ ସ୍ଥିତିରେ ପହଞ୍ଚିଛି। ଶନିବାର ବାୟୁ ମାନ ସୂଚକାଙ୍କ (ଏକ୍ୟୁଆଇ) ୪୦୭ ଥିଲାବେଳେ ରବିବାର ଏହା ୬୨୫କୁ ବୃଦ୍ଧି ପାଇଛି। ଧୂଳି ଓ ଧୂଆଁର ବହଳ ଆସ୍ତରଣ ଦିଲ୍ଲୀ ଆକାଶକୁ ଆଚ୍ଛାଦିତ କରି ରଖିବା ଫଳରେ ଟ୍ରାଫିକ୍‌ ସମସ୍ୟା ସୃଷ୍ଟି ହେବା ସାଙ୍ଗକୁ ଶ୍ୱାସକ୍ରିୟା ମଧ୍ୟ କଷ୍ଟକର ହୋଇପଡିଛି। ଆସ୍ତରଣ ଯୋଗୁ ସ୍ପଷ୍ଟ ଦେଖାଯାଉ ନ ଥିବାରୁ ଦିଲ୍ଲୀରେ ଅବତରଣ କରିବାକୁ ଥିବା ୩୭ଟି ବିମାନକୁ ଅନ୍ୟ ବିମାନବନ୍ଦରକୁ ପଠାଇଦିଆଯାଇଛି। ଏୟାର ଇଣ୍ଡିଆର ୧୨ଟି ବିମାନ ଜୟପୁର, ଅମୃତସର ଓ ଲକ୍ଷ୍ନୌକୁ ପଠାଯାଇଛି। ଦିଲ୍ଲୀର ସମସ୍ତ ସ୍କୁଲ ମଙ୍ଗଳବାର ପର୍ଯ୍ୟନ୍ତ ବନ୍ଦ ରଖିବା ପାଇଁ ସରକାର ନିଷ୍ପତ୍ତି ନେଇଥିଲାବେଳେ ଏଥିରେ ନୋଏଡା ଓ ଗାଜିଆବାଦର ସ୍କୁଲଗୁଡିକୁ ମଧ୍ୟ ସାମିଲ କରାଯାଇଛି। ଦିଲ୍ଲୀ ବାୟୁ ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟରେ ସୋମବାର ଶୁଣାଣି ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ର ଓ କ୍ୟାବିନେଟ ସଚିବ ରାଜୀବ ଗୌବା ଏହା ଉପରେ ଆଲୋଚନା କରିଥିବା ଜଣାପଡିଛି। ବୈଠକରେ ଦିଲ୍ଲୀର ଉଚ୍ଚ ପଦାଧିକାରୀମାନଙ୍କ ସହ ପଞ୍ଜାବ ଓ ହରିୟାଣା ସରକାରଙ୍କ ପ୍ରତିନିଧିମାନେ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଲୋଚନାରେ ଭାଗ ନେଇଥିଲେ। କ୍ୟାବିନେଟ ସଚିବ ପ୍ରତିଦିନ ଦିଲ୍ଲୀ ଓ ପଡୋଶୀ ରାଜ୍ୟଗୁଡିକର ବାୟୁ ସ୍ଥିତି ଅନୁଧ୍ୟାନ କରିବେ ବୋଲି ବୈଠକରେ ନିଷ୍ପତ୍ତି ନିଆଯାଇଛି। ସେହିପରି ଦିଲ୍ଲୀ, ପଞ୍ଜାବ ଓ ହରିୟାଣାର ମୁଖ୍ୟ ସଚିବମାନଙ୍କୁ ବିଭିନ୍ନ ଜିଲାର ସ୍ଥିତି ଅନୁଧ୍ୟାନ କରିବାକୁ କୁହାଯାଇଛି।
ଉତ୍ତର ଭାରତରେ ବାୟୁ ପ୍ରଦୂଷଣ ସ୍ତର ଅସହ୍ୟ ହୋଇଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ଟୁଇଟ୍‌ କରିଛନ୍ତି। ତାଙ୍କ ସରକାର ପ୍ରଦୂଷଣ ହ୍ରାସ ପାଇଁ ଏକାଧିକ ପଦକ୍ଷେପ ଗ୍ରହଣ କରିଛନ୍ତି। କୌଣସି ଦୋଷ ନ ଥାଇ ଦିଲ୍ଲୀବାସୀ ପ୍ରଦୂଷଣଜନିତ ସମସ୍ୟାର ସମ୍ମୁଖୀନ ହୋଇଛନ୍ତି। ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ମଧ୍ୟ ପ୍ରଦୂଷଣକୁ ନେଇ ଚିନ୍ତାବ୍ୟକ୍ତ କରିଛନ୍ତି। କେନ୍ଦ୍ର ସରକାର ଏନେଇ ତୁରନ୍ତ ପଦକ୍ଷେପ ନେବା ଆବଶ୍ୟକ ବୋଲି ସେ କହିଛନ୍ତି। ପଡୋଶୀ ରାଜ୍ୟଗୁଡିକରେ ଚାଷୀ କ୍ଷେତରେ ନଡ଼ା ଜାଳିବା ଏବଂ ଶିଳ୍ପସଂସ୍ଥାଗୁଡିକ ବିଷାକ୍ତ ବର୍ଜ୍ୟ ପଦାର୍ଥ ଛାଡିବା ଯୋଗୁ ବାୟୁ ପ୍ରଦୂଷଣ ବୃଦ୍ଧି ପାଉଥିବା ଦର୍ଶାଇ ଏଦିଗରେ ଆବଶ୍ୟକ ପଦକ୍ଷେପ ନେବା ଲାଗି ସମ୍ପୃକ୍ତ ରାଜ୍ୟଗୁଡିକୁ ନିର୍ଦ୍ଦେଶ ଦେବା ନିମନ୍ତେ ପରିବେଶ ପ୍ରଦୂଷଣ ନିୟନ୍ତ୍ରଣ କର୍ତ୍ତୃପକ୍ଷ (ଇପିସିଏ) ସୁପ୍ରିମକୋର୍ଟରେ ଆବେଦନ କରିଥିଲେ। ଅପରପକ୍ଷରେ ପ୍ରଦୂଷଣକୁ ନେଇ ରାଜନୀତି କରାଯିବା ଉଚିତ ନୁହେଁ। ସମ୍ପୃକ୍ତ ରାଜ୍ୟ ମୁଖ୍ୟମନ୍ତ୍ରୀମାନଙ୍କର ଏକ ବୈଠକ ଡାକିବା ଲାଗି କେଜ୍‌ରିଓ୍ବାଲ କେନ୍ଦ୍ର ପରିବେଶ ମନ୍ତ୍ରୀ ପ୍ରକାଶ ଜାଭଡେକରଙ୍କୁ ଅନୁରୋଧ କରିଛନ୍ତି। ତାଙ୍କ ସରକାର କାହା ଉପରେ ଦୋଷ ଲଦିବାକୁ ଚାହୁଁ ନାହାନ୍ତି, ବରଂ ନଡ଼ା ପୋଡ଼ିଜନିତ ପ୍ରଦୂଷଣ ରୋକିବା ଦିଗରେ ସମାଧାନର ସୂତ୍ର ବାହାରିବା ଆବଶ୍ୟକ ବୋଲି ଏଏପି ନେତା କହିଛନ୍ତି।
ବାୟୁ ପ୍ରଦୂଷଣ ରୋକିବା ଲାଗି ଦିଲ୍ଲୀ ସରକାର ସୋମବାରଠାରୁ ଗାଡ଼ି ଚଳାଚଳ କ୍ଷେତ୍ରରେ ଯୁଗ୍ମ-ଅଯୁଗ୍ମ ସୂତ୍ର ପ୍ରୟୋଗ କରିବାକୁ ଯାଉଛନ୍ତି। ଏହା ୧୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଫଳରେ ରାସ୍ତାରେ ଯାନବାହନ ସଂଖ୍ୟା ଯଥେଷ୍ଟ ହ୍ରାସ ପାଇବ। ଜାତୀୟ ରାଜଧାନୀ ଅଞ୍ଚଳରେ ଜନସ୍ବାସ୍ଥ୍ୟ ଜରୁରୀ ପରିସ୍ଥିତି ଜାରିହେବା ସହ ମଙ୍ଗଳବାର ପର୍ଯ୍ୟନ୍ତ ସମସ୍ତ ସ୍କୁଲ କଲେଜ ବନ୍ଦ ରଖାଯାଇଛି। ବିମାନବନ୍ଦର, ଦିଲ୍ଲୀ ମେଟ୍ରୋ ସମେତ ଜାତୀୟ ରାଜଧାନୀ ଅଞ୍ଚଳରେ ମୁତୟନ ଥିବା ହଜାର ହଜାର ଯବାନଙ୍କୁ ସିଆଇଏସ୍‌ଏଫ ତରଫରୁ ଫେସ୍‌ ମାସ୍କ ଯୋଗାଇଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନବରାତ୍ରିରେ ସରକାରୀ ବଙ୍ଗଳା ଛାଡ଼ିବେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୨ା୯: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନବରାତ୍ରି ପାର୍ବଣ ବେଳେ ସରକାର ବଙ୍ଗଳା ଖାଲି କରିବେ ବୋଲି ରବିବାର ସୂଚନା ଦେଇଛନ୍ତି। ସେପ୍ଟେମ୍ବର ୧୩ରେ...

କ୍ୱାଡ୍‌ ସମ୍ମିଳନୀରେ ମୋଦିଙ୍କ ବଡ଼ ସହାୟତା ଘୋଷଣା

ଓ୍ବିଲ୍‌ମିଙ୍ଗଟନ୍‌,୨୨ା୯: ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ସର୍ଭିକାଲ କ୍ୟାନ୍‌ସର ମୁକାବିଲାକୁ ସୁଦୃଢ଼ କରିବା ପାଇଁ ଭାରତ ୭.୫ ନିୟୁତ ଡଲାର ଯୋଗାଇଦେବ ବୋଲି ପ୍ରତିଶ୍ରୁତି ଦେଇଛି। ରୋଗର...

ଉଦୟଭାନୁ ହେଲେ ଯୁବକଂଗ୍ରେସ ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୨ା୯ : କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ରବିବାର ଉଦୟଭାନୁ ଚିବ୍‌ଙ୍କୁ ଭାରତୀୟ ଯୁବ କଂଗ୍ରେସ (ଆଇଓ୍ବାଇସି)ର ନୂତନ ଅଧ୍ୟକ୍ଷ ନିଯୁକ୍ତ କରିଛନ୍ତି। ସେ ଯୁବକଂଗ୍ରେସର...

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri