Posted inଜାତୀୟ

ଦିଲ୍ଲୀର ଅଧା ନିଷିଦ୍ଧାଞ୍ଚଳ ହେଲା ଅରେଞ୍ଜ ଜୋନ୍‌

ନୂଆଦିଲ୍ଲୀ,୨୪।୫: ଦିଲ୍ଲୀର ୯୨ଟି ନିଷିଦ୍ଧାଞ୍ଚଳ ମଧ୍ୟରୁ ୪୫ଟିରେ ଗତ ୧୪ ଦିନ ମଧ୍ୟରେ ଜଣେ ହେଲେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବାରୁ ସେଗୁଡ଼ିକ ଅରେଞ୍ଜ ଜୋନ୍‌ରେ ପରିଣତ ହୋଇଛି। ଆଗାମୀ ଦୁଇ ସପ୍ତାହରେ ଯଦି ନୂଆ ସଂକ୍ରମିତ ନ ବାହାରନ୍ତି ତେବେ ସେଗୁଡ଼ିକ ଗ୍ରୀନ୍‌ ଜୋନ୍‌ରେ ପରିଣତ ହୋଇପାରିବ ବୋଲି ଶନିବାର ଜଣେ ସରକାରୀ ଅଧିକାରୀ କହିଛନ୍ତି। ଦିଲ୍ଲୀରେ ୧୨୬ଟି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ବା ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଥିଲା। ଗତ କିଛି ସପ୍ତାହ ମଧ୍ୟରେ ୩୪ଟି ଅଞ୍ଚଳକୁ ବାଦ୍‌ ଦିଆଯାଇଥିବାବେଳେ ୯୨ଟି କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଥିଲେ। ୪୫ଟି ଜୋନ୍‌ରେ ଗତ ୧୪ ଦିନରେ ନୂଆ ସଂକ୍ରମିତ ବାହାରି ନ ଥିବାରୁ ସେଠାରେ ରହୁଥିବା ୨.୫ ଲକ୍ଷ ଲୋକ ଖୁବ୍‌ଶୀଘ୍ର ସ୍ବାଭାବିକ୍‌ ଜୀବନଶୈଳୀକୁ ଫେରିବେ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

Video: ଅନ୍ଧାଧୁନ କରିଚାଲିଥିଲେ ଗୁଳିମାଡ଼, ମାଡି ବସିଲେ ସାହାସୀ ଯୁବକ

ସିଡନୀ,୧୪।୧୨: ଅଷ୍ଟ୍ରେଲିଆର ସିଡନୀସ୍ଥିତ ବଣ୍ଡି ବିଚ୍ ଅଞ୍ଚଳରେ ରବିବାର ସନ୍ଧ୍ୟାରେ ହୋଇଥିବା ଗୁଳିକାଣ୍ଡ ଯୋଗୁ ଆତଙ୍କ ଖେଳିଯାଇଛି। ଦୁଇଜଣ ବନ୍ଧୁକଧାରୀଙ୍କ ଅନ୍ଧାଧୁନ ଗୁଳିମାଡ଼ ଭିତରେ ଜଣେ...

ନୀତିନ ନବୀନଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୪।୧୨: ନୀତିନ ନବୀନ ଭାଜପା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଶଂସା କରିଛନ୍ତି। ନୀତିନ ନବୀନ ଜଣେ ଯୁବ ନେତା...

ବେସାହାରା ଲଳିତାଙ୍କୁ ସାହାରା ଦେବାକୁ ଦାବି, ପାଠ ସହିତ ବଞ୍ଚିବାର ସହାୟତା ଆଶାରେ ଲଳିତା

କେନ୍ଦୁଝର,୧୪।୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ) : କଥାରେ ଅଛି ଦୁଃଖ ଯେତେବେଳେ ପରିବାର ବନ୍ଧୁବର୍ଗଙ୍କୁ ସାଙ୍ଗରେ ନେଇକି ଆସେ । ଏଭଳି ଏକ ଦୁଃଖଦ ଘଟଣା...

ଭାଜପାକୁ ମିଳିଲା ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି, ନୀତିନ ନବୀନଙ୍କୁ ଦାୟିତ୍ବ

ନୂଆଦିଲ୍ଲୀ,୧୪।୧୨:  ବଡ଼ ଘୋଷଣା କଲା ଭାଜପା । ଭାରତୀୟ ଜନତା ପାର୍ଟି ଏକ ବଡ଼ ସାଂଗଠନିକ ପରିବର୍ତ୍ତନ କରିଛି । ନୀତିନ ନବୀନ ହେଲେ ଭାଜପା...

ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ

ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...

ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI

କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍‌ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...

କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ

ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...

ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ

ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri