ଦୋଷ ଘୋଡ଼ାଇବାକୁ ଉଦ୍ୟମ

ଭୁବନେଶ୍ୱର,୧୧।୨  (ବ୍ୟୁରୋ):
ବିଦ୍ୟୁତ ବିଭାଗ ଅଧିକାରୀମାନଙ୍କ ଖାମଖିଆଲ ମନୋଭାବ ଯୋଗୁ ଅନେକ ସମୟରେ ଦୁର୍ଘଟଣା ଘଟୁଛି। ଉଜୁଡି ଯାଉଛି ଅନେକଙ୍କ ଘର ପରିବାର। ଘଟଣା ଘଟିବାର ଦିନେ ଦୁଇଦିନ ବିଭାଗୀୟ ତତ୍ପରତା ଦେଖିବାକୁ ମିଳୁଛି। ତା’ପରେ ସବୁକିଛି ପୂର୍ବଭଳି ଶିଥିଳ ହୋଇଯାଉଛି। ଉଚ୍ଚ ପଦାଧିକାରୀଙ୍କଠାରୁ ଆରମ୍ଭ କରି ଭିତ୍ତିଭୂମି କାର୍ଯ୍ୟରେ ନିୟୋଜିତ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ, କନିଷ୍ଠଯନ୍ତ୍ରୀ, ଠିକାଦାର ପର୍ଯ୍ୟନ୍ତ ସମସ୍ତେ ଏକ ହୋଇଯାଉଛନ୍ତି। ଦୀର୍ଘ ବର୍ଷ ଧରି ଭଙ୍ଗାଦଦରା ଖୁଣ୍ଟ କିମ୍ବା ତାରକୁ ବଦଳା ଯାଉନାହିଁ, ଯାହାର ପରିଣତି ଅତ୍ୟନ୍ତ ଭୟଙ୍କର ହେଉଛି। କେବଳ ଯେ ମଣିଷ ମରୁଛନ୍ତି ତାହା ନୁହେଁ, ଅନେକ ସମୟରେ ହାତୀଭଳି ଜୀବ ମଧ୍ୟ ବିଦ୍ୟୁତ ବିଭାଗର ଦାୟିତ୍ୱହୀନତା ଯୋଗୁ ଶିକାର ହେଉଛନ୍ତି। ରବିବାର ଗଞ୍ଜାମ ଜିଲାରେ ଘଟିଥିବା ହୃଦୟ ବିଦାରକ ଘଟଣା ସମଗ୍ର ରାଜ୍ୟକୁ ସ୍ତବ୍ଧ କରି ଦେଇଛି। ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ୧୦ଟି ଜୀବନ ଯାଇଛି। ଏହି ଘଟଣା ପାଇଁ ଦାୟିତ୍ୱରେ ଅବହେଳା କରିଥିବା ୪ଜଣ ଯନ୍ତ୍ରୀଙ୍କୁ ସୋମବାର ସରକାର ଚାକିରିରୁ ନିଲମ୍ବିତ କରିଛନ୍ତି। ନିଲମ୍ବିତ ହୋଇଥିବା ଯନ୍ତ୍ରୀମାନେ ହେଲେ ବ୍ରହ୍ମପୁର ଇଲେକ୍ଟ୍ରିକାଲ ଡିଭିଜନ-୩ର କନିଷ୍ଠ ଯନ୍ତ୍ରୀ ଦେବାଶିଷ ନାୟକ, ସହକାରୀ ଯନ୍ତ୍ରୀ ବିଶ୍ୱରଞ୍ଜନ ମହାପାତ୍ରଙ୍କ ସମେତ ଗଞ୍ଜାମ ଗ୍ରାମ୍ୟ ଉନ୍ନୟନ ଡିଭିଜନର ସହକାରୀ ଯନ୍ତ୍ରୀ ପୂର୍ଣ୍ଣଚନ୍ଦ୍ର ବେହେରା ଏବଂ କନିଷ୍ଠ ଯନ୍ତ୍ରୀ ସ୍ବରାଜ କୁମାର ପାଣିଗ୍ରାହୀ। ଏହି ଘଟଣା ପରେ ଶକ୍ତିମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର ଲୋକସେବା ଭବନଠାରେ ଏକ ଉଚ୍ଚସ୍ତରୀୟ ବୈଠକ ଡାକି ଅବହେଳାର ସମୀକ୍ଷା କରିଛନ୍ତି। ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି ଯେ ଦାୟିତ୍ୱରେ ଅବହେଳା କରିଥିବାରୁ ୪ଜଣ ଯନ୍ତ୍ରୀଙ୍କୁ ନିଲମ୍ବିତ କରାଯାଇଛି। ଏଣିକି ୧୧ କେ.ଭି. ବିଦ୍ୟୁତ ତାରଗୁଡିକ ଭୂମିପତ୍ତନରୁ ସର୍ବନିମ୍ନ ୨୦ ଫୁଟ ଉଚ୍ଚତାରେ ରହିବ। ରାଜ୍ୟର ସମସ୍ତ ୧୧ କେ.ଭି. ତାରଗୁଡ଼ିକୁ ଷ୍ଟାଣ୍ଡାର୍ଡ ଉଚ୍ଚତା କରିବାକୁ ବିଦ୍ୟୁତ ସର୍କଲଗୁଡିକର ଅଧୀକ୍ଷଣଯନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯେଉଁ ଜାଗାରେ କମ୍‌ ଉଚ୍ଚତାରେ ତାର ଝୁଲୁଛି ସେଠାରେ କନିଷ୍ଠଯନ୍ତ୍ରୀମାନେ ଉପରିସ୍ଥ ଅଧିକାରୀଙ୍କୁ ତୁରନ୍ତ ସୂଚନା ଦେବେ। ସୂଚନା ପାଇବା ପରେ ତୁରନ୍ତ ପଦକ୍ଷେପ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି।
ଏହି ବୈଠକରେ ଶକ୍ତି ବିଭାଗ ପ୍ରମୁଖ ଶାସନ ସଚିବ, ଅନ୍ୟ ଅଧିକାରୀଙ୍କ ସମେତ ଗ୍ରାମ୍ୟ ଉନ୍ନୟନ ଏବଂ ପରିବହନ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୋହନ ସରକାରଙ୍କ ପ୍ରଥମ କାର୍ଯ୍ୟାନୁଷ୍ଠାନ, ବିଦା ହେଲେ ବରିଷ୍ଠ ଅଧିକାରୀ

ଭୁବନେଶ୍ୱର,୧୯ା୯: ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ମୋହନ ସରକାର। ଭାଜପା ସରକାରରେ କୌଣସି କର୍ମଚାରୀଙ୍କୁ ଦୁର୍ନୀତି ଅଭିଯୋଗରେ ବିଦା କରିବା ପ୍ରଥମ ଘଟଣା।...

ଭିସୁଟ୍‌ ଛାତ୍ରୀ ଚିନ୍ମୟୀ ମୃତ୍ୟୁ ମାମଲା: ଉତ୍ତର ରଖିବାକୁ ସରକାରଙ୍କୁ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ) ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ୟୁନିଭର୍ସିଟି ଅଫ୍‌ ଟେକ୍ନୋଲୋଜି (ଭିସୁଟ୍‌) ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ମୃତ୍ୟୁ ମାମଲା ଏବେ...

ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ମାମଲା: ୨ ଲକ୍ଷ କ୍ଷତିପୂରଣ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ,୧୯ା୯ (କାର୍ତ୍ତିକ ସାହୁ): ପୋଲିସ ହେପାଜତରେ ଥିବା ବେଳେ ଟ୍ରେନ୍‌ରୁ ଗଳି ଅଭିଯୁକ୍ତଙ୍କ ମୃତ୍ୟୁ ମାମଲାରେ ହାଇକୋର୍ଟ ୨ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ରାଜ୍ୟ...

Featured Video Play Icon

ମୋତେ ଦୁଷ୍କର୍ମ କରିବାକୁ ଉଦ୍ୟମ କରିଥିଲେ ଆଇଆଇସି!

ଭରତପୁର ଥାନାରେ ସେନାଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା । ପିଡ଼ୀତା ଆଣିଲେ ଆଇଆଇସି ଦୁଷ୍କର୍ମ କରିବା ଅଭିଯୋଗ ।

ରାତିରେ ମିଳିଲାନି ଚିକିତ୍ସା: ମା’ କୋଳରେ ଚାଲିଗଲା ଶିଶୁର ଜୀବନ 

ଉଦଳା,୧୯ା୯(ସନ୍ତୋଷ କୁମାର ବାଛିନୀ): ରାତି ଅଧରେ ମିଳିଲାନି ଚିକିତ୍ସା ସୁବିଧା। ଗୁରୁତର ଥିବା ୫ ମାସର ଶିଶୁକୁ ମେଡିକାଲରେ ଡାକ୍ତର ଦେଖିବା ପରେ ଓ୍ବାର୍ଡକୁ ପଠାଇ...

ବିଜେଡିକୁ ଝଟକା: ଡେଲାଙ୍ଗ ବ୍ଲକ ଅଧ୍ୟକ୍ଷାଙ୍କ ପଦ ରଦ୍ଦ କଲେ କୋର୍ଟ

ଭୁବନେଶ୍ୱର,୧୯।୯: ପୁରୀ ଜିଲାର ଏକ କୋର୍ଟ ଡେଲାଙ୍ଗ ପଞ୍ଚାୟତ ସମିତି (ବ୍ଲକ) ଅଧ୍ୟକ୍ଷା ବାସନ୍ତୀ ସାହୁଙ୍କୁ ଓଡ଼ିଶା ଗ୍ରାମ ପଞ୍ଚାୟତ ଆଇନର ଦୁଇ ଶିଶୁଙ୍କ ନିୟମ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ସୀମା ଟପିଥିଲା ଭରତପୁର ଥାନା ପୋଲିସ, କାନ୍ଦି କାନ୍ଦି ଘଟଣା ଦିନର କାହାଣୀ କହିଲେ ମେଜରଙ୍କ ବାନ୍ଧବୀ

ଭୁବନେଶ୍ୱର,୧୯।୯: ଭରତପୁର ଥାନାରେ ମେଜର ଓ ବାନ୍ଧବୀଙ୍କୁ ପୋଲିସର ମାଡ଼ ଘଟଣାରେ ଗଣମାଧ୍ୟମ ଆଗରେ ମୁହଁ ଖୋଲିଛନ୍ତି ମେଜରଙ୍କ ବାନ୍ଧବୀ ଅଙ୍କିତ ପ୍ରଧାନ। ଆଉ ଏହା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri