Posted inଖେଳ

ଦ୍ୱିତୀୟ ଟି୨୦ ଖେଳିବେ ନାହିଁ ମିଚେଲ ଷ୍ଟାର୍କ

ଆଡିଲେଡ୍‌,୨୮।୧୦- ଆସନ୍ତା ୩୦ ତାରିଖରେ ଅଷ୍ଟ୍ରେଲିଆ ଓ ଭ୍ରମଣକାରୀ ଶ୍ରୀଲଙ୍କା ମଧ୍ୟରେ ଦ୍ୱିତୀୟ ଟି୨୦ ଖେଳାଯିବ। ଏହି ମ୍ୟାଚ୍‌ରେ ବାମହାତୀ ପେସର ମିଚେଲ ଷ୍ଟାର୍କ ଖେଳିବେ ନାହିଁ। ବୁଧବାର ତାଙ୍କ ଭାଇର ବିବାହ ଉତ୍ସବରେ ସେ ଯୋଗଦେବେ। ଷ୍ଟାର୍କଙ୍କ ଅନୁପସ୍ଥିତିରେ ବିଲି ଷ୍ଟାନଲେକ ଓ ସିନ ଆବଟଙ୍କ ମଧ୍ୟରେ ଜଣେ କେହି ପେସରଙ୍କୁ ଗାବାଠାରେ ଖେଳିବାକୁ ସୁଯୋଗ ମିଳିବ। ଉଭୟ ଆବଟ ଓ ଷ୍ଟାନଲେକ ଘରୋଇ ଦିନିକିଆ ଟୁର୍ନାମେଣ୍ଟରେ ଭଲ ପ୍ରଦର୍ଶନ କରି ଦଳରେ ସ୍ଥାନ ପାଇଛନ୍ତି। ତେବେ ଷ୍ଟାନଲେକ ନିକଟରେ ଜାତୀୟ ଦଳ ପାଇଁ ଖେଳିଥିଲେ। ଅନ୍ୟପକ୍ଷରେ ଅନ୍ତିମ ଥର ୨୦୧୪ରେ ଅନ୍ତର୍ଜାତୀୟ ଦିନିକିଆ ଓ ଟି୨୦ ଖେଳିଥିବା ଆବଟଙ୍କୁ ପ୍ରାରମ୍ଭିକ ଦଳରେ ସାମିଲ କରାଯାଇ ନ ଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ତାଙ୍କୁ ଆହତ ଆଣ୍ଡ୍ୟୁ ଟାଇଙ୍କ ବଦଳରେ ନିଆଯାଇଛି। ଆଡିଲେଡ୍‌ଠାରେ ଖେଳାଯାଇଥିବା ପ୍ରଥମ ଟି୨୦ ମ୍ୟାଚ୍‌କୁ ଘରୋଇ ଅଷ୍ଟ୍ରେଲିଆ ଦଳ ୧୩୪ ରନ୍‌ର ବୃହତ୍‌ ବ୍ୟବଧାନରେ ଜିତି ନେଇଛି। ଆରୋନ ଫିଞ୍ଚଙ୍କ ଦଳ ଏବେ ଦ୍ୱିତୀୟ ମ୍ୟାଚ୍‌ ଜିତି ସିରିଜ୍‌କୁ ହାତେଇବା ଲକ୍ଷ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

ଆଇପିଏଲ୍‌ ପୂର୍ବରୁ ବିକ୍ରମ ରାଠୋର ରାଜସ୍ଥାନର ବ୍ୟାଟିଂ କୋଚ୍‌ ନିଯୁକ୍ତ: ଜାଣନ୍ତୁ ବିକ୍ରମ କିଏ…

ଜୟପୁର,୨୦ା୯: ରାଜସ୍ଥାନ ରୟାଲ୍ସ ଶୁକ୍ରବାର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ପୂର୍ବରୁ ପୂର୍ବତନ ଭାରତୀୟ ଓପନର ବିକ୍ରମ ରାଠୋରଙ୍କୁ ଦଳର ବ୍ୟାଟିଂ କୋଚ୍‌ ଭାବେ ନିଯୁକ୍ତି...

ଭାରତର ସମ୍ମାନ ରଖିଲେ ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତର ସମ୍ମାନ ରକ୍ଷା କରିଛନ୍ତି ରବିଚନ୍ଦ୍ରନ ଅଶ୍ୱିନ। ଭାରତ ୧୪୪ ରନ୍‌ରେ ୬ ଉଇକେଟ ହରାଇ...

୨୦ ବର୍ଷ କ୍ରିକେଟ୍‌ରୁ ବାସନ୍ଦ ହେଲେ ଏହି ଖେଳାଳି

ମେଲବୋର୍ନ, ୨୦ା୯: ଶ୍ରୀଲଙ୍କାର ପୂର୍ବତନ ଟେଷ୍ଟ କ୍ରିକେଟର ଦୁଲୀପ ସମରବୀରା ଅଷ୍ଟ୍ରେଲିଆରେ କୋଚିଂ ଦେବାରୁ ୨୦ବର୍ଷ ବାସନ୍ଦ ହୋଇଛନ୍ତି। ସେ ଭିକ୍ଟୋରିଆ ମହିଳା ଦଳର କୋଚ୍‌...

୧୪୭ ବର୍ଷ କ୍ରିକେଟ୍‌ ଇତିହାସରେ ପ୍ରଥମ ଖେଳାଳି ଭାବେ ଏମିତି ରେକର୍ଡ କଲେ ଆର୍‌. ଅଶ୍ୱିନ

ଚେନ୍ନାଇ,୨୦।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଇଥିବା ପ୍ରଥମ ଟେଷ୍ଟ ମ୍ୟାଚରେ ରବିଚନ୍ଦ୍ରନ ଅଶ୍ୱିନ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ମ୍ୟାଚ୍‌ର ପ୍ରଥମ ଦିନରେ...

୧୧୯ ବର୍ଷ ପୂର୍ବେ କରିଥିଲେ ଡେବ୍ୟୁ, ୨୯ ବର୍ଷ ଖେଳି ହାସଲ କଲେ ୧୯୯ ଶତକ: ତାଙ୍କ ଆଖପାଖରେ ନାହାନ୍ତି ସଚିନ-କୋହଲି

ନୂଆଦିଲ୍ଲୀ,୧୯।୯: କ୍ରିକେଟରେ ଶତକ ସ୍କୋର କରିବା ଏକ ବଡ଼ ସଫଳତା। ୧୦୦ ରନ ପୂରଣ କରିବାକୁ ଜଣେ ବ୍ୟାଟ୍ସମ୍ୟାନଙ୍କୁ ଅନେକ ଘଣ୍ଟା ପାଇଁ କ୍ରିଜରେ ରହିବାକୁ...

ପଡିଆରେ ଏହି ମନ୍ତ୍ର ଜପ କରନ୍ତି ବିରାଟ କୋହଲି, ଆଉ ଗୌତମ ଗମ୍ଭୀର…

ନୂଆଦିଲ୍ଳୀ,୧୯ା୯(ପି.ଟି.): ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ସାକ୍ଷାତକାର ଅବସରରେ ଉଭୟଙ୍କ ଆଧ୍ୟାତ୍ମିକତାର ରୁଚି ସାମ୍ନାକୁ ଆସିଛି।...

ଗମ୍ଭୀର-ବିରାଟ ବିବାଦ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ

ଚେନ୍ନାଇ,୧୯ା୯(ପି.ଟି.):ଭାରତୀୟ ଦଳର ଷ୍ଟାର ବ୍ୟାଟର ବିରାଟ କୋହଲି ଓ ମୁଖ୍ୟ କୋଚ୍‌ ଗୌତମ ଗମ୍ଭୀରଙ୍କ ମଧ୍ୟରେ ପଡିଆ ବାହାରେ ବିବାଦକୁ ନେଇ ସର୍ବଦା ଖବର ଦେଖିବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri