ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଆରମ୍ଭରୁ ପ୍ରଶ୍ନପତ୍ରରେ ତ୍ରୁଟି

ବ୍ରହ୍ମପୁର ଅଫିସ,୧୭ା୫-ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ପୁଣି ଖେଳ ଖେଳିଛି ା ଗୁରୁବାର ଆରମ୍ଭ ହୋଇଥିବା ସ୍ନାତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ପ୍ରଥମ ଦିନରେ ପ୍ରଶ୍ନପତ୍ରରେ ତ୍ରୁଟି ଦେଖାଦେଇଛି। ‘ଅର୍ଗାନିକ୍‌ କେମିଷ୍ଟ୍ରି’ ବିଷୟରେ ପୁୁରୁଣା ସିଲାବସରୁ ପ୍ରଶ୍ନ ଆସିଥିବା ଅଭିଯୋଗ ହୋଇଛି ା ପୂର୍ବରୁ ଉକ୍ତ ବିଭାଗର ପ୍ରଥମ ସେମିଷ୍ଟର ପରୀକ୍ଷାରେ ପୁରୁଣା ସିଲାବସରୁ ପ୍ରଶ୍ନ ଆସିଥିବା ବେଳେ ପୁଣି ଦ୍ୱିତୀୟ ସେମିଷ୍ଟର ପରୀକ୍ଷାର ପ୍ରଥମ ଦିନରେ ଏହାର ପୁନରାବୃତ୍ତି ହୋଇଥିବା ଜଣାପଡିଛି ା ଏହାକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି ା ଅନ୍ୟପଟରେ ବିଭାଗର ଛାତ୍ରୀଛାତ୍ରମାନେ ଗୁରୁବାର ପରୀକ୍ଷା ଦେବାକୁ ମନା କରିବା ସହ ପୁନର୍ବାର ନୂତନ ସିଲାବସ ଅନୁସାରେ ପ୍ରଶ୍ନପତ୍ର ପ୍ରସ୍ତୁତ କରି ପରୀକ୍ଷା କରିବାକୁ ପରୀକ୍ଷା ନିୟନ୍ତ୍ରକ ଓ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷଙ୍କୁ ଦାବି ପତ୍ର ପ୍ରଦାନ କରିଛନ୍ତି ା ତେବେ ଏଭଳି ଘଟଣା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଅପାରଗତା ଓ ଛାତ୍ରୀଛାତ୍ରଙ୍କ ଭବିଷ୍ୟତକୁ ନେଇ ଖାମଖିଆଲି ମନୋଭାବକୁ ପଦାରେ ପକାଇଛି ା
ଛାତ୍ରୀଛାତ୍ରଙ୍କ ଦାବି ପରେ ଗୁରୁବାରରୁ ସ୍ନାତ୍ତକୋତ୍ତର ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଆରମ୍ଭ ହୋଇଛି ା କିନ୍ତୁ ପ୍ରଥମ ଦିନ ପରୀକ୍ଷାରୁ ହିଁ ପ୍ରଶ୍ନପତ୍ରରେ ତ୍ରୁଟିକୁ ନେଇ ଛାତ୍ର ଅସନ୍ତୋଷ ଦେଖାଦେଇଥିଲା ା ‘ଅର୍ଗାନିକ କେମିଷ୍ଟ୍ରି’ ପ୍ରଶ୍ନପତ୍ରରେ ୬୦ ରୁ ୭୦ ପ୍ରତିଶତ ପ୍ରଶ୍ନ ପୁରୁଣା ସିଲାବସରୁ ଆସିଥିବା ଜଣାପଡିଥିଲା। ଏହାପରେ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲାା ପୂର୍ବରୁ ସ୍ନାତକୋତ୍ତର ପ୍ରଥମ ସେମିଷ୍ଟର ପରୀକ୍ଷା ବେଳେ ରସାୟନ ବିଜ୍ଞାନ ବିଭାଗର ଗୋଟିଏ ପେପର ପ୍ରଶ୍ନପତ୍ରରେ ପୁରୁଣା ସିଲାବସର ପ୍ରଶ୍ନ ଆସିଥିଲା ା ସେହି ସମୟରେ ଗ୍ରେସ ମାର୍କ ଦେବାକୁ କୁହାଯାଇଥିଲାା କିନ୍ତୁ ଚଳିତ ସେମିଷ୍ଟରରେ ପୁଣି ଏହାର ପୁନରାବୃତ୍ତି ହୋଇଥିବାରୁ ପରୀକ୍ଷା ଦେବାକୁ ଛାତ୍ରୀଛାତ୍ର ମନା କରିବା ସହ ହଲଛାଡି ଦେଇଥିଲେ ା
ଏଥିସହ ପୁନଃ ନୂତନ ସିଲାବସରେ ପରୀକ୍ଷା କରିବାକୁ ଦାବି କରିବା ସହ ପରୀକ୍ଷା ନିୟନ୍ତ୍ରକ ଓ ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ ା ଅନ୍ୟପଟରେ ପ୍ରଶ୍ନପତ୍ରରେ ହୋଇଥିବା ତ୍ରୁଟି ଯାଞ୍ଚ ନେଇ ଏକ ସ୍ବତନ୍ତ୍ର କମିଟି ଗଠନ କରାଯାଇଥିବା ସ୍ନାତକୋତ୍ତର ପରିଷଦ ଅଧ୍ୟକ୍ଷ ପ୍ରଫେସର ଦେବୀ ପ୍ରସନ୍ନ ପଟ୍ଟନାୟକ ସୂଚନା ଦେଇଛନ୍ତି ା କମିଟି ପରାମର୍ଶ କ୍ରମେ ନୂତନ ସିଲାବସ ଅନୁଯାୟୀ ଉକ୍ତ ବିଷୟ ପରୀକ୍ଷା ପାଇଁ ଅନ୍ୟ ଏକ ଦିନ ଧାର୍ଯ୍ୟ କରାଯିବାକୁ ସେ ସୂଚାଇଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୩ରେ କଳାଦିବସ ପାଳନ କରିବାକୁ ପ୍ରସ୍ତୁତି

ଛତ୍ରପୁର, ୨୦।୯(ଦିଲ୍ଲୀପ ସାମଲ): କେନ୍ଦ୍ର ସରକାର ୨୦୨୦ରେ ୪୫ଟି ଶ୍ରମ ଆଇନକୁ ବାତିଲ କରି ୪ଟି ଶ୍ରମ ଆଇନରେ ପରିଣତ କରିଥିବା ଦିବସକୁ କଳା ଦିବସ...

ସାକ୍ଷୀଙ୍କୁ ଜେଲ୍‌ରୁ ମିଳିଥିଲା ଧମକ: ଅଭିଯୁକ୍ତଙ୍କୁ ୩ ବର୍ଷ ଜେଲଦଣ୍ଡ

ବ୍ରହ୍ମପୁର,୧୯ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗୋଶାଣିନୁଆଗାଁ ଥାନା ଅଧୀନ ହିଲପାଟଣା ବହୁ ଚର୍ଚ୍ଚିତ ହେରିଟେଜ କ୍ଷୀର କମ୍ପାନୀ ବ୍ୟବସାୟୀ ଲମ୍ବୋଦର ମୁନି ହତ୍ୟା ମାମଲାରେ ମୁଖ୍ୟ ସାକ୍ଷୀଙ୍କୁ...

ବୈଠକ ଅଧାରୁ ଉଠି ଆସିଲେ ବିଜେଡି ଜିଲାପରିଷଦ ସଭ୍ୟ

ଛତ୍ରପୁର,୧୯ା୯(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ): ପ୍ରାୟ ବର୍ଷେ ହେଲା ଜିଲା ପରିଷଦ ବୈଠକ ହୋଇ ନ ଥିବା, ୭ ଦିନ ପୂର୍ବରୁ ନୋଟିସ ନ ଦେଇ ବୈଠକକୁ...

ଅଙ୍ଗନବାଡ଼ିରୁ ଫେରୁଥିବା ଛାତ୍ରଙ୍କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ଧରାକୋଟ,୧୯।୯: ଗଞ୍ଜାମ ଜିଲା ଧରାକୋଟ ଥାନା ଅନ୍ତର୍ଗତ କଂହିରା ପଲ୍ଲି ନିକଟରେ ଦୁର୍ଘଟଣା ଘଟିଛି। ଅଙ୍ଗନବାଡ଼ିରୁ ଫେରୁଥିବା ୩ ବର୍ଷର ଛାତ୍ରଙ୍କୁ ଏକ ବାଇକ୍‌ ଧକ୍କା...

ଛାତ୍ରୀଛାତ୍ରଙ୍କ ଅନ୍ତର୍ନିହିତ ଦକ୍ଷତାର ବିକାଶ ଲାଗି ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ପୁରୁଷୋତ୍ତମପୁର,୧୯।୯(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡା ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଅଧକ୍ଷ ସନ୍ତୋଷ କୁମାର ମହାପାତ୍ରଙ୍କ ପୌରହିତ୍ୟରେ ଗୁରବାର ଅନୁଷ୍ଟିତ ହୋଇଯାଇଛି।...

ଭତ୍ତା ଆଣିବାକୁ ଯାଇ ନିଖୋଜ ଥିଲେ ବୃଦ୍ଧା, ଆଜି କେନାଲରୁ ମିଳିଲା ମୃତଦେହ

ଦିଗପହଣ୍ଡି,୧୯ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ସାନଖେମୁଣ୍ଡି ବ୍ଲକ ଚୁଡୁଙ୍ଗପୁର ଗ୍ରାମର ସ୍ବର୍ଗତ କନ୍ତାରୁ ପାତ୍ରଙ୍କ ବିଧବା ସ୍ତ୍ରୀ ଏମ୍‌.ଅରାଲୁ ପାତ୍ର (୬୪)...

ଟ୍ରକକୁ ପଛପଟୁ ପିଟିଲା ଭ୍ୟାନ୍‌: ଚାଲିଗଲା ୨ ଜୀବନ

ଆସିକା,୧୯।୯(ସୁରେନ୍ଦ୍ର ନାଥ ସାହୁ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ପିତଳ ଛକଠାରେ ରାସ୍ତା କଡ଼ରେ ଠିଆ ହେଇଥିବା ଗୋଟେ ଟ୍ରକକୁ ପଛପଟୁ ଧକ୍କା ଦେଇଛି...

ଗଣେଶ ମେଢ଼ ଭସାଣି ବେଳେ ଇଲେକ୍ଟ୍ରି ତାରରେ ଲାଗିଗଲା ଡିଜେ, ଚାଲିଗଲା ଯୁବକଙ୍କ ଜୀବନ

ପୁରୁଷୋତ୍ତମପୁର,୧୮ା୯(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମରେ ବୁଧବାର ଗଣେଶ ମେଢ଼ ଭସାଣି ବେଳେ ବିଦ୍ୟୁତ୍‌ ଆଘାତରେ ପବିତ୍ର ସାହୁ( ୨୨)ଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri