Posted inଖେଳ

ନାଡ଼ାଲଙ୍କୁ ରେକର୍ଡ ଦ୍ୱାଦଶ ଟାଇଟଲ

ପ୍ୟାରିସ୍‌,୧୦।୬(ଏଏଫ୍‌ପି)- କ୍ଳେ କୋର୍ଟର ରାଜା ସ୍ପେନ୍‌ ତାରକା ରାଫାଲ ନାଡାଲ ଇତିହାସ ସୃଷ୍ଟି କରିଛନ୍ତି। ବର୍ଷର ଦ୍ୱିତୀୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ରେ ଏଥର ସେ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ନାଡ଼ାଲ ୬-୩, ୫-୭, ୬-୧, ୬-୧ ସେଟରେ ଅଷ୍ଟ୍ରିଆର ଡୋମିନିକ୍‌ ଥିମ୍‌ଙ୍କୁ ପରାସ୍ତ କରି ଟାଇଟଲ ହାସଲ କରିଛନ୍ତି। ଏଥିସହିତ ସେ ରେକର୍ଡ ୧୨ଥର ପାଇଁ ପ୍ରେଞ୍ଚ୍‌ ଓପନ୍‌ ଚାମ୍ପିୟନ ହେବା ସହ ଐତିହାସିକ ସଫଳତା ପାଇଛନ୍ତି। ଏହି କ୍ରମରେ ସେ କ୍ୟାରିୟରର ୧୮ତମ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିବାର ଗୌରବ ଅର୍ଜନ କରିଛନ୍ତି।
୩୩ ବର୍ଷୀୟ ନାଡ଼ାଲ ପ୍ରଥମ ପୁରୁଷ କିମ୍ବା ମହିଳା ଖେଳାଳିଭାବେ ଗୋଟିଏ ସମାନ ଗ୍ରାଣ୍ଡସ୍ଲାମ ୧୨ଥର ପାଇଁ ଜିତି ବିରଳ ସଫଳତା ପାଇଛନ୍ତି। ଆଉ ଦୁଇଟି ଗ୍ରାଣ୍ଡସ୍ଲାମ୍‌ ଟାଇଟଲ ହାସଲ କଲେ ନାଡ଼ାଲ ସର୍ବିୟାର ନୋଭାକ ଜୋକୋଭିଚ୍‌ଙ୍କ ୨୦ଟି ମେଜର ଟାଇଟଲ ହାସଲ ରେକର୍ଡର ସମକକ୍ଷ ହେବେ। ଜୋକୋଭିଚ୍‌ଙ୍କୁ ଏଥର ଥିମ୍‌ ସେମିଫାଇନାଲରେ ହରାଇ ଫାଇନାଲରେ ପ୍ରବେଶ କରିଥିଲେ।
ପୁଣି ନାଡ଼ାଲ ଫ୍ରେଞ୍ଚ୍‌ ଓପନ୍‌ରେ ରେକର୍ଡ ୯୩ଟି ମ୍ୟାଚ୍‌ରେ ବିଜୟୀ ହୋଇଥିବା ବେଳେ ମାତ୍ର ୨ଟି ମ୍ୟାଚ୍‌ରେ ପରାସ୍ତ ହୋଇଛନ୍ତି। ପୂର୍ବରୁ ନାଡ଼ାଲ ୨୦୦୫ରୁ ୨୦୦୮ , ୨୦୧୦ରୁ ୨୦୧୪, ୨୦୧୭ ଓ ୨୦୧୮ରେ ଫ୍ରେଞ୍ଚ୍‌ ଓପନ ଟାଇଟଲ ହାସଲ କରିଥିଲେ। ନିଜ ପ୍ରଦର୍ଶନରେ ନାଡ଼ାଲ ଖୁସି ଜାହିର କରିଛନ୍ତି। ତେବେ ସାହସିକ ପ୍ରଦର୍ଶନ ପାଇଁ ସେ ଥିମ୍‌ଙ୍କୁ ବେଶ୍‌ ପ୍ରଶଂସା କରିଛନ୍ତି। ୨୦୦୫ରେ ପ୍ରଥମଥର ପାଇଁ ପ୍ରେଞ୍ଚ୍‌ ଓପନ୍‌ ଖେଳିଥିଲି। ସେତେବେଳେ ଭାବି ନ ଥିଲି ଯେ, ମୁଁ ୨୦୧୯ରେ ଏହି ଟୁର୍ନାମେଣ୍ଟ ଖେଳିବି। ଏହି ବିଜୟ ମୋ ପାଇଁ ସ୍ବତନ୍ତ୍ର ବୋଲି ନାଡ଼ାଲ କହିଛନ୍ତି। ଏଥିସହିତ ନାଡ଼ାଲ କ୍ୟାରିୟରରେ ମୋଟ ୮୨ତମ ଟାଇଟଲ ହାସଲ କରିଛନ୍ତି ଓ ୯୫୦ତମ ମ୍ୟାଚ୍‌ ଜିତିଛନ୍ତି। ୧୯୯୫ ପରେ ଦ୍ୱିତୀୟ ଅଷ୍ଟ୍ରିଆ ଖେଳାଳିଭାବେ ଥିମ୍‌ ଫ୍ରେଞ୍ଚ୍‌ ଓପନ୍‌ ଟାଇଟଲ ଜିତିଥାନ୍ତେ। ତେବେ ଶେଷରେ ତାଙ୍କ ଆଶା ଧୂଳିସାତ୍‌ ହୋଇଛି। ଗତବର୍ଷ ମଧ୍ୟ ନାଡ଼ାଲ ଫାଇନାଲରେ ଥିମ୍‌ଙ୍କୁ ହରାଇ ଫ୍ରେଞ୍ଚ୍‌ ଓପନ୍‌ ଟାଇଟଲ ହାସଲ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବାଂଲାଦେଶକୁ ହରାଇ ଇତିହାସ ରଚିଲା ଭାରତ, ୯୨ ବର୍ଷରେ ପ୍ରଥମ ଥର ପାଇଁ ହେଲା ଏମିତି

ନୂଆଦିଲ୍ଲୀ,୨୨।୯: ଭାରତ ବଡ଼ ବିଜୟ ହାସଲ କରିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚରେ ଭାରତ ବାଂଲାଦେଶକୁ ୨୮୦ ରନରେ ପରାସ୍ତ କରିଛି। ରୋହିତ ଶର୍ମାଙ୍କ ଅଧିନାୟକତ୍ୱ...

କଳିକେଶ ଜାତୀୟ ରାଇଫଲ ଆସୋସିଏଶନ ସଭାପତି ଭାବେ ନିର୍ବାଚିତ

ନୂଆଦିଲ୍ଲୀ,୨୧ା୯: କଳିକେଶ ନାରାୟଣ ସିଂଦେଓ ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନ୍‌ଆରଏଆଇ)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସ୍ଥାନୀୟ କନଷ୍ଟିଚ୍ୟୁଶନ କ୍ଲବ ଅଫ୍‌ ଇଣ୍ଡିଆଠାରେ...

ଗିଲ୍‌ଙ୍କ ଚମତ୍କାର ଶତକ: ବାଂଲାଦେଶକୁ ବିଶାଳ ଟାର୍ଗେଟ୍‌

ଚେନ୍ନାଇ,୨୧।୯: ବାଂଲାଦେଶ ବିପକ୍ଷରେ ୨୮୭/୪ ସ୍କୋରରେ ଭାରତ ଦ୍ୱିତୀୟ ଇନିଂସ ଘୋଷଣା କରିଛି। ଟିମ ଇଣ୍ଡିଆ ପ୍ରଥମ ଇନିଂସରେ ୩୭୬ ରନ ସଂଗ୍ରହ କରିଥିଲା। ଏଥି...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri