ନିଦ୍ରାହୀନତା ମସ୍ତିଷ୍କ ରୋଗ ପାଇଁ ଦାୟୀ

ଆମେ ଯଦି ଆବଶ୍ୟକ ମୁତାବକ ନିଦ୍ରା ଯିବା ତେବେ ଅନେକାଂଶରେ ସୁସ୍ଥ ରହିବା। ନିଦ୍ରାରେ ଅସନ୍ତୁଳନ ସୃଷ୍ଟି ହେଲେ ତାହା କେତେକ ରୋଗକୁ ପରୋକ୍ଷରେ ଡାକି ଆଣିଥାଏ। ଏପରି କେତେକ ବ୍ୟକ୍ତି ଅଛନ୍ତି ଯେଉଁମାନେ ସୁନିଦ୍ରା ପ୍ରତି ଆବଶ୍ୟକ ମୁତାବକ ଦୃଷ୍ଟି ଦେଇ ନ ଥାନ୍ତି। ଫଳରେ ସେମାନେ ନିଦ୍ରାହୀନତା ପରି ସମସ୍ୟାର ସମ୍ମୁଖୀନ ହୋଇଥାଆନ୍ତି। ଯଦି ଏହା ଅଭ୍ୟାସରେ ପରିଣତ ହୋଇଯାଏ ତେବେ ତାହା ମସ୍ତିଷ୍କଜନିତ ରୋଗ ସୃଷ୍ଟି କରିପାରେ ବୋଲି ସତର୍କ କରାଇ ଦେଇଛନ୍ତି କାଲିଫର୍ନିଆ ୟୁନିଭର୍ସିଟିର ସ୍ନାୟୁଶଲ୍ୟ ବିଶେଷଜ୍ଞମାନେ। ଦୀର୍ଘ ମାସ ଧରି ନିଦ୍ରାହୀନତା ସମସ୍ୟାର ସମ୍ମୁଖୀନ ହୋଇଥିବା କିଛି ବ୍ୟକ୍ତିଙ୍କୁ ଗବେଷଣା ପରିସରଭୁକ୍ତ କରି ସେମାନେ ଗବେଷଣା କରିଥିଲେ। ସେମାନଙ୍କ ମଧ୍ୟରୁ ପାଖାପାଖି ୪୦ ପ୍ରତିଶତ ବ୍ୟକ୍ତିଙ୍କଠାରେ ମସ୍ତିଷ୍କଜନିତ ରୋଗର ଲକ୍ଷଣ ଦେଖିବାକୁ ମିଳିଥିଲା ବୋଲି ରିପୋର୍ଟରୁ ଜଣାପଡ଼ିଛି। ଅନ୍ୟପକ୍ଷରେ ପ୍ରତିଦିନ ଆବଶ୍ୟକ ମୁତାବକ ଜଣେ ବ୍ୟକ୍ତି ନିଦ୍ରା ଯିବା ଦରକାର ବୋଲି ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com
Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

ଏସବୁ ଗୁଣକୁ କାଢ଼ି ଫୋପାଡି ଦେଲେ ରାତାରାତି ହୋଇଯିବେ…

ମହାନ ଆଚାର୍ଯ୍ୟ ତଥା ପଣ୍ଡିତ ଚାଣକ୍ୟଙ୍କ ନୀତିଶାସ୍ତ୍ର ବିଭିନ୍ନ ବିଷୟ ଉପରେ ପ୍ରଚାର କରିବା ସହିତ ସଠିକ୍‌ ମାର୍ଗଦର୍ଶନ କରାଇଥାଏ। ସେ ବ୍ୟକ୍ତିଗତ ହେଉ କି...

ସନ୍ତୁଳିତ ରହିବ ଡାଇବେଟିସ୍‌

ଆଜିକାଲି ଡାଇବେଟିସ୍‌ ଏକ ସାଧାରଣ ସ୍ବାସ୍ଥ୍ୟ ସମସ୍ୟା ପାଲଟିଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଡାଇବେଟିସ୍‌ ଯଦି ଜଟିଳ ଆକାର ଧାରଣ କରେ ଏବଂ...

କୃତ୍ରିମ ରକ୍ତ

ପିଟ୍ସବର୍ଗ ମେଡିକାଲ ୟୁନିଭରସିଟିର ରୋଗୀ ରକ୍ତ ପରିଚାଳନା କାର୍ଯ୍ୟକ୍ରମର ନିର୍ଦ୍ଦେଶକ ଜୋନାଥନ ୱାଟର୍ସ ଗତ ଏକ ଦଶନ୍ଧି ମଧ୍ୟରେ ଏହାକୁ ବ୍ୟବହାର କରି ଅନେକ ରୋଗୀଙ୍କ...

ଉପାଦେୟ ଅଶୋକ ପୁଷ୍ପ

ରାମାୟଣରେ ବର୍ଣ୍ଣିତ ହୋଇଛି ଯେ, ରାବଣ ସୀତାଙ୍କୁ ଚୋରାଇ ନେଇ ଲଙ୍କାର ଅଶୋକ ବନରେ ବନ୍ଦୀ କରି ରଖିଥିଲା। ଅଶୋକ ବୃକ୍ଷ ମୂଳରେ ବସି ସୀତା...

ନିୟମିତ ଦହି ଖାଉଥିଲେ…

ଦହି ପ୍ରାକୃତିକ ଭାବେ ହେଉଥିବାରୁ ଏହା ସ୍ବାସ୍ଥ୍ୟ ପାଇଁ ଉପଯୋଗୀ। ଏଥିରେ ଅନେକ ପ୍ରକାର ସ୍ବାସ୍ଥ୍ୟୋପକାରୀ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ ଶକ୍ତିକୁ...

କନ୍ଦମୂଳ ଖାଉଥିଲେ…

ଆମ ଭିତରୁ ଅନେକେ କନ୍ଦମୂଳ ଖାଇବାକୁ ବହୁତ ଭଲ ପାଇଥାନ୍ତି। ଏହା ଖାଇବାକୁ ଯେମିତି ସୁସ୍ବାଦୁ ଲାଗେ ସେମିତି ଶରୀର ପାଇଁ ବେଶ୍‌ ଉପକାରୀ ମଧ୍ୟ...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଚାହୁଁଥିଲେ…

କୁହାଯାଏ, ବାସ୍ତୁ ଅନୁଯାୟୀ ପିଲାମାନଙ୍କ ରୁମ୍‌ ହୋଇଥିଲେ ସେମାନଙ୍କୁ ଭଲ ନିଦ ହେବା ସହ ସେମାନଙ୍କ ସ୍ମରଣ ଶକ୍ତି ପ୍ରଖର ହୋଇଥାଏ। ଏଥିସହିତ ପାଠପଢା ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri