ନିୟମ ମାନିଲେନି ପ୍ରଶାସନିକ ଅଧିକାରୀଙ୍କ ସ୍ତ୍ରୀ: କ୍ୱାରାଣ୍ଟାଇନ୍‌ ସେଣ୍ଟର ଯାଇ କୋଟା ଫେରନ୍ତା ପୁଅଙ୍କୁ ଭେଟିଲେ

ଫୁଲବାଣୀ ଅଫିସ, ୮|୫- ମହାମାରୀ କରୋନା ଭୂତାଣୁ ସଂକ୍ରମଣ ପ୍ରତିହତ କରିବା ପାଇଁ ରାଜ୍ୟ ସରକାର ବାହାର ରାଜ୍ୟରୁ ଫେରିଥିବା ଲୋକେ ପଞ୍ଜୀକରଣ କରିବା ଓ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିବାକୁ ରାଜ୍ୟ ସରକାର ବାଧ୍ୟତାମୂଳକ କରିଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ କେହି ଅନାଧିକାର ପ୍ରବେଶ କଲେ ଆଇନ ଅନୁସାରେ ଦଣ୍ଡିତ ହେବେ ବୋଲି ନିର୍ଦ୍ଦେଶ ରହିଛି। ହେଲେ କନ୍ଧମାଳ ଜିଲାରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ଜଣେ ପ୍ରଶାସନିକ ଅଧିକାରୀଙ୍କ ସ୍ତ୍ରୀ ରାଜସ୍ଥାନର କୋଟାରୁ ଫେରିଥିବା ନିଜ ପୁଅଙ୍କୁ ଭେଟିବାକୁ ବିନା ଅନୁମତିରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ପ୍ରବେଶ କରିଛନ୍ତି। ସେଠାରେ ସେ ଟାଉନ ଥାନାଧିକାରୀ, ପୌର ପରିଷଦ ନିର୍ବାହୀ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ତେବେ ଚାପରେ ପଡ଼ି ତାଙ୍କ ନାମରେ କେହି ଏତଲା ଦେଇ ନ ଥିବା ଜଣାପଡିଛି। ଘଟଣାକୁ ଚାପି ଦେବାକୁ କୁଆଡ଼େ ନିର୍ଦ୍ଦେଶ ହୋଇଛି।
ଖଜୁରିପଡ଼ା ଅଞ୍ଚଳରେ କାର୍ଯ୍ୟରତ ପ୍ରଶାସନିକ ଅଧିକାରୀ ଜଣକ ବିନା ଅନୁମତିରେ କୋଟା ଯାଇ ପୁଅଙ୍କୁ ଆଣି ଘରେ ରଖିଥିଲେ। ସ୍ଥାନୀୟ ଲୋକେ ଏ ସମ୍ପର୍କରେ ଜିଲା ପ୍ରଶାସନକୁ ଖବର ଦେଇଥିଲେ। ମେଡିକାଲର ଏକ ଟିମ ସମ୍ପୃକ୍ତ ଅଧିକାରୀଙ୍କ ଘରକୁ ଯାଇ ତାଙ୍କ ପୁଅଙ୍କୁ ଆଣି ଫୁଲବାଣୀ ବିଜୁ କଲ୍ୟାଣ ମଣ୍ଡପରେ ହୋଇଥିବା କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରଖିଥିଲେ। ଅଧିକାରୀ ଜଣକ କାହା ଅନୁମତିରେ ଜିଲା ତଥା ରାଜ୍ୟ ବାହାରକୁ ଯାଇ ପୁଅଙ୍କୁ ଆଣିଛନ୍ତି ତାହା ତଦନ୍ତ ପରିସରଭୁକ୍ତ ରହିଥିବା ବେଳେ ତାଙ୍କ ସ୍ତ୍ରୀ ସରକାରଙ୍କ ସବୁ ନିୟମକୁ ଉଲ୍ଲଂଘନ କରିଛନ୍ତି। ସରକାରୀ ଗାଡ଼ିରେ ସେ କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିସରକୁ ଆସିଥିଲେ। ସେଠାରେ କାର୍ଯ୍ୟରତ କର୍ମଚାରୀ ଏବଂ ଦାୟିତ୍ୱରେ ଥିବା ଅଧିକାରୀ ଭିତରକୁ ଯିବାକୁ ବାରଣ କରିବାରୁ ତାଙ୍କୁ ଗାଳିଗୁଲଜ କରିଥିଲେ। ଏପରିକି ଟାଉନ ଥାନାଅଧିକାରୀ ନରେଶ କୁମାର ସାହୁଙ୍କୁ ମଧ୍ୟ ଦୁର୍ବ୍ୟବହାର ପ୍ରଦର୍ଶନ କରି ଜୋର ଜବରଦସ୍ତ ସଙ୍ଗରୋଧ ଗୃହରେ ପଶି ପୁଅଙ୍କୁ ଭେଟିଥିଲେ। ସମ୍ପୃକ୍ତ ପ୍ରଶାସନିକ ଅଧିକାରୀ ଏବଂ ତାଙ୍କ ସ୍ତ୍ରୀଙ୍କ ଏତାଦୃତ କାର୍ଯ୍ୟକୁ ନେଇ ଜିଲା ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ଉଦ୍‌ବେଗ ପ୍ରକାଶ କରାଯାଇଛି। ଏ ନେଇ ପୌର ପରିଷଦ ନିର୍ବାହୀ ଅଧିକାରୀ ବଳଦେବ ବେହେରାଙ୍କୁ ପଚାରିବାରୁ ଘଟଣା ସମ୍ପର୍କରେ ଉପରିସ୍ଥ ଅଧିକାରୀଙ୍କୁ ଜଣାଇଛୁ ବୋଲି କହିଛନ୍ତି। ସେହିପରି ଅତିରିକ୍ତ ଜିଲାପାଳ ବସନ୍ତ କୁମାର ସାହୁଙ୍କୁ ପଚାରିବାରୁ ଏଭଳି କିଛି ଖବର ତାଙ୍କ ପାଖରେ ନାହିଁ ବୋଲି କହିଛନ୍ତି। ଅନ୍ୟପକ୍ଷରେ ଜିଲାପାଳ ଡା. ବୃନ୍ଦା ଡି. ଘଟଣା ସମ୍ପର୍କରେ ଶୁଣିଛି, ଏତଲା ହୋଇନାହିଁ। ଏତଲା ଦିଆଗଲେ ତଦନ୍ତ କରିବୁ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ଟଙ୍କା ହଡ଼ପ କରି ଆଶାକର୍ମୀ ମା’-ଝିଅ ଫେରାର, ଥାନା ଆଗରେ…

ପୁରୁଷୋତ୍ତମପୁର,୧୯ା୧୦(ସୀମାଞ୍ଚଳ ମିଶ୍ର):  ମହିଳାମାନଙ୍କୁ ସ୍ବାସ୍ଥ୍ୟସେବା ଯୋଗାଇ ଦେବାର ଆଳ ଦେଖାଇ ଜଣେ ଆଶାକର୍ମୀ ଦସ୍ତଖତ ନେଇ ସେମାନଙ୍କ ନାମରେ ବିଭିନ୍ନ ଫାଇନାନ୍ସ କମ୍ପାନିଠାରୁ ଲକ୍ଷଲକ୍ଷ ଟଙ୍କାର...

ଜାଲ ସାର୍ଟିଫିକେଟରେ ଚାଲିଥିଲା ନର୍ସିଂହୋମ: ସିଲ୍‌ କଲା ପ୍ରଶାସନ

କେନ୍ଦ୍ରାପଡ଼ା,୧୯।୧୦: କେନ୍ଦ୍ରାପଡ଼ା ପୁରୁଣା ମେଡିକାଲ ରୋଡ୍‌ରେ ଥିବା ଏକ ନର୍ସିଂହୋମ ଉପରେ ଶନିବାର ବଡ଼ ଧରଣର ଚଢାଉ ହୋଇଛି। ବେଆଇନ ଭାବେ ଚାଲିଥିବା ସମ୍ପୃକ୍ତ ନର୍ସିଂହୋମକୁ...

ପରିବାର ମଙ୍ଗଳ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ସର୍ଭେ: ଲୁକ୍କାୟିତ-କ୍ରୋନିକ୍‌ ରୋଗୀ ହେବେ ଚିହ୍ନଟ

ଦାରିଙ୍ଗବାଡ଼ି,୧୯ା୧୦(ଅରୁଣ ସାହୁ): ଅନେକ ସମୟରେ ବିଭିନ୍ନ ରୋଗରେ ଆକ୍ରାନ୍ତ ହୋଇ ରୋଗୀ ମୃତ୍ୟୁ ମୁଖରେ ପଡୁଛନ୍ତି। ରକ୍ତଚାପ, ଡାଇବେଟିସ୍‌, ଏଚ୍‌ଆଇଭି ହେଉ କି କ୍ୟାନ୍ସର ଭଳି...

ପୁଣି ବିଜେଡିକୁ ଝଟ୍‌କା: ଭାଜପାରେ ସାମିଲ ହେଲେ ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ, କହିଲେ…

ଭବାନୀପାଟଣା,୧୯।୧୦( ଉତ୍ତମ କୁମାର ଦାଶ):  ପୁଣି ବିଜେଡିକୁ ଝଟ୍‌କା କଳାହାଣ୍ଡିର ବରିଷ୍ଠ ବିଜେଡି ନେତା ଡ. ଭବାନୀ ଶଙ୍କର ନିଆଲ ଶନିବାର ଭାଜପାରେ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀ...

ବାଣ ଭିଡୁଥିବା ବେଳେ ହଠାତ୍‌ ହେଲା ବିସ୍ଫୋରଣ: ଉଡ଼ିଲା  ଘରର ଟିଣ ଚାଳ, ୪ ଗୁରୁତର       

ଖଲ୍ଲିକୋଟ, ୧୯।୧୦(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅନ୍ତର୍ଗତ ମାଣିକପୁର ଗ୍ରାମରେ ଶନିବାର ବାଣ ଭିଡୁଥିବା ବେଳେ ବିସ୍ଫୋରଣ ଘଟିଛି। ଏଥିରେ ୪...

ବାତ୍ୟା ଆଶ୍ରୟସ୍ଥଳରେ ଯୁବକଙ୍କ ହତ୍ୟା ଘଟଣା: ଜଣାପଡିଲା ବଡ଼ କାରଣ…

ରାଜନଗର,୧୯।୧୦(କୃତିବାସ ପ୍ରଧାନ): କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା କୁରୁଣ୍ଟି ବାତ୍ୟା ଆଶ୍ରୟସ୍ଥଳରେ ରଶ୍ମିରଂଜନ ପରିଡାଙ୍କ ହତ୍ୟା ଘଟଣାର ତଦନ୍ତକୁ ପୋଲିସ ଜୋରଦାର କରିଛି। ଘଟଣା ସ୍ଥଳରେ...

ପରିବାର ଉଜାଡିଦେଲା ସାପ: ଚାଲିଗଲା ବାପ-ଝିଅଙ୍କ ଜୀବନ

ହରଭଙ୍ଗା,୧୯।୧୦(ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜ଼ିଲା ହରଭଙ୍ଗା ବ୍ଲକର ଚାରିଛକ ବଜ଼ାର ନିକଟ ଠିଡିକଜୋର ଠାରେ ସାପ କାମୁଡାରେ ଜଣେ ଶିକ୍ଷକ ଏବଂ ତାଙ୍କ ଝିଅଙ୍କ...

ଆତଙ୍କ ଖେଳାଛନ୍ତି ୨୯ଟିକିଆ ହାତୀପଲ: ଭାଙ୍ଗିଲେ ଘର ଖାଇଲେ ଧାନ, ଚାଉଳ

ପାଟଣା,୧୯।୧୦(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ   ଏକ ୨୯  ଟିକିଆ ବଣୁଆ ହାତୀପଲ ଅଞ୍ଚଳରେ ଆତଙ୍କ ଖେଳାଛନ୍ତି।  ଶୁକ୍ରବାର ବିଳମ୍ବିତ ରାତିରେ  ହାତୀପଲ ପଶି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri