Posted inଜାତୀୟ

ନୂଆ ସରକାରଙ୍କୁ ଶୁଭେଚ୍ଛା ଜଣାଇ ଇସ୍ତଫା ଦେଲେ ଫଡ୍‌ନବିସ

ମୁମ୍ବାଇ,୨୬।୧୧: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନିବସ ମଙ୍ଗଳବାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅପରାହ୍ନ ୩ଟା ୩୦ରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସେ ଏହା ଘୋଷଣା କରିଛନ୍ତି। ମଙ୍ଗଳବାର ସନ୍ଧ୍ୟାରେ ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫା ପତ୍ର ଦେବେ ବୋଲି କହିଛନ୍ତି। ବୁଧବାର ସନ୍ଧ୍ୟା ୫ଟାରେ ସଂଖା ଗରିଷ୍ଠତାର ପ୍ରମାଣ ଦେବାକୁ ଥିବା ବେଳେ ଏହା ପୂର୍ବରୁ ସେ ଇସ୍ତଫା ପ୍ରଦାନ କରିଛନ୍ତି। ତେବେ ସୁପ୍ରିମକୋର୍ଟଙ୍କ ରାୟ ପରେ ପ୍ରଥମେ ଉପମୁଖ୍ୟମନ୍ତ୍ରୀ ପଦରୁ ଏନ୍‌ସିପି ନେତା ଅଜିତ ପାଓ୍ବାର ଇସ୍ତଫା ଦେଇଥିଲେ। ଏବେ ଫଡ୍‌ନବିସ ଇସ୍ତଫା ଦେବାରୁ ମହାରାଷ୍ଟ୍ରର ଭାଜପା ନେତୃତ୍ୱାଧିନ ସରକାର ଭାଙ୍ଗି ଯାଇଛି। ଏହାପରେ ଫଡ୍‌ନବିସ କହିଛନ୍ତି ମୁଖ୍ୟମନ୍ତ୍ରୀ ପଦକୁ ନେଇ ଶିବସେନା ତାଙ୍କୁ ଧମକ ଦେଇଥିଲା। ସେ ଆହୁରି ମଧ୍ୟ କହିଛନ୍ତି ସୁପ୍ରିମକୋର୍ଟଙ୍କ ରାୟ ପରେ ଯେତେବେଳେ ଉପ ମୁଖ୍ୟମନ୍ତ୍ରୀ ପଦରୁ ଅଜିତ ପାଓ୍ବାର ଇସ୍ତଫା ଦେଇଥିଲେ ସେତେବେଳେ ଆମେ ଇସ୍ତଫା ଦେବାକୁ ନିଷ୍ପତ୍ତି ନେଇସାରିଥିଲୁ। କାରଣ କୌଣସି ଦଳକୁ ଭାଙ୍ଗିବାକୁ ଅବା ଘୋଡା ବେପାର କରିବାକୁ ଚାହୁଁ ନ ଥିଲା ଭାଜପା। ଏବେ ସେ ନୂଆ ସରକାରକୁ କାମ ଶିଖାଇବେ ବୋଲି ଫଡନବିସ କହିଛନ୍ତି। ଅନ୍ୟପଟେ ଶିବସେନା, ଏନ୍‌ସିପି ଓ କଂଗ୍ରେସ ସଂଖ୍ୟା ଗରିଷ୍ଠତାର ପ୍ରମାଣ ଦେବାକୁ ଚାହିଁ ବସିଛନ୍ତି। ସୂଚନାଯୋଗ୍ୟ, ଗତ ଅକ୍ଟୋବରରୁ ଏଠାରେ ବିଧାନସଭା ନିର୍ବାଚନ ସରିଥିବା ବେଳେ ଏପର୍ଯ୍ୟନ୍ତ ଏଠାରେ ଆସନ ଭାଗବଣ୍ଟାକୁ ନେଇ ଗଣିତ ଛିଡି ପାରୁ ନାହିଁ।

ଆସ୍ଥା ଭୋଟ ପୂର୍ବରୁ ଇସ୍ତଫା ଦେଲେ ଫଡନବିସ

ମହାରାଷ୍ଟ୍ରରେ ଫଡନବିସ୍ ଶପଥ ନେବା ପରଠୁ ଏହାକୁ ଏନସିପି-ଶିବସେନା ବିରୋଧ କରିବା ସହ ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ । ମଙ୍ଗଳବାର ଭାଜପାକୁ ବିଧାନସଭାରେ ବହୁମତ ସାବ୍ୟସ୍ତ କରିବା ଲାଗି ନିର୍ଦ୍ଦେଶ ଦେଇଥିଲେ । ବିଧାନସଭାରେ ବହୁମତ ସାବ୍ୟସ୍ତ କରିବା ସହଜ ନଥିବା ମନେ କରି ବାଧ୍ୟହୋଇ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ ଦେବେନ୍ଦ୍ର ଫଡନବିସ୍ । ଅର୍ଥାତ ୮୦ ଘଣ୍ଟା ମଧ୍ୟରେ ହିଁ ଭାଜପାର ସରକାର ଗଠନର ଦମ୍ଭ ଭାଙ୍ଗି ଚୂରମାର ହୋଇଯାଇଛି।#DevendraFadnavis #AjitPawar #DharitriLive #MaharashtraPolitics #BJP #DeputyChiefMinister #GovernorBSKoshyari #UddhavThackeray #ChiefMinisterOfMaharashtra #AmitShah #NCP #Congress #ShivSena #Maharashtra #ମହାରାଷ୍ଟ୍ର

Dharitri ಅವರಿಂದ ಈ ದಿನದಂದು ಪೋಸ್ಟ್ ಮಾಡಲಾಗಿದೆ ಮಂಗಳವಾರ, ನವೆಂಬರ್ 26, 2019


Enter your email to get our daily news in your inbox.

All Right Reserved By Dharitri.Com

କୋଲକାତା ବଳାତ୍କାର-ହତ୍ୟା ଘଟଣା: ସାମ୍ନାକୁ ଆସିଲା ଆଉ ଏକ କଳାଧନ୍ଦା!

କୋଲକାତା,୨୨।୯: ଅଭୟା ନାଁ ଦିଆଯାଇଥିବା ଜଣେ ଟ୍ରେନି ମହିଳା ଡାକ୍ତରଙ୍କ ମୃତଦେହ କୋଲକାତାର ଆର.ଜି କର ମେଡିକାଲରେ ମିଳିଥିଲା। ଯାହକେ ନେଇ ସାରା ଦେଶରେ ଲାଗି...

ସାର୍ଟିଫିକେଟ ପାଇଁ ବାହାରିଲେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୨।୯: ଫେବୃଆରୀ ବଦଳରେ ନଭେମ୍ବରରେ ଦିଲ୍ଲୀରେ ବିଧାନସଭା ନିର୍ବାଚନ ହେବ କି ବୋଲି ଏବେ ପ୍ରଶ୍ନ ଉଠିଛି। ଆଜିକାଲି ଜାତୀୟ ରାଜଧାନୀର ରାଜନୈତିକ ପରିବେଶରେ ଏହା...

ନିର୍ବାଚନ ପୂର୍ବରୁ ସୁପ୍ରିମକୋର୍ଟଙ୍କ ନିକଟରେ ବଡ ଦାବି ରଖିଲା ଶରଦ ପାଓ୍ବାରଙ୍କ ଦଳ

ମୁମ୍ବାଇ,୨୨।୯: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପୂର୍ବରୁ ଅଜିତ ପାୱାର ଦଳ ପାଇଁ ନିର୍ବାଚନ ଆୟୋଗଙ୍କ ଠାରୁ ଏନସିପି ଶରଦ ଦଳ ଏକ ବଡ ଦାବି କରିଛନ୍ତି।...

ଖୁସି ଖବର: ନୀତୀଶ ଦେବେ ବଡ ଉପହାର

ପାଟନା,୨୨।୯: ବିହାରର ଯୁବବର୍ଗଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ଅଛି । ବିହାର ସରକାରଙ୍କ ପୋଲିସ ବିଭାଗରେ ସେବା କରିବାକୁ ଚାହୁଁଥିବା ଯୁବକମାନେ...

କଂଗ୍ରେସରେ କାଷ୍ଟିଂ କାଉଚ! ଚେହେରା ଦେଖି ଦିଆଯାଉଛି ଟିକେଟ, ମହିଳା ନେତାଙ୍କ ଅଭିଯୋଗ ପରେ ବଢୁଛି ଉତ୍ତେଜନା

ନୂଆଦିଲ୍ଲୀ,୨୨।୯: ହରିୟାଣା ନିର୍ବାଚନରେ କଂଗ୍ରେସ ଚେହେରା ଆଧାରରେ ଟିକେଟ ବଣ୍ଟନ କରିଥିବା ଅଭିଯୋଗ ହୋଇଛି ଏବଂ ଏହି ଅଭିଯୋଗ ନିଜେ ଦଳର ମହିଳା ନେତାଙ୍କ ବ୍ୟତୀତ...

ନାଇଡୁଙ୍କ ଉପରେ ଦୋଷ ଲଦି ତିରୁପତି ଲଡୁ ବିବାଦକୁ ନେଇ ମୋଦିଙ୍କୁ ଚିଠି ଲେଖିଲେ ଜଗନ ରେଡ୍ଡୀ

ତିରୁପତି,୨୨।୯: ତିରୁପତି ଲଡୁ ବିବାଦକୁ ନେଇ ସମଗ୍ର ଦେଶରେ ଉତ୍ତେଜନା ଦେଖାଦେଇଛି। ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁ ଦାବି କରିଛନ୍ତି ଯେ ଲଡୁ ପ୍ରସାଦରେ ପଶୁ...

କଂଗ୍ରେସର ହାର୍ଟବିଟ ବଢାଉଛି ଶୈଳଜାଙ୍କ ନିରବତା

ନୂଆଦିଲ୍ଲୀ,୨୨।୯: ହରିୟାଣାରେ ବିଧାନସଭା ନିର୍ବାଚନର ଉତ୍ସାହ ଜୋରସୋରରେ ଚାଲିଛି, କିନ୍ତୁ ଏହି ନିର୍ବାଚନ ଶବ୍ଦ ମଧ୍ୟରେ କଂଗ୍ରେସର ବରିଷ୍ଠ ନେତା କୁମାରୀ ଶୈଳଜାଙ୍କ ନିରବତା ଅନେକ...

ହିନ୍ଦୁମାନଙ୍କ ଭାବନା ସହ ଖେଳାଯାଇଛି, ରବିଶଙ୍କର କହିଲେ କେବଳ ଲଡୁ ନୁହେଁ…

ହାଇଦ୍ରାବାଦ,୨୨ା୯: ତିରୁପତି ବାଲାଜୀଙ୍କ ଲଡୁକୁ ନେଇ ତୁଟୁନି ବିବାଦ। ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି ଆଧ୍ୟାତ୍ମିକ ଗୁରୁ ଶ୍ରୀଶ୍ରୀ ରବିଶଙ୍କର। ୧୮୫୭ ସିପାହୀ ବିଦ୍ରୋହ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri