ବଇଣ୍ଡା,୧।୧୦(ଡି.ଏନ.ଏ.)-ଆଠମଲ୍ଲିକ ବ୍ଲକ କୁର୍ତ୍ତିବାସପୁର ପଞ୍ଚାୟତ ବରପଦାଠାରୁ କରଡ଼ାବାହାଳି ୨ କିମି ରାସ୍ତାକୁ ସ୍ଥାୟୀ ପକ୍କା ରାସ୍ତା ନିର୍ମାଣ କରାଯିବ। ଏ ନେଇ ପୂର୍ତ୍ତବିଭାଗ ପକ୍ଷରୁ ୨ କୋଟି ୯ ଲକ୍ଷ ଟଙ୍କା ମଞ୍ଜୁର ହୋଇଥିବାବେଳେ ସୋମବାର ଭୂମିପୂଜା କରାଯାଇଛି। ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମୁଖ୍ୟଅତିଥି ଭାବେ ଯୋଗଦେଇ ଭୂମିପୂଜା କରିଥିଲେ। ଅନ୍ୟତମ ଅତିଥି ଭାବେ ଆଠମଲ୍ଲିକ ବ୍ଲକ ବିଜେଡି ସଭାପତି ମହେଶ୍ୱର ଦେହୁରି, କୁରୁମଟାପ ସରପଞ୍ଚ ସୁମନ୍ତ ବେହେରା, ପୂର୍ବତନ ଜିଲା ପରିଷଦ ସଭ୍ୟ ନିରଜକାନ୍ତ ସାହୁ, ପୂର୍ବତନ ସମିତି ସଭ୍ୟ ଦିଲୀପ ସାହୁ, ମଇମୁରା ସରପଞ୍ଚ ସତ୍ୟାନନ୍ଦ ରାଉତ, ପୂର୍ତ୍ତବିଭାଗ କନିଷ୍ଠ ଯନ୍ତ୍ରୀ ହିମାଂଶୁ ମହାଳିକ ପ୍ରମୁଖ ଯୋଗ ଦେଇଥିଲେ।