ପରଲୋକରେ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକ: ରାଷ୍ଟ୍ରୀୟ ସମ୍ମାନ ସହ ଜନ୍ମସ୍ଥାନରେ ହେବ ଶେଷକୃତ୍ୟ

ଭୁବନେଶ୍ୱର (ବ୍ୟୁରୋ)/ ନିମାପଡ଼ା(ଡି.ଏନ୍‌.ଏ),୧୫।୫: ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ, ପୂର୍ବତନ ରାଜ୍ୟ ସଭା ସଦସ୍ୟ ତଥା ଗାନ୍ଧିବାଦୀ ନେତା ଭବାନୀ ଚରଣ ପଟ୍ଟନାୟକଙ୍କ ଗୁରୁବାର ରାତିରେ ପରଲୋକ ଘଟିଛି। ତାଙ୍କୁ ୯୯ବର୍ଷ ହୋଇଥିଲା। ଗତ ଦୁଇମାସ ତଳେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ କ୍ୟାପିଟାଲ୍‌ ହସ୍ପିଟାଲ୍‌ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ପରେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଗୁରୁବାର ହଠାତ୍‌ ନିଃଶ୍ୱାସ ପ୍ରଶ୍ୱାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ସନ୍ଧ୍ୟାରେ କ୍ୟାପିଟାଲ ହସ୍ପିଟାଲକୁ ଆମ୍ବୁଲାନ୍ସ ଯୋଗେ ନିଆଯାଇଥିଲା। ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ସେଠାରେ ସଙ୍ଗେ ସଙ୍ଗେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ହେଲେ କିଛି ସମୟ ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ଶଯ୍ୟା ନିକଟରେ ତାଙ୍କ ୨ ପୁଅ, ବୋହୂ, ନାତୁଣୀ ଓ ବନ୍ଧୁ ପରିଜନଙ୍କ ସହ ରାଜ୍ୟ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଉପସ୍ଥିତ ଥିଲେ।
୧୯୨୨ ମସିହା ମେ’ ୧୧ ତାରିଖରେ ପୁରୀ ଜିଲା ନିମାପଡ଼ା ବ୍ଲକ୍‌ ଅନ୍ତର୍ଗତ ଅଣ୍ଢିଆ ଗ୍ରାମରେ ଜନ୍ମଗ୍ରହଣ କରିଥିଲେ ଭବାନୀ ଚରଣ ପଟ୍ଟନାୟକ। ମହାତ୍ମା ଗାନ୍ଧୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସେ ୧୯୪୨ରେ ସତ୍ୟାଗ୍ରହ ଆନ୍ଦୋଳନରେ ଯୋଗ ଦେଇଥିଲେ। ୧୯୬୧, ୧୯୬୬ ଏବଂ ୧୯୭୮ ମସିହାରେ ସେ ୩ ଥର ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିଲେ। ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜଣେ ଅନ୍ତରଙ୍ଗ ସହଯୋଗୀ ଭାବେ ସେ କାର୍ଯ୍ୟ କରିଥିଲେ। ବିଜୁ ପଟ୍ଟନାୟକଙ୍କ ଦ୍ୱାରା ପ୍ରତିଷ୍ଠିତ କଳିଙ୍ଗ ଟ୍ରଷ୍ଟର ସଭାପତି ଭାବେ ଦାୟିତ୍ୱ ତୁଲାଇବା ସହ ରାଜ୍ୟର ବହୁ ସାଂସ୍କୃତିକ, ସାମାଜିକ ଓ ସ୍ବେଚ୍ଛାସେବୀ ସଂଗଠନ ସହିତ ଜଡ଼ିତ ଥିଲେ। ଶେଷ ନିଃଶ୍ୱାସ ଥିବା ପର୍ଯ୍ୟନ୍ତ ସେ ସାମାଜିକ ଜନଜୀବନ ସହ ନିଜକୁ ସମ୍ପୃକ୍ତ ରଖିଥିଲେ। ନିମାପଡ଼ା କଲେଜ, ସରସ୍ବତୀ ଶିଶୁମନ୍ଦିର ସମେତ ବହୁ ଅନୁଷ୍ଠାନର ପ୍ରତିଷ୍ଠାତା ଥିଲେ। ଏପରିକି ଗତ ୧୧ ତାରିଖରେ ନିଜ ୯୯ତମ ଜନ୍ମଦିବସରେ ଏସ୍‌ସିବି ମେଡିକାଲ କଲେଜକୁ ଶରୀର ଦାନ କରିବେ ବୋଲି ମଧ୍ୟ ଘୋଷଣା କରିଥିଲେ। ସ୍ବାଧୀନତା ସଂଗ୍ରାମ ଏବଂ ଜନସେବା କ୍ଷେତ୍ରରେ ଅବଦାନ ଲାଗି କେନ୍ଦ୍ର ସରକାର ୨୦୧୮ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିଥିଲେ। ତାଙ୍କ ଦେହାନ୍ତ ହେବା ଖବର ପାଇ ବିଭିନ୍ନ ମହଲରେ ଶୋକପ୍ରକାଶ ପାଇଛି। ପଟ୍ଟନାୟକଙ୍କ ମରଶରୀରକୁ ହସ୍ପିଟାଲ୍‌ରୁ ରାଜମହଲଛକସ୍ଥିତ ଅଶୋକନଗର ବାସଭବନକୁ ଅଣାଯିବା ପରେ ସେଠାରେ ବନ୍ଧୁ, ପରିଜନ, ରାଜନେତା, ମନ୍ତ୍ରୀ ଏବଂ ସାଧାରଣ ଲୋକେ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ମୃତ୍ୟୁ ଖବର ପାଇବା ପରେ ଜନ୍ମମାଟି ନିମାପଡ଼ା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ସେ ଶରୀର ଦାନ କରିବାକୁ ଘୋଷଣା କରିଥିଲେ। ହେଲେ ବର୍ତ୍ତମାନ କୋଭିଡ୍‌-୧୯ ଯୋଗୁ ଶରୀର ଦାନ ହୋଇପାରିବ ନାହିଁ ବୋଲି ଏସ୍‌ସିବି ପକ୍ଷରୁ ମନା କରାଯାଇଥିବା ମନ୍ତ୍ରୀ ଦାଶ ସୂଚନା ଦେଇଛନ୍ତି। ଶୁକ୍ରବାର ରାଷ୍ଟ୍ରୀୟ ସମ୍ମାନ ସହ ତାଙ୍କ ଜନ୍ମସ୍ଥାନ ନିମାପଡ଼ାଠାରେ ଶେଷକୃତ୍ୟ ସମ୍ପନ୍ନ କରାଯିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ସୂଚନା; ବଦଳିବ ରିଲିଫ୍‌ର ନାଁ, ଏଣିକି କୁହାଯିବ…

ଭୁବନେଶ୍ୱର,୨୧ା୯: ରାଜସ୍ବ ମନ୍ତ୍ରୀ ସୁରେଜ ପୂଜାରୀ ଶନିବାର ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି ରିଲିଫ୍‌ କୋଡ୍‌ର ନାଁ ପରିବର୍ତ୍ତନ ହେବ। ଏଣିକି ଆଉ...

ପୁଣି ବିଜେଡିକୁ ଫେରିବାକୁ ଚାହୁଁଛନ୍ତି ପୂର୍ବତନ ବିଧାୟକ: ହାଇକମାଣ୍ଡଙ୍କୁ ଲେଖିଲେ ଚିଠି

ଘସିପୁରା,୨୧।୯(ନିରଞ୍ଜନ ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଭାଗୀରଥି ସେଠୀ ପୁଣି ବିଜେଡିକୁ ଫେରିବେ। ୨୦୨୪ ସାଧାରଣ ନିର୍ବାଚନରେ ଟିକେଟ ମିଳି ନ ଥିବାରୁ...

ଗଛରେ ଝୁଲୁଛି ୨ ମୃତଦେହ

ସାଲେପୁର,୨୧ା୯(ଅରବିନ୍ଦ ଭୂୟାଁ): କଟକ ଜିଲା ସାଲେପୁର ବ୍ଲକ ଅନ୍ତର୍ଗତ ବାହାବଳପୁର ଗ୍ରାମରେ ଥିବା ଚାକୁଣ୍ତା ବଣରେ ଶନିବାର ସକାଳୁ ଏକ ଗଛରେ ବେକରେ ଗାମୁଛା ଓ...

ଟ୍ରେଲର ପଛରେ ପିଟିହେଲା ବସ୍‌, ୧୦ ଆହତ

କଟକ,୨୧ା୯: କଟକର ଏନ୍‌ଏଚ୍‌ ୧୬ ଭାଣପୁର ନିକଟରେ ଶନିବାର ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ବସ୍‌ଟି ଭାରସାମ୍ୟ ହରାଇ ଏକ ଟ୍ରେଲର ପଛରେ ପିଟି ହୋଇଯିବାରୁ...

୮ ବର୍ଷ ପରେ ଆଜି ଆରପିଡିଏସି ବୈଠକ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): ବିସ୍ଥାପିତ ଓ ଜମିହରାଙ୍କ ସମସ୍ୟାର ପ୍ରତିକାର ଏବଂ ପ୍ରଭାବିତ ଅଞ୍ଚଳର ଉନ୍ନୟନ ପାଇଁ ପୁନର୍ବାସ ଓ ପାରିପାର୍ଶ୍ୱିକ ଉନ୍ନୟନ ଉପଦେଷ୍ଟା କମିଟି (ଆର୍‌ପିଡିଏସି)...

ମୋ ସ୍କୁଟି ଋଣରେ ଲାଞ୍ଚ, ଡିଆର୍‌ସିଏସ୍‌ଙ୍କୁ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୨୧ା୯(ହର୍ଷବର୍ଦ୍ଧନ ବେହେରା): କଟକ କେନ୍ଦ୍ର ସମବାୟ ବ୍ୟାଙ୍କ ଅଧୀନ ବିଞ୍ଝାରପୁର ବ୍ରାଞ୍ଚରେ ସ୍କୁଟି ଋଣରେ ଦୁର୍ନୀତି ଓ ବେଆଇନ କାର୍ଯ୍ୟ ଚାଲିଥିବା ଅଭିଯୋଗ ସଂକ୍ରାନ୍ତରେ ରାଜ୍ୟ...

ବିଶ୍ୱ ଐତିହ୍ୟ ତାଲିକାରୁ ବାଦ୍‌ ସମ୍ପର୍କରେ ସମୀକ୍ଷା ନାହିଁ

କେନ୍ଦ୍ରାପଡ଼ା,୨୧ା୯ (ଜଗନ୍ନାଥ ଧଳ): ପ୍ରକୃତିର ବିସ୍ମୟ ଭିତରକନିକା। ଏହାର ଜୈବ ବିବିଧତା, ସାମୁଦ୍ରିକ ଓ ବନ୍ୟ ସମ୍ପଦ, ଦେଶୀ ବିଦେଶୀ ପକ୍ଷୀ ସମ୍ପର୍କରେ ଦେଶ ବିଦେଶରେ...

ଚିନ୍ତା ବଢ଼ାଇଲା ନକଲି କନ୍ଧମାଳ ହଳଦୀ ବିକ୍ରି: ବିଭାଗ ନୀରବ

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ): ଚାଲିଛି ପର୍ଯ୍ୟଟନ ଋତୁ। ବର୍ଷା ଓ ଶୀତ ଋତୁର ମଧ୍ୟବର୍ତ୍ତୀ ସମୟରେ ଦାରିଙ୍ଗବାଡିକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି। ଆଉ କିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri