ପୁରୀ ଗଣବଳାତ୍କାର ଘଟଣା:ହାଇକୋର୍ଟରେ ଅଭିଯୁକ୍ତ

କଟକ ଅଫିସ,୧୩।୧୨:ରାଜ୍ୟର ବହୁଚର୍ଚ୍ଚିତ ପୁରୀ ଗଣବଳାତ୍କାର ଘଟଣା ଭିନ୍ନ ମୋଡ଼ ନେଇଛି। ଏହି ମାମଲାରେ ଅଭିଯୁକ୍ତ ଥିବା ରାଜେଶ କୁମାର ସେଠୀ ଗୁରୁବାର ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଗଣବଳାତ୍କାରକୁ ନେଇ ଯେଉଁ ଅଭିଯୋଗ ହୋଇଛି ତାହା ଭିତ୍ତିହୀନ ଓ କପୋଳକଳ୍ପିତ। କେବଳ କେତେଜଣଙ୍କୁ ଫସାଇବା ପାଇଁ ଏହା ଏକ ବିଧିବଦ୍ଧ ଷଡ଼ଯନ୍ତ୍ର। ତେଣୁ ଏହାର ସିବିଆଇ, କ୍ରାଇମବ୍ରାଞ୍ଚ କିମ୍ବା ନ୍ୟାୟିକ ତଦନ୍ତ ପାଇଁ ଆବେଦନକାରୀ ସେଠୀ କୋର୍ଟଙ୍କୁ ନିବେଦନ କରିଛନ୍ତି। ଉଚ୍ଚସ୍ତରୀୟ ତଦନ୍ତ କରାଗଲେ ପ୍ରକୃତ ସତ୍ୟ ଲୋକଲୋଚନକୁ ଆସିବ ବୋଲି ଆବେଦନକାରୀ ପିଟିଶନରେ ନିବେଦନ କରିଛନ୍ତି। ଏହି ମାମଲାରେ ଆବେଦନକାରୀଙ୍କ ପକ୍ଷରୁ ଗୃହ ବିଭାଗ ସଚିବ, ପୁରୀ ଏସ୍‌ପି, କ୍ରାଇମବ୍ରାଞ୍ଚ ଏସ୍‌ପି, ସିବିଆଇ ଏସ୍‌ପି ଓ କୁମ୍ଭାରପଡା ଥାନା ଆଇଆଇସିଙ୍କୁ ପକ୍ଷଭୁକ୍ତ କରାଯାଇଛି। ଆବେଦନକାରୀଙ୍କ ପିଟିଶନକୁ କୋର୍ଟ ଗ୍ରହଣ କରି ଆସନ୍ତା ୧୯ ତାରିଖକୁ ପରବର୍ତ୍ତୀ ଶୁଣାଣି ପାଇଁ ଦିନଧାର୍ଯ୍ୟ କରିଛନ୍ତି। ସୂଚନାଥାଉ କି, ଗତ ୨ ତାରିଖରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର ହୋଇଥିବା ନେଇ କୁମ୍ଭାରପଡ଼ା ଥାନାରେ ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଆଧାର କରି ପୋଲିସ ରାଜେଶଙ୍କ ସମେତ ମୋଟ୍‌ ୬ ଜଣଙ୍କୁ ଗିରଫ କରିଥିଲା। ଆବେଦନକାରୀଙ୍କ ପକ୍ଷରୁ ଆଡଭୋକେଟ ବ୍ୟୋମକେଶ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି। ଆଡଭୋକେଟ ତ୍ରିପାଠୀଙ୍କ କହିବା ଅନୁଯାୟୀ, ଘଟଣାଟି ସମ୍ପୂର୍ଣ୍ଣ ମିଥ୍ୟା। ଏପରି କି ପୋଲିସ ଉକ୍ତ ଘଟଣାକୁ ଅଧିକ ରଙ୍ଗିନ କରୁଛି। ପ୍ରକୃତ ଘଟଣା ଲୋକଲୋଚନକୁ ନ ଆସିବା ପାଇଁ ପୋଲିସ ଉଦ୍ୟମ କରୁଥିବା ତ୍ରିପାଠୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବଂଶଧାରା ନଦୀରେ ମିଶିଲା କାରଖାନାର ବିଷାକ୍ତ ରାସାୟନିକ ପାଣି: ଜଳ ଯୋଗାଣ ବନ୍ଦ ଲୋକେ ହନ୍ତସନ୍ତ

କାଶୀନଗର,୨୦ା୯(ଟି. କ୍ରିଷ୍ଣା ରାଓ): ଗଜପତି ଜିଲା କାଶୀନଗର ଦେଇ ପ୍ରବାହିତ ବଂଶଧାରା ନଦୀ ପାଣିରେ ବେଦାନ୍ତ କାରଖାନାର କାଷ୍ଟିକ ପୋଖରୀ ହୁଡା ଭାଙ୍ଗି କ୍ଷୟକାରୀ ବିଷାକ୍ତ...

ଭରତପୁର ଥାନା ଘଟଣା: ଓଡ଼ିଶା ସରକାରଙ୍କୁ କଡ଼ା ସମାଲୋଚନା କଲେ ପ୍ରିୟଙ୍କା ଗାନ୍ଧି

ଭୁବନେଶ୍ୱର,୧୯।୯: ଭରତପୁର ଥାନା ଘଟଣାକୁ ନେଇ ଓଡ଼ିଶା ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ। ଏକ୍ସରେ ଏକ ପୋଷ୍ଟ କରି...

ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ଏହି ତାରିଖ ଯାଏ କରିପାରିବେ ଆବେଦନ

ଭୁବନେଶ୍ୱର,୧୯।୯: ସିଏମ୍‌ କିଷାନ ଯୋଜନାରେ ନୂତନ ହିତାଧିକାରୀମାନେ ନଭେମ୍ବର ମାସ ୮ ତାରିଖ ପର୍ଯ୍ୟନ୍ତ ପଞ୍ଜିକରଣ କରିପାରିବେ। ଚାଷୀମାନେ cmkissan.odisha.gov.in ମାଧ୍ୟମରେ ପଞ୍ଜିକରଣ କରିପାରିବେ। ଏହି...

ମୁଖ୍ୟ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ଘରୁ ମିଳିଲା ନଗଦ ୪୫ ଲକ୍ଷ ଟଙ୍କା, କୋଟିଏ ଟଙ୍କାର ବ୍ୟାଙ୍କ ଡିପୋଜିଟ୍

ବାଲେଶ୍ୱର,୧୯।୯: ବାଲେଶ୍ୱର ଗ୍ରାମ୍ୟ ଉନ୍ନୟନ ବିଭାଗ ମୁଖ୍ୟ ଯନ୍ତ୍ରୀ ଏନ.ଭି ହରିହରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିବା ପରେ ବିପୁଳ ପରିମାଣର ଆୟାବହିର୍ଭୁତ ସମ୍ପତ୍ତି ଜବତ...

ଗ୍ରାହକ ହୋଇ କିଣିବା ବାହାନାରେ ଆସି ଗହଣା ଦୋକାନରୁ….

ବ୍ରହ୍ମପୁର,୨୦ା୯(ସୁବାସ ଚନ୍ଦ୍ର ପାଢ଼ୀ): ଗ୍ରାହକ ହୋଇଆସି ଜଣେ ବ୍ୟକ୍ତି ଦୋକାନରୁ ସୁନା ଗହଣା ଚୋରାଇ ନେଇଛନ୍ତି। ଦୋକାନ ମାଲିକ ସତ୍ୟନାରାୟଣ ସେନାପତି ଏହି ସମ୍ପର୍କରେ ବଡ଼ବଜାର...

ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାରେ ମେଜରଙ୍କ ବାନ୍ଧବୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଭୁବନେଶ୍ବର ଏମ୍ସ ଯାଇ ପ୍ରଭାତୀ...

ଜିଲାସ୍ତରୀୟ ବିକାଶ ମେଳା ଉଦଘାଟିତ

ଖୋର୍ଦ୍ଧା,୨୦।୯ : ୨୦୩୬ ସୁଦ୍ଧା ଗଠନ ହେବ ବିକଶିତ ଓଡ଼ିଶା। ମୋହନ ସରକାର ଲୋକଙ୍କ ସରକାର। ଜନତାଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପ୍ରକୋଷ୍ଠ ଉନ୍ମୁକ୍ତ ରହିଛି। ୨୪ବର୍ଷ...

ବିବାଦରେ ଯାତ୍ରା ଷ୍ଟାର ଆକ୍ଟର କାହ୍ନା ସ୍ବାଇଁ

ଭୁବନେଶ୍ୱର,୨୦।୯: କୋଟିକୋଟି ଓଡ଼ିଆଙ୍କ ପ୍ରାଣ ମହାପ୍ରଭୁ ଶ୍ରୀଜଗନ୍ନାଥ। ସିଏ ସମଗ୍ର ବିଶ୍ୱକୁ ତାଙ୍କ ଛତ୍ରଛାୟା ତଳେ ଘୋଡାଇ ରଖିଛନ୍ତି। ହେଲେ ତାଙ୍କୁ ଅସମ୍ମାନିତ କରାଯାଇଛି। ଯାତ୍ରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri