ପୁରୀ ଅଫିସ୍,୨୩।୬: ସୁପ୍ରିମକୋର୍ଟ ରଥଯାତ୍ରା ପାଇଁ ଅନୁମତି ଦେବା ପରେ ମଙ୍ଗଳବାର ନୀତି ନିର୍ଘଣ୍ଟ ଅନୁଯାୟୀ ରଥଯାତ୍ରା ଆରମ୍ଭ ହୋଇଛି। ଏପଟେ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ଜିଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ସୂଚନାଯୋଗ୍ୟ, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକକ୍ରମେ ୧୧୪୩ ଜଣ ସେବାୟତଙ୍କ କରୋନା ଟେଷ୍ଟ କରାଯାଇଥିଲା। ସେଥିମଧ୍ୟରୁ ୧୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ୍ ଆସିଥିବାବେଳେ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଛି।