ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଦାବି: ସପ୍ତାହବ୍ୟାପୀ ଧାରଣାରେ ବସିବ ବରଗଡ଼ ଏକତା ମଞ୍ଚ

ବରଗଡ଼ ଅଫିସ,୧୭।୨: ବରଗଡ଼ ସହରରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ଯୋଗାଇଦେବା ଦାବିରେ ପୁଣି ଅସନ୍ତୋଷ ପରିଲକ୍ଷିତ ହୋଇଛି। ରବିବାର ସନ୍ଧ୍ୟାରେ ବରଗଡ଼ ହସ୍ପିଟାଲ ବଞ୍ଚାଅ ଅଭିଯାନ ପକ୍ଷରୁ ଏକ ମହମବତି ଶୋଭାଯାତ୍ରା ସହର ପରିକ୍ରମା କରିଥିବା ବେଳେ ସୋମବାର ପୂର୍ବାହ୍ନରେ ବରଗଡ଼ ଏକତା ମଞ୍ଚ ପକ୍ଷରୁ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଏକ ସଭା ଅନୁଷ୍ଠିତ ହୋଇଛି। ଜନ ଆନ୍ଦୋଳନ ଚାପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗତ ୫ତାରିଖରୁ ସହରାଞ୍ଚଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅର୍ଥାତ୍‌ ଅର୍ବାନ ପିଏଚ୍‌ସି ଘୋଷଣା କରିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ସେ ସମ୍ପର୍କିତ କୌଣସି ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇ ନ ଥିବାବେଳେ ପୂର୍ଣ୍ଣାଙ୍ଗ ସ୍ବାସ୍ଥ୍ୟସେବା ମଧ୍ୟ ଏଠାରେ ଉପଲବ୍ଧ ହୋଇପାରି ନ ଥିବା ଅଭିଯୋଗ ହୋଇଛି। ଏପରିକି ଏ ନେଇ ବାରମ୍ବାର ଜିଲା ପ୍ରଶାସନର ଦୃଷ୍ଟି ଆକର୍ଷଣ କରାଯାଇଛି। କିନ୍ତୁ କିଛି ସୁଫଳ ମିଳି ନ ଥିବା ବରଗଡ଼ ଏକତା ମଞ୍ଚ ଅଭିଯୋଗ କରିଛି। ଏହାର ପ୍ରତିବାଦରେ ଆସନ୍ତା ୧୮ତାରିଖରୁ ଏକ ସପ୍ତାହ ଧରି ପୂର୍ବାହ୍ନ ୧୦ଟାରୁ ସା ୫ଟା ପର୍ଯ୍ୟନ୍ତ ପ୍ରତିଦିନ ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନା ପରିସରରେ ଧାରଣା ଦିଆଯିବା ସହିତ ବରଗଡ଼ ହସପିଟାଲ ବଞ୍ଚାଅ ଅଭିଯାନରେ ମଧ୍ୟ ଏକତା ମଞ୍ଚ ସାମିଲ ହେବ ବୋଲି ସଭାରେ ନିଷ୍ପତ୍ତି ନିଆଯାଇଛି। ଏଥିରେ ଏକତା ମଞ୍ଚର ନିପନ କୁମାର ଦାଶ, ପବିତ୍ର ଦେହୁରୀ, କୃଷ୍ଣଚନ୍ଦ୍ର ପଣ୍ଡା ପ୍ରମୁଖ ଉପସ୍ଥିତ ଥିଲେ । ସଭାସ୍ଥଳକୁ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ବିଭୂତି ଭୂଷଣ ମେହେର ମଧ୍ୟ ପହଞ୍ଚିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଆସିବ ବଡ଼ ନିଷ୍ପତ୍ତି, ଭରତପୁର ଘଟଣାରେ ପୋଲିସର ଭୁବନେଶ୍ୱରରେ ବସିବ ବଡ଼ ବୈଠକ

ଭୁବନେଶ୍ୱର,୨୧।୯: ତୀବ୍ର ହେଲା ଭରତପୁର ପୋଲିସ-ମେଜର ବିବାଦ। ଘଟଣାକୁ ନେଇ ବଡ଼ ବୈଠକ ଡାକିଲା ଓଡ଼ିଶା ପୋଲିସ ସେବା ସଂଘ। ଏନେଇ ରବିବାର ଭୁବନେଶ୍ବରରେ ବସିବ...

୫୦ ଟଙ୍କା ନେଇ ଧରାପଡ଼ିଲେ ମୋ ସେବା କେନ୍ଦ୍ର ମାଲିକ

ରାଉରକେଲା,୨୧।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ୍‌ ଥାନା ଅନ୍ତର୍ଗତ ଷ୍ଟେଶନ ରୋଡ୍‌ରେ ଥିବା ଏକ ମୋ ସେବା କେନ୍ଦ୍ରର ମାଲିକ ସୁଭଦ୍ରା ଯୋଜନା ପାଇଁ ହିତାଧିକାରୀଙ୍କୁ ୫୦ ଟଙ୍କା...

ଲାଞ୍ଚ ନେଇ ଧରା ପଡିଲେ ୨ ପୋଲିସ ବାବୁ, ଜବତ ବାଇକ୍‌ ଫେରାଇବା ପାଇଁ…

ନବରଙ୍ଗପୁର,୨୧।୯: ଲାଞ୍ଚ ନେଇ ଧରାପଡ଼ଛନ୍ତି ୨ ପୋଲିସ କର୍ମଚାରୀ। ନବରଙ୍ଗପୁର ପାପଡ଼ାହାଣ୍ଡି ଥାନାର ୨ କର୍ମଚାରୀ ଲାଞ୍ଚ ନେଉଥିବା ଅବସ୍ଥାରେ ଧରା ପଡିଛନ୍ତି। ସେମାନେ ହେଲେ...

ମହୁମାଛି ନେଇଗଲେ ଜୀବନ…

ଲାଞ୍ଜିଗଡ଼,୨୧ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ ବେନଗାଁ ପଞ୍ଚାୟତର ବେତିଆପଡା ଗାଁରେ ମହୁମାଛି ଆକ୍ରମଣରେ ଜଣେ ବ୍ୟକ୍ତି ପ୍ରାଣ...

ଏମାନଙ୍କୁ ଆଦୌ ମିଳିବନି ସୁଭଦ୍ରା ଟଙ୍କା, ଆବେଦନ କଲେ ବି କଟିଯିବ…

ଭୁବନେଶ୍ୱର,୨୧।୯: ସୁଭଦ୍ରା ଯୋଜନାର ଶୁଭାରମ୍ଭ ପରେ ୨୫ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି। ପ୍ରାୟ ୧୨ ଶହ ୫୦ କୋଟି ଟଙ୍କା ସୁଭଦ୍ରା ହିତାଧିକାରୀଙ୍କ...

ଅଭିଯୋଗ ପ୍ରକୋଷ୍ଠରେ ରହିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ନିଜ ଘର ଦେଇଦେଲେ…

ଭୁବନେଶ୍ୱର,୨୧।୯: ଉଦାହରଣ ସୃଷ୍ଟିକଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଲୋକଙ୍କ ପାଇଁ ନିଜ ଘର ଦେଇଦେଲେ ମୁଖ୍ୟମନ୍ତ୍ରୀ। କେନ୍ଦୁଝରରେ ଥିବା ନିଜ ମଣ୍ଡୁଆ ବାସଭବନକୁ ଲୋକଙ୍କୁ ଉତ୍ସର୍ଗ...

ଗୋଟିଏ ଟ୍ରାକ୍‌ରେ ୨ ଟ୍ରେନ୍‌ ସାମ୍‌ନା ସାମ୍‌ନି

ରାଉରକେଲା,୨୧।୯(ଦିନେଶ ମିଶ୍ର): ରାଉରକେଲା ବାସନ୍ତୀ ରେଲୱେ ଓଭରବ୍ରିଜ ନିକଟରେ ଶନିବାର ଗୋଟିଏ ରେଳ ଦୁର୍ଘଟଣା ଟଳିଯାଇଛି। ଗୋଟିଏ ରେଳ ଟ୍ରାକ୍‌ରେ ଗୋଟିଏ ମାଲବାହୀ ଓ ଅନ୍ୟଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri