ବ୍ରହ୍ମପୁର ଅଫିସ,୧୭ା୮: ବଡବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଗୋଟିଏ ଗୋଷ୍ଠୀର ମୁଖିଆ ଲବ ସେଠୀଙ୍କୁ ଗୁରୁବାର ରାତିରେ ଅନ୍ୟ ଏକ ଗୋଷ୍ଠୀର କେତେଜଣ ଆକ୍ରମଣ କରିବାକୁ ଯାଇଥିଲେ। ତେବେ ସେମାନେ ଲବଙ୍କୁ ନ ପାଇ ତାଙ୍କ ଭଉଣୀ କାମିନୀଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି। ଆକ୍ରମଣକାରୀ ଗୋଷ୍ଠୀର ମୁଖ୍ୟଙ୍କ ସମେତ ୬ ଜଣଙ୍କୁ ପୋଲିସ ଶୁକ୍ରବାର କାବୁ କରିଛି। ଅଭିଯୁକ୍ତମାନେ ବ୍ୟବହାର କରିଥିବା ଗାଡି ଓ ଖଣ୍ଡା ମଧ୍ୟ ଜବତ କରାଯାଇଛି। ପ୍ରକାଶ ଯେ , ସାଧାରଣ ନିର୍ବାଚନ ପୂର୍ବରୁ ଲବଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଥିଲା। ନିକଟରେ ସେ ଜେଲରୁ ଜାମିନରେ ମୁକୁଳିଥିଲେ। ଗୁରୁବାର ଲବଙ୍କର ଆଈଙ୍କ ଦ୍ୱାଦଶହ ଭୋଜି ଥିଲା। ରାତିରେ ସେ ଘର ଦାଣ୍ଡରେ ଠିଆ ହୋଇଥିବା ବେଳେ ପୂର୍ବ ଶତ୍ରୁତାକୁ ନେଇ ଅଭିଯୁକ୍ତମାନେ ସେଠାରେ ପହଞ୍ଚି ଖଣ୍ଡା ଧରି ତାଙ୍କୁ ହାଣିବାକୁ ଗୋଡ଼ାଇଥିଲେ। ଏହି ସମୟରେ ଲବଙ୍କ ଭଉଣୀ କାମିନୀ ଭାଇକୁ ଘର ଭିତର ଦେଇ ଅନ୍ୟତ୍ର ଚାଲିଯିବାକୁ କହିଥିଲେ। ପରେ ଅଭିଯୁକ୍ତମାନେ ଘରେ ପଶି ଲବଙ୍କୁ ନ ପାଇ କମିନୀଙ୍କୁ ଖଣ୍ଡାରେ ହାଣିଥିଲେ। ଖବରପାଇ ପୋଲିସ ଘଟଣାସ୍ଥଳରର ପହଞ୍ଚି ଆହତ କାମିନୀଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲରେ ଭର୍ତ୍ତି କରିଥିଲା। କାମିନୀଙ୍କ ଅଭିଯୋଗ କ୍ରମେ ନଂ.୧୩୩/୧୯ରେ ଏକ ମାମଲା ରୁଜୁ ହୋଇଛି। ଅଭିଯୁକ୍ତମାନଙ୍କୁ ପୋଲିସ କାବୁ କରି ଥାନାରେ ଅଟକ ରଖିଛି।
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀଙ୍କ ପରଲୋକ
ଦିଗପହଣ୍ଡି,୧୪।୧୨((ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍ ଅନ୍ତର୍ଗତ କଇଠଖଣ୍ଡି ପଞ୍ଚାୟତର ପୂର୍ବତନ ନାଏବ ସରପଞ୍ଚ ତଥା ସାମାଜିକ କର୍ମୀ ସନ୍ତୋଷ କୁମାର ପଣ୍ଡା...
ଚାଲିଚାଲି ଯାଉଥିବା ବେଳେ ବୃଦ୍ଧଙ୍କୁ ଧକ୍କା ଦେଲା ଅଜଣା ଗାଡି, ଚାଲିଗଲା ଜୀବନ
ଛତ୍ରପୁର,୧୪ / ୧୨(ଦିଲ୍ଲୀପ ସାମଲ) : ଅଜଣା ଗାଡି ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ହେଉଛନ୍ତି ଚମାଖଣ୍ଡି ଅଂଚଳର ପ୍ରହଲ୍ଲାଦ ନାୟକ...
ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...
ଶିଶୁ ମନ୍ଦିରରେ ରକ୍ତଦାନ ଶିବିର, ୯୬ ୟୁନିଟ ରକ୍ତ ସଂଗ୍ରହ
ଦିଗପହଣ୍ଡି,୧୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ଗ୍ରାମ ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ଶ୍ରୀଧାମ ଆବାସିକ ବିଦ୍ୟାଳୟର ରୌପ୍ୟ ଜୟନ୍ତୀ ସମାରୋହ...
ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ
ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...
ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ
ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...
ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI
କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...
Archives


