ପୋଖରୀରେ ବୁଡ଼ି ନାବାଳିକା ମୃତ

ମହାକାଳପଡ଼ା,୫।୬(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସୁନୀତି ପଞ୍ଚାୟତର ସ୍ଥାନୀୟ ବେଣାକନ୍ଧା ଗ୍ରାମରେ ବୁଧବାର ଏକ ଅଘଟଣ ଘଟିଛି। ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡ଼ିଯାଇ ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକ ହେଲେ ଗ୍ରାମର ଉଦୟ ପ୍ରଧାନଙ୍କ ଝିଅ ଉମାରାଣୀ ପ୍ରଧାନ(୭)।

ପୂର୍ବାହ୍ନରେ ଉମାରାଣୀ ନିଜ ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ସେଠାରେ ତାଙ୍କର ଗୋଡ଼ ଖସି ଯାଇଥିଲା। ତେବେ ପରିବାରଲୋକ ଖୋଜାଖୋଜି କରିବା ପରେ ନ ପାଇ ତାଙ୍କୁ ପୋଖରୀରେ ଖୋଜାଯାଇଥିଲା। ପରେ ତାଙ୍କୁ ଉଦ୍ଧାର କରାଯାଇଥିଲେ ସୁଦ୍ଧା ସେତେବେଳକୁ ତାଙ୍କର ମୃତ୍ୟୁ ଘଟିଥିଲା। ଏ ନେଇ ଖବରପାଇ ପୂର୍ବତନ ସରପଞ୍ଚ ମନୋଜ ପାତ୍ର ପହଞ୍ଚି ପରିବାରକୁ ସମବେଦନା ଜଣାଇଛନ୍ତି। ତନ୍ତିଆପାଳ ମେରାଇନ ଥାନାରେ ଲିଖିତ ଅଭିଯୋଗ ହୋଇଛି। ତଦନ୍ତ ପରେ ମୃତଦେହ ବ୍ୟବଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ ପାଇଁ ଗାଁ ବୁଲୁଛି ଓଟ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): ସୁଦୂର ରାଜସ୍ଥାନ ଓ ଉତ୍ତରପ୍ରଦେଶରୁ କେତେଜଣ ବ୍ୟକ୍ତି ଓଟକୁ ଧରି କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଗାଁକୁ ଗାଁ ବୁଲି...

ଯୌତୁକ ପାଇଁ ୯ ମାସର ଗର୍ଭବତୀଙ୍କୁ ମାରିଦେଲେ ଶାଶୁଘର ଲୋକେ

ରାଜନଗର,୧୯।୪(କୃତିବାସ ପ୍ରଧାନ): ଯୌତୁକ ପାଇଁ ନବବଧୂଙ୍କୁ ହତ୍ୟା ଅଭିଯୋଗ। କେନ୍ଦ୍ରାପଡ଼ା ଜିଲା ରାଜନଗର ଥାନା ବାଲିସାହିପାଟଣା ଗାଁ ରେ ଘଟିଛି ଏହି ଅଭାବନୀୟ ଘଟଣା। ଅଭିଯୋଗ...

ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀକୁ ଅଣଦେଖା

କେନ୍ଦ୍ରାପଡ଼ା,୧୯ା୪ (ଜଗନ୍ନାଥ ଧଳ): ଶୁକ୍ରବାର ବିଶ୍ୱ ଐତିହ୍ୟ ଦିବସ ପାଳିତ ହୋଇଯାଇଛି। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ...

କାର୍ଯ୍ୟକ୍ଷମ ଅପେକ୍ଷାରେ ସହରର ଡ୍ରେନେଜ ସିଷ୍ଟମ୍‌ ପ୍ଲାନ

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ପୌରାଞ୍ଚଳ ଡ୍ରେନେଜ ସିଷ୍ଟମର ପୁନରୁଦ୍ଧାର ଏକ ସମସ୍ୟା ଭାବେ ଉଭା ହୋଇଛି। ପୌରପାଳିକା ପକ୍ଷରୁ ଡ୍ରେନ ସଫେଇକୁ ଗୁରୁତ୍ୱ ଦିଆଯାଉଛି। ମାତ୍ର...

କାଳବୈଶାଖୀ ହେଲା କାଳ: ଉପୁଡ଼ିଲା ଟେଣ୍ଟ ଖୁଣ୍ଟ, ଜୀବନ ବିକଳରେ ଦୌଡ଼ିଲେ ଦର୍ଶକ

ମହାକାଳପଡ଼ା, ୧୯ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମା’ ଦରିଆ ରାମଚଣ୍ଡୀ ମନ୍ଦିର ପୀଠରେ ଜମ୍ବୁ ଦ୍ୱୀପ ମହୋତ୍ସବ ଓ ପଲ୍ଲିଶ୍ରୀ ମେଳାର...

ଭାଜପାର ୨ ଗୋଷ୍ଠୀ ମଧ୍ୟରେ ଠେଲାପେଲା: ଦଳୀୟ ସମ୍ମିଳନୀରେ ଗୋଷ୍ଠୀ କନ୍ଦଳ

ବଡ଼ବିଲ,୧୮ା୪(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଡ଼ବିଲଠାରେ ଭାଜପା ପକ୍ଷରୁ ଆୟୋଜିତ ସକ୍ରିୟ ସଦସ୍ୟ ସମ୍ମିଳନୀରେ ଶୁକ୍ରବାର ଦଳର ୨ ଗୋଷ୍ଠୀ ମଧ୍ୟରେ କଥା କଟାକଟି ଓ...

ସରକାରୀ ନୋଟିସ ମୂଲ୍ୟହୀନ: କେନ୍ଦ୍ରାପଡ଼ାରେ ସର୍ବାଧିକ ବାଂଲାଦେଶୀ ଅନୁପ୍ରବେଶକାରୀ

କେନ୍ଦ୍ରାପଡ଼ା,୧୫ା୪ (ଜଗନ୍ନାଥ ଧଳ): ବାଂଲାଦେଶ ଓ କେନ୍ଦ୍ରାପଡ଼ା ଜିଲା ମଧ୍ୟରେ ଖୋଲାମେଲା ସମୁଦ୍ର। ଏହି ଦୂରତା ଅତିକ୍ରମ କରିବା ପାଇଁ ସି ସଟ୍‌ଲକୁ ମାତ୍ର ୮...

ଆଜି ମା’ରାମଚଣ୍ଡୀଙ୍କ ପ୍ରସିଦ୍ଧ ଝାମୁଯାତ୍ରା: ସୁନାବେଶରେ ଶ୍ରଦ୍ଧାଳୁଙ୍କୁ ଦେବେ ଦର୍ଶନ

ମହାକାଳପଡ଼ା,୧୪ା୪(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ପ୍ରସିଦ୍ଧ ଶକ୍ତିପୀଠ ମା’ଦରିଆ ରାମଚଣ୍ଡୀ ମନ୍ଦିରରେ ମହାବିଷୁବ ସଂକ୍ରାନ୍ତି ଅବସରରେ ସୋମବାର ଝାମୁ ଯାତ୍ରା ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image