ପୋଲିସ,ଅବକାରୀ ବିଭାଗର ମିଳିତ ଚଢାଉ: ମଦ ଜବତ, ୯ ଗିରଫ

ଆସିକା,୨୫ା୭ (ଡି.ଏନ୍‌.ଏ.) – ଆସିକା ଥାନା ଇଲାକାର ବିଭିନ୍ନ ଗ୍ରାମାଞ୍ଚଳରେ ଚାଲିଥିବା ଚୋରା ରନ୍ଧା ମଦ ଭାଟି ଓ ମଦ ଦୋକାନ ଉପରେ ବୁଧବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା। ଏହି ଚଢାଉରେ ୧୨୦ ଲିଟର ରନ୍ଧା ମଦ ଜବତ କରାଯିବା ସହ ୩ ହଜାର ଲିଟର ପୋଚ ନଷ୍ଟ କରାଯାଇଛି। ମଦ ପ୍ରସ୍ତୁତିରେ ବ୍ୟବହୃତ ବହୁ ସରଞ୍ଜାମ ଜବତ କରାଯାଇଛି। ଏହି ମାମଲାରେ ସମୁଦାୟ ୯ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ପାଣ୍ଡୁ ନାଇକ ଓ ରାଜେଶ୍ୱରୀ ନାୟକ ବାଲିସିରା, ଏନ୍‌. କବିତା ଓ ଏ. ଜଗନ୍ନାଥମ୍‌ ଠେଙ୍ଗାପଲ୍ଲୀ, ଏ. ଦୁର୍ଗା ଓ ସୀତା ପ୍ରଧାନ ଗଣ୍ଡପଲ୍ଲୀ, ଡି. ନାଗେଶ୍ୱର ନାରାୟଣପରୁ, ପାଣ୍ଡବ ପ୍ରଧାନ ପାକଲାପଲ୍ଲୀ ଓ ବାବୁ ସୁଅଁାସିଆ ରଘୁନାଥ ନଗର ପ୍ରମୁଖ ଅଛନ୍ତି। ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ପୃଥକ୍‌ ପୃଥକ୍‌ ଭାବେ ଘଟଣା ସମ୍ପର୍କରେ ଆସିକା ଥାନାରେ ନଂ.୨୩୮/୧୯ରେ ମାମଲା ରୁଜୁ କରାଯାଇଥିଲା ବେଳେ ଅବକାରୀ ବିଭାଗ ପକ୍ଷରୁ ୮ ମାମଲା ରୁଜୁ କରାଯାଇଥିବା ଜଣାପଡିଛି। ଗିରଫ ଅଭିଯୁକ୍ତଙ୍କୁ ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଛି। ଆସିକା ତହସିଲଦାର୍‌ ସୁବାସ ଚନ୍ଦ୍ର ସେଠିଆ ଏହି ଚଢାଉରେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍‌ ଭାବେ ସାମିଲ ରହିଥିଲାବେଳେ ଆସିକା ଥାନା ଅଧିକାରୀ ପୀତବାସ ଧାରୁଆ, ଅବକାରୀ ଉପ-ଅଧୀକ୍ଷକ ଅଭିରାମ ବେହେରାଙ୍କ ସମେତ ପୋଲିସ ଓ ଅବକାରୀ ବିଭାଗ କର୍ମଚାରୀ ସାମିଲ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମାଡ଼ିଆସିଲା ସମୁଦ୍ର ଜୁଆର: ଭାସିଲା କୋଠାଘର

ଛତ୍ରପୁର, ୧୭।୧୦ (ଦିଲ୍ଲୀପ ସାମଲ): ସମୁଦ୍ରର ଉଚ୍ଚ ଜୁଆର ଯୋଗୁ ସମୁଦ୍ର ନିକଟରେ ଥିବା ଏକ କୋଠଘର ଭାସିଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ...

ଜୁଆ ଆଡ୍ଡା ଉପରେ ଘନ ଘନ ଚଢାଉ: ୧୩ ଦିନରେ ୨୨୮ ଜୁଆଡି ଗିରଫ

ଛତ୍ରପୁର, ୧୭।୧୦(ଦିଲ୍ଲୀପ ସାମଲ): ବେଆଇନ ମଦ କାରାବାର ଓ ଚାଲିଥିବା ଜୁଆ ଆଡ୍ଡା ଗୁଡିକରେ ଘନ ଘନ ଚଢାଉ ଜାରି ରଖିଛି ଗଞ୍ଜାମ ପୋଲିସ ।...

ଗାଧୋଉଥିବାବେଳେ ପୋଖରୀରେ ବୁଡ଼ି ଯୁବକଙ୍କ ଜୀବନ ଗଲା

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଟିଗୁଡ଼ା ଗ୍ରାମ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ଜୀବନ ଯାଇଛି। ମୃତକ ଜଣଙ୍କ ହେଲେ ପଟିଗୁଡ଼ା...

ବାଇକ୍‌ ଚଳାଇ ଆସୁଥିବାବେଳେ ହଠାତ୍‌ ପଡ଼ିଗଲେ ଯୁବକ, ଚାଲିଗଲା ଜୀବନ

ଦିଗପହଣ୍ଡି,୧୬ା୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି-ଚିକିଟି ମୁଖ୍ୟରାସ୍ତାର ଓଡ଼ାସିଙ୍ଗି ଗ୍ରାମ ନିକଟରେ ବୁଧବାର ସାରେ ପ୍ରାୟ ସାଢ଼େ ୬ ଟାରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକଙ୍କ ଜୀବନ...

ପୁରୁଷୋତ୍ତମପୁର ଚଳଚଞ୍ଚଳ: ଚାନ୍ଦି ଗହଣାରେ ସଜେଇ ହେଇ ପୂଜା ପାଉଛନ୍ତି ମା’ ଧନଦାତ୍ରୀ

ପୁରୁଷୋତ୍ତମପୁର,୧୬ା୧୦(ସୀମାଞ୍ଚଳ ମିଶ୍ର): ପବିତ୍ର କୁମାର ପୂର୍ଣ୍ଣିମା ଓ ମା’ ଧନଦାତ୍ରୀ ତଥା ଗଜଲକ୍ଷ୍ମୀଙ୍କ ପୂଜା ଲାଗି ଗଞ୍ଜାମ ଜିଲା ଭାଇଚାରାର ସହର ପୁରୁଷୋତ୍ତମପୁର ଚଳଚଞ୍ଚଳ ହୋଇଉଠିଥିବାବେଳେ...

ଗଞ୍ଜାମ ବିଜେଡିରେ ଚହଳ: ଏମପି ପ୍ରାର୍ଥୀ ରଂଜିତାଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଲେ ଲତିକା, ଭାଜପା ସହ ହାତ ମିଳାଇ…

ଗଞ୍ଜାମ ବିଜେଡିରେ ହଲଚଲ। ଆସ୍କା ଏମପି ପ୍ରାର୍ଥୀ ରଂଜିତା ସାହୁଙ୍କ ନାଁରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି କବିସୂର୍ଯ୍ୟନଗର ପୂର୍ବତନ ବିଧାୟକ ଲତିକା ପ୍ରଧାନ। ସେ କହିଛନ୍ତି,...

ନବୀନଙ୍କ ଜନ୍ମଦିନରେ ସମୁହ ଦୀପଦାନ

ଛତ୍ରପୁର,୧୬।୧୦(ଦିଲ୍ଲୀପ ସାମଲ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଆଜି ୭୯ ବର୍ଷରେ ପାଦ ଥାପିଛନ୍ତି। ବୁଧବାର ତାଙ୍କ ଜନ୍ମଦିନ ।...

ସରପଞ୍ଚଙ୍କ ଘର ଉପରକୁ ବୋମାମାଡ଼: ଏକ ପ୍ଲାଟୁନ ଫୋର୍ସ ମୁତୟନ

ବ୍ରହ୍ମପୁର, ୧୬।୧୦ (ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗାଁ’ରେ ପୁଣି ଥରେ ଗୋଷ୍ଠୀ ସଂଘର୍ଷକୁ କେନ୍ଦ୍ର କରି ବୋମାମାଡ ହୋଇଛି। ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri