ପ୍ରାଣୀ ପାଲଟିବେ ପ୍ରାଣୀଙ୍କ ଖାଦ୍ୟ

ବର୍ଲିନ୍‌,୧୬ା୪: କରୋନା ଭାଇରସ୍‌ ସଂକ୍ରମଣ ଯୋଗୁ ପୃଥିବୀରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ସୁରକ୍ଷା ଦୃଷ୍ଟିରୁ ୯୦ରୁ ଅଧିକ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ପରିବହନ ବ୍ୟବସ୍ଥା ବ୍ୟାହତ ହେବାରୁ ମଣିଷଠାରୁ ଆରମ୍ଭ କରି ପ୍ରାଣୀଜଗତ ପର୍ଯ୍ୟନ୍ତ ସଭିଙ୍କ ପାଇଁ ଖାଦ୍ୟର ଅଭାବ ଦେଖାଦେଇଛି। ତେବେ ଜର୍ମାନୀ ପ୍ରାଣୀ ଉଦ୍ୟାନରେ ଥିବା ପ୍ରାଣୀଙ୍କ ଲାଗି ଖାଦ୍ୟର ଘୋର ଅଭାବ ସୃଷ୍ଟି ହୋଇଛି। ଇଷ୍ଟରରେ ପ୍ରତିବର୍ଷ ଏଠାରେ ଥିବା ବିଭିନ୍ନ ପ୍ରାଣୀ ଉଦ୍ୟାନରେ ପର୍ଯ୍ୟଟକଙ୍କ ଗହଳି ହୋଇଥାଏ। ତେବେ ଚଳିତବର୍ଷ କରୋନା ସଂକ୍ରମଣ ଯୋଗୁ ସମସ୍ତ ପ୍ରାଣୀ ଉଦ୍ୟାନ ବନ୍ଦ ରହିଛି। ତେଣୁ କିଛି ପ୍ରାଣୀଙ୍କୁ ହତ୍ୟା କରାଯିବାର ନିଷ୍ପତ୍ତି ଗ୍ରହଣ କରାଯାଇଛି। ସେମାନଙ୍କ ମାଂସକୁ ଅନ୍ୟ ପ୍ରାଣୀଙ୍କୁ ଖାଇବାକୁ ଦିଆଯିବ ବୋଲି ଉତ୍ତର ଜର୍ମାନୀର ଏକ ପ୍ରାଣୀ ଉଦ୍ୟାନ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି। ଅନ୍ୟ ପ୍ରାଣୀ ଉଦ୍ୟାନରେ ମଧ୍ୟ ଏଭଳି କରାଯିବାର ଯୋଜନା ରହିଛି। ନେମୁନଷ୍ଟର ପ୍ରାଣୀ ଉଦ୍ୟାନର ଅଧିକାରୀ କାସପାରି କହିଛନ୍ତି ଯେ, ଏଭଳି କରିବା ଦ୍ୱାରା କିଛି ପ୍ରାଣୀ ଏହି ସଙ୍କଟ ଜନକ ସ୍ଥିତିରେ ବଞ୍ଚି ରହିବାକୁ ସକ୍ଷମ ହୋଇପାରିବେ। ସୂଚନାଯୋଗ୍ୟ, ପ୍ରତି ସପ୍ତାହରେ ଜର୍ମାନୀରେ ଥିବା ପ୍ରାଣୀ ଉଦ୍ୟାନ ପାଇଁ ପ୍ରାୟ ୫୦୦,୦୦୦ ୟୁରୋ ଖର୍ଚ୍ଚ ହୋଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ନିବେଶ ପାଇଁ ଆମେରିକୀୟ ସିଇଓଙ୍କୁ ମୋଦିଙ୍କ ଆହ୍ବାନ

ନ୍ୟୁୟର୍କ,୨୩ା୯(ପି.ଟି.):ଆମେରିକାର ବୃହତ୍‌ ପ୍ରଯୁକ୍ତି ସଂସ୍ଥାଗୁଡ଼ିକର ସିଇଓମାନଙ୍କୁ ଭାରତରେ ଶିଳ୍ପ ପ୍ରତିଷ୍ଠା ଓ ପୁଞ୍ଜିନିବେଶ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମନ୍ତ୍ରଣ କରିଛନ୍ତି। ରବିବାର ଆମେରିକାର ବୃହତ୍‌...

ଲେବାନନ୍‌ର ୩୦୦ ସ୍ଥାନରେ ଆକ୍ରମଣ କଲା ଇସ୍ରାଏଲ: ୧୦୦ ମୃତ, ୪୦୦ ଆହତ

ବେରୁଟ୍‌/ଜେରୁଜେଲମ,୨୩।୯: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ତିକ୍ତତା କ୍ରମାଗତ ବଢିବାରେ ଲାଗିଛି। ହେଜ୍‌ବୋଲ୍ଲା ଉପରେ ଚାପ ପକାଇବାକୁ ଇସ୍ରାଏଲ ଲେବାନନ୍‌ ଉପରେ ୩୦୦ ସ୍ଥାନରେ ରକେଟ୍‌...

ସେଲ୍‌ଫି ନେଉଛନ୍ତି କି? ସାବଧାନ! ଖାଲି ହୋଇଯିବ ଆକାଉଣ୍ଟ, ଜାଣନ୍ତୁ କେମିତି…

ସାଇବର ଠକେଇର ନୂଆନୂଆ ମାମଲା ପ୍ରତିଦିନ ସାମ୍ନାକୁ ଆସୁଛି। ଏପରିକି ଲୋକଙ୍କ ଆଜୀବନ ରୋଜଗାର ମଧ୍ୟ ଲୁଟ୍‌ ହେଉଛି। ସାଇବର ଅପରାଧୀମାନେ ନୂଆ ଫର୍ମୂଲା ପକାଇ...

ଗାଜାରୁ ଲେବାନନ୍‌ ମୁହାଁଇଛି ସଂଘର୍ଷ

ବେରୁଟ୍‌,୨୩ା୯: ଲେବାନନ୍‌ର ଆତଙ୍କବାଦୀ ସଂଗଠନ ହେଜ୍‌ବୁଲ୍ଲା ଏବଂ ଇସ୍ରାଏଲୀ ସେନା ମଧ୍ୟରେ ଘମାଘୋଟ ଲଢ଼େଇ ହୋଇଛି। ଇସ୍ରାଏଲ୍‌ର ଉତ୍ତର ଭାଗକୁ ଟାର୍ଗେଟ କରି ହେଜ୍‌ବୁଲ୍ଲା ଶତାଧିକ...

ଜାପାନ-ଆମେରିକା ଉପରେ ଆକ୍ରମଣ କରିବ ଚାଇନା? ଚମକାଇ ଦେଲେ ବିଶେଷଜ୍ଞ

ଟୋକିଓ,୨୩।୯: ତାଇୱାନର ଉତ୍ତେଜନା ଏବଂ ସେନକାକୁ ଦ୍ୱୀପପୁଞ୍ଜକୁ ନେଇ ବିବାଦ ମଧ୍ୟରେ ଚାଇନା-ଜାପାନ ସମ୍ପର୍କ ଏକ ଚିନ୍ତାଜନକ ସ୍ଥିତିରେ ପହଞ୍ଚିଛି। ଦ୍ୱିତୀୟ ବିଶ୍ୱଯୁଦ୍ଧ ପରଠାରୁ ଶାନ୍ତି...

ରାଷ୍ଟ୍ରପତି ନିର୍ବାଚନ ହାରିଗଲେ କ’ଣ କରିବେ ଟ୍ରମ୍ପ? ଏବେ କଲେ ସ୍ପଷ୍ଟ

ଓ୍ବାଶିଂଟନ,୨୩।୯: ଆମେରିକାର ରାଷ୍ଟ୍ରପତି ନିର୍ବାଚନ ଦିନକୁ ଦିନ ଆକର୍ଷଣୀୟ ହେବାରେ ଲାଗିଛି। ନିର୍ବାଚନ ତାରିଖ ନଭେମ୍ବର ୫ ରଖାଯାଇଛି। ରବିବାର ଏକ ଇଭେଣ୍ଟରେ ରିପବ୍ଲିକାନ ପାର୍ଟି...

ମୋଦିଙ୍କୁ ଧନ୍ୟବାଦ ଦେଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୨୩।୯: ଶ୍ରୀଲଙ୍କାରେ ରାଷ୍ଟ୍ରପତି ନିର୍ବାଚନରେ ଜିତିଥିବା ଅନୁରା କୁମାରା ଦିସାନାୟକେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସେ ଭାରତ ସହ କାମ କରିବାକୁ ନିଜର...

କ୍ୱାଡ୍‌ରେ ଚାଇନାକୁ ଟାର୍ଗେଟ

ଓ୍ବିଲ୍‌ମିଙ୍ଗଟନ୍‌,୨୩ା୯: ବିଶ୍ୱର ମଙ୍ଗଳ ପାଇଁ କ୍ୱାଡ୍‌ ଏକ ଶକ୍ତି। ଏହି ମେଣ୍ଟର ବର୍ତ୍ତମାନ ଭଳି ରଣନୀତିକ ଏକତା ପୂର୍ବରୁ କେବେ ଦେଖାଯାଇ ନ ଥିଲା ବୋଲି ଆମେରିକା,...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri