‘ଫନୀ’ ମୁକାବିଲା ପାଇଁ ପ୍ରଶାସନ ସଜାଗ: କର୍ମଚାରୀଙ୍କ ଛୁଟି ବାତିଲ

ଢେଙ୍କାନାଳ ଅଫିସ, ୧।୫- ସାମୁଦ୍ରିକ ଝଡ଼ ‘ଫନି’ ଭୟଙ୍କର ରୂପ ଧାରଣ କରି ଓଡ଼ିଶା ଉପକୂଳ ଆଡ଼କୁ ଅଗ୍ରସର ହେଉଛି। ଏହାକୁ ନେଇ ରାଜ୍ୟବାସୀଙ୍କ ମଧ୍ୟରେ ଛନକା ପଶିଥିବାବେଳେ ବାତ୍ୟା ମୁକାବିଲା ପାଇଁ ତତ୍ପର ହୋଇପଡ଼ିଛି ଢେଙ୍କାନାଳ ଜିଲା ପ୍ରଶାସନ। ମଙ୍ଗଳବାର ଅପରାହ୍ନରେ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲ୍‌ରେ ଆୟୋଜିତ ଖବରଦାତା ସମ୍ମିଳନୀରେ ‘ଫନୀ’ ମୁକାବିଲା ଲାଗି ନିଆଯାଉଥିବା ପଦକ୍ଷେପ ସମ୍ପର୍କରେ ଜିଲାପାଳ ନିଖିଲ ପଓ୍ବନ କଲ୍ୟାଣ ସବିଶେଷ ସୂଚନା ଦେଇଛନ୍ତି। ବାତ୍ୟା ମୁକାବିଲା ପାଇଁ ସମସ୍ତ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ଛୁଟି ବାତିଲ କରାଯାଇଛି। ଉପଜିଲାପାଳ, ବିଡିଓ, ତହସିଲଦାରଙ୍କୁ ସଜାଗ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରଶାସନ ସବୁ କ୍ଷେତ୍ରରେ ପ୍ରସ୍ତୁତ ଅଛି। ଏହାକୁ ନେଇ ଜନସାଧାରଣ ଭୟଭୀତ ନ ହେବାକୁ ଜିଲାପାଳ ନିବେଦନ କରିଛନ୍ତି।

ଯେକୌଣସି ଜରୁରୀ ପରିସ୍ଥିତିର ମୁକାବିଲା ପାଇଁ ଜିଲାରେ ୨ମାସ ଯାଏ ଖାଦ୍ୟ ସାମଗ୍ରୀ ମହଜୁଦ ରହିଛି। ଅତ୍ୟାବଶ୍ୟକ ଔଷଧ ସାମଗ୍ରୀ ବ୍ୟବସ୍ଥା କରାଯାଇଛି। ଗ୍ରୀଷ୍ମପ୍ରବାହ କାରଣରୁ ପାନୀୟ ଜଳ ସମସ୍ୟା ଦେଖାଦେଇଥିବାବେଳେ ଏହାର ସମାଧାନ ପାଇଁ ପ୍ରୟାସ ଜାରି ରହିଛି। ଅଗ୍ନିଶମ ବିଭାଗ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ, ପ୍ରାଣୀଧନ ଚିକିତ୍ସାଧିକାରୀଙ୍କୁ ସତର୍କ କରାଯାଇଛି। ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ କରାଯାଇଥିବାବେଳେ କ୍ଷତିଗ୍ରସ୍ତଙ୍କୁ ତୁରନ୍ତ ସହାୟତା ଯୋଗାଇ ଦେବାକୁ ପଲିଥିନ ରଖାଯାଇଛି। ଆବଶ୍ୟକ ପଡ଼ିଲେ ଲୋକଙ୍କୁ ସ୍ଥାନାନ୍ତର କରାଯିବ। ସେମାନଙ୍କ ପାଇଁ ରୋଷେଇ ବ୍ୟବସ୍ଥା ମଧ୍ୟ କରାଯିବ।

କୋମଳମତି ଶିଶୁଙ୍କ ସୁରକ୍ଷା ଦୃଷ୍ଟିରୁ ମେ ୨ରୁ ୫ ତାରିଖ ଯାଏ ଜିଲାର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରଖାଯିବ। ଜିଲା କାର୍ଯ୍ୟାଳୟ ସମେତ ପଞ୍ଚାୟତ, ବ୍ଲକ ଏବଂ ଉପଖଣ୍ଡରେ ସହାୟତା ଲାଗି କଣ୍ଟ୍ରୋଲ ରୁମ୍‌ ଖୋଲାରହିବ। ବାତ୍ୟା ସମୟରେ ଜରୁରୀ ଖାଦ୍ୟ ସାମଗ୍ରୀର ଦର ବୃଦ୍ଧି ରୋକିବାକୁ ଜିଲା ଯୋଗାଣ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।  ବାତ୍ୟା ପ୍ରଭାବରେ ୩ତାରିଖରୁ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନଦୀ, ନାଳରେ ପାଣି ଆସି ବାହ୍ୟଜଗତରୁ ବିଚ୍ଛିନ୍ନ ହେବା ଆଶଙ୍କା ଥିବା ଅଞ୍ଚଳ ପ୍ରତି ସତର୍କ ଦୃଷ୍ଟି ରଖାଯାଇଛି। ସାପ କାମୁଡ଼ା ଇଞ୍ଜେକ୍ସନ ଏବଂ  ଝାଡ଼ାବାନ୍ତି ପ୍ରତିଷେଧକ ମହଜୁଦ ରହିଛି। ଜରୁରିକାଳୀନ ପରିସ୍ଥିତିରେ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ସହଯୋଗ କରାଯିବ। ଏଥିରେ ଆତଙ୍କିତ ନ ହେବା ପାଇଁ   ଜିଲାପାଳ  ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri