ଫାଣ୍ଡି ପ୍ରତିଷ୍ଠା ପାଇଁ ବରିଷ୍ଠ ନାଗରିକ ମଞ୍ଚର ଦାବି

ବାଲିଆ,୧୪ା୧୧: ବିରିଡି ଥାନା ଅନ୍ତର୍ଗତ ୨୨ମୌଜାର ପୂରଣଠାରେ ଏକ ଫାଣ୍ଡି ପ୍ରତିଷ୍ଠା କରିବା ପାଇଁ ବାଇଶି ମୌଜା ବରିଷ୍ଠ ନାଗରିକ ମଞ୍ଚ ପୂରଣ ପକ୍ଷରୁ ଦାବି କରାଯାଇଛି। ଏନେଇ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ବୁଧବାର ବିରିଡି ଆଇଆଇସି ପାରାଓ ଟୁଡୁଙ୍କୁ ସଭ୍ୟ ସୁଦର୍ଶନ ଭୋଇ ପ୍ରଦାନ କରିଛନ୍ତି। ୨୨ ମୌଜା ବିରିଡି ଥାନାଠାରୁ ଅଧିକ ଦୂର ହେଉଥିବାରୁ ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦୀର୍ଘଦିନ ଧରି ୨୨ ମୌଜା ବରିଷ୍ଠ ନାଗରିକ ମଞ୍ଚ, ଅବସର କର୍ମଚାରୀ ସଂଘ, ବୁଦ୍ଧୀଜୀବୀ, ବିଭିନ୍ନ ବ୍ୟବସାୟୀ ସଂଘ ଓ ଜନସାଧାରଣ ଏହି ଦାବି କରିଆସୁଛନ୍ତି। ବିଭିନ୍ନ ସମୟରେ ୨୨ ମୌଜା ଅଞ୍ଚଳରେ ଚୋରି, ରାହାଜାନି ଓ ନିଶା କାରବାର ବ୍ୟାପକ ମାତ୍ରାରେ ବୃଦ୍ଧି ପାଉଥିବାରୁ ସେଠାକାର ଜନସାଧାରଣ ଭୟରେ ରହୁଛନ୍ତି। ଗତ ମାସ ୨୬ ତାରିଖରେ ପୂରଣ ହାଟ ବଜାରରୁ ୬ ଦୋକାନ ସଟର ତାଡି ଦୁର୍ବୃତ୍ତ ଲକ୍ଷାଧିକ ଟଙ୍କା ଓ ବହୁ ସାମଗ୍ରୀ ଲୁଟି ନେଇଥିଲେ। ଏହାଦ୍ୱାରା ବହୁ ବ୍ୟବସାୟୀ ଆର୍ଥିକ ସଙ୍କଟରେ ପଡ଼ିଛନ୍ତି। ତେଣୁ ୨୨ ମୌଜାର ସମସ୍ତ ୬ ପଞ୍ଚାୟତରେ ବସବାସ କରୁଥିବା ୫୦ହଜାରରୁ ଊର୍ଦ୍ଧ୍ୱ ଜନସାଧାରଣଙ୍କ ହିତ ଦୃଷ୍ଟିରୁ ଫାଣ୍ଡି ପ୍ରତିଷ୍ଠା କରିବାକୁ ଦାବି କରୁଛି ବୋଲି ମଞ୍ଚ ସମ୍ପାଦକ ରବୀନ୍ଦ୍ର ନାଥ ପଟ୍ଟନାୟକ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୁଜିତଙ୍କ ପରେ କିଏ? ବିଜେଡିରେ ଛନକା, ସାମ୍ନାକୁ ଆସିଲା ଭିତିରି କଥା…

ଭୁବନେଶ୍ୱର,୭।୯: ପ୍ରଥମେ ମମତା ଏବେ ସୁଜିତ ଶଙ୍ଖ ଛାଡି ପଦ୍ମ ଶିବିରରେ। ଯାହା ଓଡ଼ିଶା ରାଜନୀତିକୁ ଏକ ରୋଚକ ମୋଡକୁ ନେଇଛି। ଫଳରେ ବିଜେଡି ଏବେ...

ବଡ଼ ଖବର, ନୂଆଁଖାଇ ପାଇଁ ପୋଲିସଙ୍କୁ ମିଳିବ ଛୁଟି

ସମ୍ବଲପୁର, ୭।୯: କାଲି ନୂଆଁଖାଇ। ଏଥିପାଇଁ ପୋଲିସଙ୍କୁ ମିଳିଛି ଛୁଟି। ସମ୍ବଲପୁର ଜିଲା ପୋଲିସକୁ କାଲି ନୂଆଁଖାଇ ପାଇଁ ଛୁଟି ଘୋଷଣା ହୋଇଛି। ଏନେଇ ସୂଚନା...

ସୁଭଦ୍ରାକୁ ନେଇ ସରକାରଙ୍କ ବଡ଼ ସୂଚନା, ରାଜ୍ୟ ବାହାରେ ଥିବା ମହିଳାଙ୍କୁ ବି ମିଳିବ ଟଙ୍କା

ଭୁବନେଶ୍ୱର,୭।୯: ସୁଭଦ୍ରା ଯୋଜନାକୁ ନେଇ ବଡ଼ ସୂଚନା ଦେଇଛନ୍ତି ରାଜ୍ୟ ସରକାର। ଭୁବନେଶ୍ୱରରେ ଆଜି ସୁଭଦ୍ରା ସଚେତନତା ରଥର ଉଦ୍‌ଘାଟନ କରିବା ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ...

ସୁଜିତ କୁମାରଙ୍କୁ କିଏ ଦେଉଥିଲେ ଧମକ, ଖୋଲାଖୋଲି କହିଦେଲେ ନାଁ, ରାଜ୍ୟ ରାଜନୀତିରେ ହଲଚଲ!

ଭୁବନେଶ୍ୱର,୭।୯: ମମତା ମହନ୍ତଙ୍କ ପରେ ସୁଜିତ କୁମାର । ବିଜେଡି ଏମପି ଥିବା ସୁଜିତ କୁମାର ଶୁକ୍ରବାର ଏମ୍ପି ପଦରୁ ଇସ୍ତଫା ଦେବା ପରେ, ଭାଜପାରେ...

ଭିଜିଲାନ୍ସ ଜାଲରେ ଏମଭିଆଇ, ଲକ୍ଷଲକ୍ଷ ଟଙ୍କା ସହ ଧରାପଡ଼ିଲେ

ଭୁବନେଶ୍ୱର,୭।୯: ଲକ୍ଷଲକ୍ଷ ଟଙ୍କା ସହ ଧରାପଡିଲେ ଏମଭିଆଇ। ଭିଜିଲାନ୍ସ ଜାଲରେ ଏମଭିଆଇ ବିଜୟ ବେହୁରିଆ। ୧ ଲକ୍ଷ ୩୨ ହଜାର ଟଙ୍କା ସହ ଧରାପଡ଼ିଲେ ନୂଆପଡ଼ା...

ଭାଜପାରେ ଯୋଗଦେବେ ବିଜେଡିର ଆହୁରି ବଡ଼ବଡ଼ ନେତା: ସମ୍ପର୍କରେ ଅଛନ୍ତି…

ଭୁବନେଶ୍ୱର,୭।୯: ପାଲଲହଡ଼ା ବିଧାୟକ ଅଶୋକ ମହାନ୍ତି କହିଛନ୍ତି ବିଜେଡି ଏବେ ସଙ୍କଟରେ । ବିଜେଡିର ଅନେକ ନେତା ସମ୍ପର୍କରେ ଅଛନ୍ତି । ଆହୁରି କିଛି ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri