ହେମଗିର, ୩।୧୨ (ଡି.ଏନ.ଏ)- ଦିନକୁ ଦିନ ହେମଗିର ଜଙ୍ଗଲର ବାର୍ହା ଶିକାର ବୃଦ୍ଧି ପାଉଥିବାର ଦେଖାଯାଉଛି। ବନ ବିଭାଗ ଶିକାରୀମାନଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସତ୍ତ୍ବେ ମଧ୍ୟ ବାର୍ହା ଶିକାର କରିବା କମୁ ନାହିଁ। ମାସେ ଭିତରେ ଅନେକ ଶିକାରୀ ଗିରଫ ହୋଇଥିବା ବେଳେ ଗତ ରବିବାର ହେମଗିର ରେଞ୍ଜ ଗର୍ଜନ ପାହାଡ ସଂରକ୍ଷିତ ଜଙ୍ଗଲରୁ ଜଣଙ୍କୁ ବନ ବିଭାଗ ଧରି କୋର୍ଟ ଚାଲାଣ କରିଛି। ରବିବାର ପୂର୍ବାହ୍ନ ପ୍ରାୟ ୧୧ଟାରେ ବନବିଭାଗ ବାର୍ହା ଶିକାର ଖବର ପାଇ ଅତର୍କିତ ଭାବେ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ଓସ୍ତାଳି ଗ୍ରାମର ସୁନୀଲ ଧୁସୁରା (୪୩), ଲିଲାଧର ଗନ୍ଧର୍ବ (୨୪), ବାବୁଲୁ ରାଉତ (୨୪), ସୁକାନ୍ତ ଦେୱାନ (୪୩), ବେଦ ଝରିଆ (୩୫), ବୃନ୍ଦାବନ ରାଉତ (୪୮), ପୁରୁଷୋତ୍ତମ ରାଉତ (୨୦)ଙ୍କୁ ଧରିଥିଲେ। ଏହା ସହ ୩୦ କିଲୋଗ୍ରାମ ମାଂସ, ଟାଙ୍ଗିଆ, କଟୁରୀ,ପନଖି, ତାର ପ୍ରଭୃତି ଜବତ କରିଛି। ଏମାନେ ୩୦ ତାରିଖ ରାତିରେ ସଂରକ୍ଷିତ ଜଙ୍ଗଲରେ ଯୋଜନାବଦ୍ଧ ଭାବେ ବିଦ୍ୟୁତ ତାର ବିଛାଇ ଗୋଟାଏ ବାର୍ହା ଶୀକାର କରିଥିଲେ। ଏମାନଙ୍କୁ ଗିରଫ କରିବା ପରେ ବନ ବିଭାଗ ପକ୍ଷରୁ କେଶ ନଂ. ଓଆର୍ ୧୨୬ ରୁଜୁ କରି କୋର୍ଟ ଚାଲାଣ କରାଯାଇଛି। ହେଲେ ଏଠି ପ୍ରଶ୍ନ ଉଠୁଛି ବନବିଭାଗର କାର୍ଯ୍ୟାନୁଷ୍ଠାନ ପରେ ମଧ୍ୟ ଅଭିଯୁକ୍ତ ସରକାରୀ ନିୟମ ପ୍ରତି ଭୟ କରୁନାହାନ୍ତି। ଫଳରେ ପଶୁ ଶୀକାର ଅହେତୁକ ଭାବେ ବୃଦ୍ଧି ହେଉଛି। ସରକାର ଏ ଦିଗରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ଜନସାଧାରଣ ଦାବି କରୁଛନ୍ତି।
ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ
ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...
ଓଡ଼ିଶାରେ ଚାଞ୍ଚଲ୍ୟ: ବିବାହରେ ଛଅ ମାସ ପରେ ସ୍ୱାମୀକୁ ଶ୍ୱାସରୁଦ୍ଧ କରି ହତ୍ୟା କଲେ ସ୍ତ୍ରୀ
ନୟାଗଡ଼,୧୪।୧୨: ନୟାଗଡ଼ ଜିଲା ଖଣ୍ଡପଡ଼ା ଥାନା ଅଧୀନ ଖାଳିସାହି ପଞ୍ଚାୟତର ପୁଆଁଣିଆ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ଜଣେ ମହିଳା ତାଙ୍କ ସ୍ୱାମୀଙ୍କୁ...
ପ୍ରଥମେ ମିଳିମିଶି ଦରମା ବଢ଼ାଇଦେଲେ: ଏବେ ଲୋକ ଦେଖାଣିଆ ରାଜନୈତିକ ବୟାନବାଜୀ
ଭୁବନେଶ୍ବର,୧୪।୧୨: ଏବେ ରାଜ୍ୟର ଘରେ ଘରେ ଆଉ ଗଳି କନ୍ଦିରେ ଚର୍ଚ୍ଚା ବିଧାୟକଙ୍କ ଦରମା ବୃଦ୍ଧି। ଓଡିଶା ଭଳି ଗରିବ ରାଜ୍ୟର ବିଧାୟକ ମାନେ ଭାରତରେ...
ଧାନଖଳାରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଜଳିଗଲା ୬୦୦ ବସ୍ତା ଧାନ
ବଲାଙ୍ଗୀର,୧୪ା୧୨(ସୁନିଲ କୁମାର ମହାନ୍ତି): ପୁଣି ଧାନ ଖଳାରେ ନିଆଁ ଲଗାଇ ଦେଇଛନ୍ତି ଦୁର୍ବୃତ୍ତ। ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉଡାର ପଞ୍ଚାୟତ ଜଲିଆ ଗାଁର ଚାଷୀ...
ବିଳମ୍ବିତ ନ୍ୟାୟ ଲୋକଙ୍କ ଉପରେ ବୋଝ: CJI
କଟକ,୧୪।୧୨: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି(CJI) ସୂର୍ଯ୍ୟ କାନ୍ତ ରବିବାର କଟକ ଶହୀଦ ଭବନରେ ହାଇକୋର୍ଟ ବାର୍ ପକ୍ଷରୁ ଆୟୋଜିତ ଆଲୋଚନାଚକ୍ରରେ ଯୋଗ ଦେଇଛନ୍ତି। ଏହି ଅବସରରେ...
ବାପି ସର୍ଖେଲଙ୍କ ବଡ଼ ବୟାନ, କହିଲେ ମୁଁ ଦାମଙ୍କ ପୁଅ
ଭୁବନେଶ୍ବର,୧୪।୧୨: ବାପି ସର୍ଖେଲ ବଡ଼ ବୟାନ ଦେଇଛନ୍ତି। ନିଜକୁ ଦାମଙ୍କ ପୁଅ କହିଲେ ପାରାଦୀପ ଶ୍ରମିକ ନେତା ବାପି ସର୍ଖେଲ । ପାରାଦୀପ, କୁଜଙ୍ଗରେ ଆୟୋଜିତ...
କୋଟଗଡ଼ରେ ହାତୀ ଆତଙ୍କ: ନଷ୍ଟ କଲେ ଫସଲ
ବାଲିଗୁଡ଼ା,୧୪ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡର କୋଟଗଡ଼ ଅଭୟାରଣ୍ୟରେ ଦେଖିବାକୁ ମିଳିଛି ହାତୀ ଆତଙ୍କ। ଗତ ଦୁଇଦିନ ଧରି କୋଟଗଡ଼ ବନାଞ୍ଚଳର ଲାସେରୀ...
ପର୍ଯ୍ୟଟକଙ୍କୁ ଦୂରଦୂରାନ୍ତରୁ ଟାଣିଆଣୁଛି ଦାରିଙ୍ଗବାଡ଼ି, ମୌଳିକ ସୁବିଧା ପାଇଁ ନିବେଦନ
ଦାରିଙ୍ଗବାଡ଼ି,୧୪ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ି ସମେତ ତା’ର ଆଖପାଖରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଏଭଳି ଏକ ପର୍ଯ୍ୟଟନକ୍ଷେତ୍ର ଦାରିଙ୍ଗବାଡ଼ିଠାରୁ ମାତ୍ର ୨୨...
Archives


