ବରଗଡ଼ରେ ରାଜପଥକୁ ଓହ୍ଲାଇଲେ ଦିବ୍ୟାଙ୍ଗ

ବରଗଡ଼ ଅଫିସ,୧୮।୧୨: ବରଗଡ଼ ଜିଲାର ଦିବ୍ୟାଙ୍ଗମାନେ ବିଭିନ୍ନ ଦାବି ନେଇ ବୁଧବାର ବରଗଡ଼ ସହର ଉପକଣ୍ଠ ୬ନଂ. ଜାତୀୟ ରାଜପଥ ହଳଦୀପାଲୀ ବୀରଛକ ନିକଟରେ ରାସ୍ତା ଅବରୋଧ କରିଛନ୍ତି। ପେଟେଣ୍ଟସ୍‌ ଆସୋସିଏଶନ ନେତୃତ୍ୱରେ ଚାଲିଥିବା ଏହି ଆନ୍ଦୋଳନ ଯୋଗୁ ବରଗଡ଼-ସମ୍ବଲପୁର-ବଲାଙ୍ଗୀର ଏବଂ ବରଗଡ଼-ସୋହେଲା ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ରାସ୍ତାର ଉଭୟ ପାର୍ଶ୍ୱରେ ବହୁ ସଂଖ୍ୟାରେ ଯାନବାହନ ଅଟକି ରହିଛି। ଦିବ୍ୟାଙ୍ଗଙ୍କୁ ଠିକ୍‌ ଭାବେ ଭତ୍ତା ମିଳିବା, ଭତ୍ତାକୁ ୭ଶହ ଟଙ୍କାରୁ ୩ହଜାର ଟଙ୍କାକୁ ବୃଦ୍ଧି, ରାଶନ କାର୍ଡରେ ୩୫ କିଗ୍ରା ଚାଉଳ ପ୍ରଦାନ, ବରଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଅସ୍ଥିଶଲ୍ୟ ବିଶେଷଜ୍ଞ ଡାକ୍ତର ନିଯୁକ୍ତି, ଦିବ୍ୟାଙ୍ଗଙ୍କ ଏସ୍‌ଏଚ୍‌ଜି ଗୃହପାଇଁ ୧୦ ଡେସିମିଲ୍‌ ଜମି ପ୍ରଦାନ, ରେଲଓ୍ବେ ପାସ୍‌ ପ୍ରଦାନ ଆଦି ଦାବି ନେଇ ସେମାନେ ଆନ୍ଦୋଳନକୁ ଓହ୍ଲାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉଜୁଡ଼ା ଧାନକ୍ଷେତ ଦେଖି ୨ ଚାଷୀଙ୍କ ମୃତ୍ୟୁ

ଯାଜପୁର/ବିଞ୍ଝାରପୁର/ଡେରାବିଶ,୨୯।୧୨(ହର୍ଷବର୍ଦ୍ଧନ ବେହେରା/ ରାମକୃଷ୍ଣ ଦାସ/ ବେବର୍ତ୍ତା ଅଜୟ ଦାସ): ଏଥର ଜମିରେ ସୁନାର ଫସଲ ଦେଖି ଚାଷୀ ଆତ୍ମବିଭୋର ହୋଇଥିଲେ। କିନ୍ତୁ ଲଘୁଚାପ ଜନିତ ଅଦିନିଆ...

ଗଞ୍ଜାମ ଯିବେ ନବୀନ: ଚାଷୀଙ୍କୁ ଭେଟିବେ, କ୍ଷେତ ବୁଲି ଦେଖିବେ…

ଭୁବନେଶ୍ୱର,୨୮।୧୨: ଅଦିନିଆ ବର୍ଷା ଯୋଗୁ ମୁଣ୍ଡରେ ହାତ ଦେଇ ବସିଛନ୍ତି ଚାଷୀ। କାହାର ଫସଲ ଉଜୁଡ଼ି ଯାଇଛି ତ କାହାର ଧାନ ପାଣିରେ ଭାସୁଛି। ଏମିତିରେ...

ହୀରକ ଜୟନ୍ତୀ ସମାରୋହ ଉଦ୍‌ଘାଟିତ

ପଞ୍ଚଲିଙ୍ଗେଶ୍ୱର, ୨୮।୧୨(ଲେଲିନ୍‌ କୁମାର ଦେ)-ବାଲେଶ୍ୱର ଜିଲା ଔପଦା ବ୍ଲକ ଅଧୀନ ସନ୍ତରାଗଡିଆ ନୋଡାଲ ହାଇସ୍କୁଲର ହୀରକ ଜୟନ୍ତୀ ଉଦ୍‌ଘାଟିତ ହୋଇଯାଇଛି। ପୁରାତନ ଛାତ୍ର ସଂସଦର ସଦସ୍ୟାସଦସ୍ୟ...

ସହାୟତା ପ୍ରତିଶ୍ରୁତି ପରେ ହଟିଲା ରାସ୍ତାରୋକୋ

କୋକସରା,୨୮ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା ଆମପାଣି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ମହାଜନଗୁଡ଼ା ଶିଉନି ମଧ୍ୟରେ ଏକ ଗାଡ଼ି ଧକ୍କାରେ କେନ୍ଦୁଡ଼ଙ୍ଗରି ଗ୍ରାମର ଧବଳେଶ୍ବର...

ମେଧାବୀ ଛାତ୍ରୀଙ୍କୁ ସହାୟତା

ବରଗଡ଼,୨୮।୧୨(ପ୍ରେମାନନ୍ଦ ଖମାରୀ): କ୍ରିଷ୍ଣା ବିକାଶ ଶିକ୍ଷାନୁଷ୍ଠାନର ଚେୟାରମ୍ୟାନ ଦାଶରୀ ମୁରଲୀ କ୍ରିଷ୍ଣା ମେଧାବୀ ଛାତ୍ରୀ ସୁମିତ୍ରା କରନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବା ସହିତ ଶୁଭକାମନା...

ଖାଦ୍ୟ ପୁଡ଼ିଆରେ ଫୁଟିଲା ବୋମା

ଗୋପାଳପୁର,୨୮ା୧୨(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକର ଭେଙ୍କଟରାୟପୁର ଓ ନୂଆବକ୍ସିପଲ୍ଲୀ ଗ୍ରାମ ମଧ୍ୟଭାଗରେ ଶୁକ୍ରବାର ରାତିରେ ଏକ ଗାଈ ରାସ୍ତାପାର୍ଶ୍ୱରେ ପଡ଼ିଥିବା ଖାଦ୍ୟ...

ପୁରୀରେ ଅଘଟଣ: ନିଗମାନନ୍ଦ ସମ୍ମିଳନୀରେ ଚାଲିଗଲା ୨ ଜୀବନ

ପୁରୀ,୨୮।୧୨: ପୁରୀରେ ନିଗମାନନ୍ଦ ସମ୍ମିଳନୀ ଚାଲିଥିଲା। ପୁରୀ ବାଲିଘାଇରେ ଏହି ଭକ୍ତ ସମ୍ମିଳନୀ ହେଉଥିଲା। ତେବେ ଏହି ସମୟରେ ୨ ଶ୍ରଦ୍ଧାଳୁ ଅସୁସ୍ଥ ହୋଇ ମୃତ୍ୟୁ...

ପାଇଥିଲେ ଘର: ଏବେ ପଟ୍ଟାରେ ଥିବା ପ୍ଲଟ ଗୋଚର

କର୍ଲାମୁଣ୍ଡା:୨୮।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତ ରେଗଡା କଲୋନୀପଡାରେ ରହିବାର ୪୪ ବର୍ଷ ବିତିଯାଇଥିଲେ ମଧ୍ୟ ପଡାବାସୀଙ୍କୁ ସ୍ଥାୟୀ ପଟ୍ଟା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri