ରାଜନଗର , ୬ା୨(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକର ନଳିତାପାଟିଆ ଠାରେ ଆସନ୍ତା ୭ରୁ ୯ ତାରିଖ ପର୍ଯ୍ୟନ୍ତ ଭିତରକନିକା ମହୋତ୍ସବ ଅନୁଷ୍ଠିତ ହେବାକୁ ଥିଲା। ଏଥିପାଇଁ ଟେଣ୍ଟ ବନ୍ଧା କାମ ଚାଲିଥିଲା। ଜିଲାର ବିଭିନ୍ନ ସ୍ଥାନରେ ପୋଷ୍ଟର ମଧ୍ୟ ମରାଯାଇଥିଲା। ତେବେ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଏହି ସମୟରେ ବର୍ଷା ହେବା ସମ୍ଭାବନା ଥିବାରୁ ମହୋତ୍ସବକୁ ଆସନ୍ତା ୧୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଏ ସମ୍ପର୍କରେ ଉପଜିଲାପାଳ ଜ୍ୟୋତିଶଙ୍କର ମହାପାତ୍ର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, ମହୋତ୍ସବ ଆସନ୍ତା ୧୪ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ।