Posted inଖେଳ

ବଲବୀର ସିଂଙ୍କୁ ଭାରତ ରତ୍ନ ପାଇଁ ଦାବିକଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ

ଚଣ୍ଡିଗଡ଼, ୨୨।୮ (ପି.ଟି.)- କିମ୍ବଦନ୍ତୀ ହକି ଖେଳାଳି ବଲବୀର ସିଂ ସିନିୟରଙ୍କୁ ଭାରତର ସର୍ବୋଚ୍ଚ ନାଗରିକ ସମ୍ମାନ ‘ଭାରତ ରତ୍ନ’ ପ୍ରଦାନ କରିବାକୁ ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟକୁ ଚିଠି ଲେଖିଛନ୍ତି। ଅମରିନ୍ଦର ତାଙ୍କ ଚିଠିରେ ୯୫ ବର୍ଷୀୟ ବଲ୍‌ବୀରଙ୍କୁ ତାଙ୍କ ସମୟର ଜଣେ ଚମତ୍କାର କ୍ରୀଡ଼ାବିତ୍‌ ଭାବେ ଅଭିହିତ କରିଛନ୍ତି। ‘ମୁଁ ଆପଣଙ୍କ ଧ୍ୟାନ ଆକର୍ଷଣ କରି ଅନୁରୋଧ କରୁଛି କି ବଲ୍‌ବୀର ସିଂ ସିନିୟରଙ୍କୁ ଭାରତ ରତ୍ନ ପ୍ରଦାନ କରାଯାଉ, ଯିଏ ସ୍ବାଧୀନ ଭାରତର ସବୁଠାରୁ ସମ୍ମାନାସ୍ପଦ ଏବଂ ଚମତ୍କାର ଖେଳାଳି ରହିଥିଲେ’ ବୋଲି ଅମରିନ୍ଦର ତାଙ୍କ ଚିଠିରେ ଉଲ୍ଲେଖ କରିଛନ୍ତି। ‘ଫିଲ୍ଡ ହକିରେ ଜଣେ ଚମତ୍କାର ଖେଳାଳି ରହିଥିବା ବଲ୍‌ବୀର ୧୯୪୮, ୧୯୫୨ ଓ ୧୯୫୬ ଅଲିମ୍ପିକ୍ସ ସ୍ବର୍ଣ୍ଣ ପଦକ ବିଜୟୀ ଭାରତୀୟ ଦଳର ସଦସ୍ୟ ରହିଥିଲେ। ହକିକୁ ଅବଦାନ ଲାଗି ପୂର୍ବରୁ ୧୯୫୭ରେ ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଥିଲା। ଏବେ ଭାରତ ରତ୍ନ ପୁରସ୍କାର ପାଇଁ ବଲ୍‌ବୀର ସିଂ ସିନିୟରଙ୍କ ନାମ ବିଚାରକୁ ନିଆଯାଉ’ ବୋଲି ଅମରିନ୍ଦର ଏହି ଚିଠିରେ ଲେଖିଛନ୍ତି। ଗୋଟିଏ ଅଲିମ୍ପିକ ଫାଇନାଲରେ ବ୍ୟକ୍ତିଗତ ଭାବେ ସର୍ବାଧିକ ଗୋଲସ୍କୋର କରିବାର ରେକର୍ଡ ବଲ୍‌ବୀରଙ୍କ ନାମରେ ଆଜି ବି ଲିପିବଦ୍ଧ ହୋଇରହିଛି। ୧୯୫୨ ଅଲିମ୍ପିକ ଫାଇନାଲରେ ସେ ନେଦରଲାଣ୍ଡ୍ସ ବିପକ୍ଷରେ ଏକାକୀ ୫ଟି ଗୋଲସ୍କୋର କରିଥିଲେ। ଏହି ମ୍ୟାଚ୍‌କୁ ଭାରତ ୬-୧ ଗୋଲରେ ଜିତି ଚାମ୍ପିୟନ ହୋଇଥିଲା। ସେହିଭଳି ୧୯୭୫ ବିଶ୍ୱ ବିଜୟୀ ଭାରତୀୟ ଦଳର ସେ ମ୍ୟାନେଜର ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

୬୩୭ ଦିନ ପରେ ଟେଷ୍ଟରେ କମାଲ୍‌ କଲେ ପନ୍ତ

ଚେନ୍ନାଇ,୨୧।୯: ଟିମ ଇଣ୍ଡିଆର ତାରକା ଉଇକେଟ କିପର-ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଟେଷ୍ଟ କ୍ରିକେଟ ପ୍ରତ୍ୟାବର୍ତ୍ତନ ଦୃଢ ଼ ପ୍ରମାଣିତ ହେଉଛି। ଦେଢ ବର୍ଷରୁ ଅଧିକ ସମୟ...

ପାଟିରେ କଳାଫିତା କାମୁଡି ବ୍ୟାଟିଂ କଲେ ବାଂଲାଦେଶ ବ୍ୟାଟ୍ସମ୍ୟାନ୍‌: ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨୧।୯: ଚେନ୍ନାଇ ଟେଷ୍ଟର ଦ୍ୱିତୀୟ ଦିନରେ ବାଂଲାଦେଶ ଅଲରାଉଣ୍ଡର ଶାକିବ ଅଲ ହାସନ ପାଟିରେ ଏକ କଳାଫିତା କାମୁଡି ବ୍ୟାଟିଂ କରିବାକୁ ବାହାରିଥିଲେ। ଶାକିବଙ୍କ ଭିଡିଓ...

୫୧ ବର୍ଷ ପୁରୁଣା ରେକର୍ଡ ଭାଙ୍ଗିଲେ ଯଶସ୍ବୀ ଜୟସ୍ବାଲ: ଗାଭାସ୍କରଙ୍କୁ ପଛରେ ପକାଇଲେ

ଚେନ୍ନାଇ,୨୧।୯: ଚେନ୍ନାଇରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ଏକ ରୋମାଞ୍ଚକର ମୋଡ଼ରେ ପହଞ୍ଚିଛି। ଦୁଇ ଦିନ ମଧ୍ୟରେ ଦୁଇଟି ଇନିଂସ ଶେଷ ହୋଇଛି।...

ଦକ୍ଷିଣ ଆଫ୍ରିକାକୁ ଧୂଳିଚଟାଇ ଇତିହାସ ରଚିଲା ଆଫଗାନିସ୍ତାନ

ନୂଆଦିଲ୍ଲୀ,୨୧।୯: ଆଫଗାନିସ୍ତାନ ଇତିହାସ ସୃଷ୍ଟି କରିଛି। ଦିନିକିଆ ସିରିଜରେ ଆଫଗାନିସ୍ତାନ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକାକୁ ପରାସ୍ତ କରିଛନ୍ତି। ଆଫଗାନିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା...

ଭାରତ ୩୦୮ ରନ୍‌ରେ ଆଗୁଆ

ଚେନ୍ନାଇ,୨୧ା୯: ଚେନ୍ନାଇରେ ଅନୁଷ୍ଠିତ ବାଂଲାଦେଶ ବିପକ୍ଷ ପ୍ରଥମ ଟେଷ୍ଟରେ ଭାରତୀୟ ପେସ୍‌ ବୋଲର ଚମତ୍କାର ବୋଲିଂ କରିଥିବା ବେଳେ ଦ୍ୱିତୀୟ ଦିନର ଷ୍ଟମ୍ପ ଅପସାରଣ ବେଳକୁ...

ପଦାର୍ପଣରେ ତେଜ ଦେଖାଇଲା କୋଣାର୍କ ସୂର୍ଯ୍ୟସ

ଯୋଧପୁର, ୨୧।୯ (ତପନ ସ୍ବାଇଁ): ଲିଜେଣ୍ଡ୍‌ସ ଲିଗ୍‌ କ୍ରିକେଟ ଟୁର୍ନାମେଣ୍ଟରେ ନିଜର ପ୍ରଥମ ପଦାର୍ପଣରେ ତେଜ ଦେଖାଇଛି ସନ୍‌ପ୍ରିୟା ଗ୍ରୁପ୍‌ ମାଲିକାନାରେ ଥିବା କୋଣାର୍କ ସୂର୍ଯ୍ୟସ...

ନିଆରା ଅନ୍ଦାଜରେ ମୁଖ୍ୟମନ୍ତ୍ରୀ: କ୍ରୀଡାବିତଙ୍କୁ କଲେ ଉତ୍ସାହିତ

କେନ୍ଦୁଝର ,୨୦ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲା କରଞ୍ଜିଆପଡା ଖେଳପଡିଆରେ ଆୟୋଜିତ ୧୮ ତମ ନକ ଆଉଟ୍ ଫୁଟବଲ ପ୍ରତିଯୋଗିତାରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri