ବାଙ୍କୀଝୋଳା ଓ ଚଢିଆପଦା ଗାଁର ବିକାଶ ଅପହଞ୍ଚ : ଗମନାଗମନ ପାଇଁ କାଠପୋଲ ଭରସା

ଚନ୍ଦ୍ରଗିରି,୪।୮(ଡି.ଏନ୍‌.ଏ.): ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳର ବିକାଶ ଲାଗି ବିଭିନ୍ନ ଯୋଜନା ମାଧ୍ୟମରେ ଖର୍ଚ୍ଚ କରୁଛନ୍ତି କୋଟି କୋଟି ଟଙ୍କା। ଉଦ୍ଦେଶ୍ୟ ରହିଛି ଗାଁର ବିକାଶ, ଦେଶର ବିକାଶ କିନ୍ତୁ ଆଜି ମଧ୍ୟ ଏପରି ଗାଁ ଅଛି ଯେଉଁଠି ବିକାଶ ଅପହଞ୍ଚ ହୋଇଛି। ବିଭାଗୀୟ ଅଧିକାରୀ ହେଉ ବା ଜନପ୍ରତିନିଧିଙ୍କ ଉଦାସୀନତା ତଥା ଦାୟିତ୍ୱହୀନତା ଯୋଗୁ ବାସ୍ତବରେ ବିକାଶଠାରୁ ବହୁ ଦୂରକୁ ଚାଲିଯାଉଛି ଗାଁ। ଗାଁକୁ ସଂଯୋଗ କରୁଥିବା ନଦୀ/ନାଳ ଉପରେ ପୋଲ ଟିଏ ନ ଥିବାରୁ କାଠପୋଲରେ ବିପଦପୂର୍ଣ୍ଣ ଭାବେ ଯାତାୟାତ କରୁଛନ୍ତି ଛାତ୍ରୀଛାତ୍ର ଓ ଅଞ୍ଚଳବାସୀ। ଏଭଳି ବିକାଶର ଦିଗହରା ଦୃଶ୍ୟ ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଚାନ୍ଦିପୁଟ ପଞ୍ଚାୟତର ବାଙ୍କିଝୁଳା ଗ୍ରାମରେ। ଏହି ଗାଁକୁ ପୋଲ ଟିଏ ନ ଥିବାରୁ ଛାତ୍ରୀଛାତ୍ର କାଠ ପୋଲଦେଇ ବିପଦପୂର୍ଣ୍ଣ ଭାବେ ପ୍ରତିଦିନ ବିଦ୍ୟାଳୟକୁ ଯାଉଛନ୍ତି। ଏହି ପୋଲ ଉପରେ ବହୁ ବର୍ଷ ଧରି ବାଙ୍କିଝୋଳା, ଚଡିଆପଦା, ଜକରାପଲି ଗ୍ରାମ ସମେତ ଚାରୋଟି ପଞ୍ଚାୟତର ଲୋକେ ନିର୍ଭର କରିଆସୁଛନ୍ତି। ଗତ ଫାଇଲିନ ବାତ୍ୟାରେ ଏହି ପୋଲଟିର ଦୁଇ ପାର୍ଶ୍ୱ ଖାଇଯାଇଥିବା ବେଳେ ଏହା ଉପରେ କାଠ ପୋଲ ପକାଇ ଯାତାୟାତ କରୁଥିଲେ ଲୋକେ। ମାତ୍ର ଗତ ତିତିଲି ବାତ୍ୟାରେ ପୋଲଟି ଭାସିଯାଇଥିଲା । ସେହି ଦିନଠାରୁ ଅଞ୍ଚଳବାସୀ ପୁଣି ଉକ୍ତ ଭଙ୍ଗା ପୋଲ ଉପରେ କାଠ ପକାଇ ଯାତାୟାତ କରୁଛନ୍ତି । ଏହା ସହ ସାମାନ୍ୟବର୍ଷା ହେଲେ ନାଳର ଜଳସ୍ତର ବଢ଼ିଗଲେ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଯାଉଛନ୍ତି ଅଞ୍ଚଳବାସୀ । ଉକ୍ତ ରାସ୍ତା ଉପରେ ପୁନଃ ପୋଲଟି ନିର୍ମାଣ ପାଇଁ ଜନପ୍ରତିନିଧିଙ୍କ ସମେତ ବିଭାଗୀୟ ଉଚ୍ଚ ପଦସ୍ଥ ଅଧିକାରୀଙ୍କୁ ବାରମ୍ବାର ଜଣାଇ ଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳୁ ନ ଥିବା ଅଞ୍ଚଳବାସୀ ଅଭିଯୋଗ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହାତୀ ମୃତ୍ୟୁର ତିନିଦିନ ପରେ ଛୁଆ ଉଦ୍ଧାର

ଭବାନୀପାଟଣା/ନର୍ଲା,୧୬ା୯ (ଉତ୍ତମ କୁମାର ଦାଶ/ସନ୍ତୋଷ ପାତ୍ର)- କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ ରେଗଡିମାଲ ନିକଟ ଜଙ୍ଗଲ ପାର୍ଶ୍ୱରୁ ଗତ ଶୁକ୍ରବାର ଏକ...

ଗଣେଶ ଭସାଣି ଗଣ୍ଡଗୋଳରୁ ଆକ୍ରମଣ: ବଡ଼ଭାଇ ମୃତ, ସାନ ଗୁରୁତର

ସୋରଡା,୧୬ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡ଼ା ଥାନା ଅଧୀନ ଅମୃତୁଲୁ ଗ୍ରାମରେ ଗଣେଶ ଭସାଣି ବେଳେ ହୋଇଥିବା ଏକ ବଚସା ୩ ଦିନ ପରେ ଉଗ୍ରରୂପ...

ନମ୍ବର ବିହୀନ ଗାଡ଼ିର ପିଛା କରି ମୋଷ୍ଟ ଓ୍ବାଣ୍ଟେଡ୍‌ ଭୁବନଙ୍କୁ ଧରିଲା ପୋଲିସ 

ନବରଙ୍ଗପୁର,୧୬।୯(ସଦାଶିବ ପ୍ରହରାଜ): ହତ୍ୟା, ଡକାୟତି ଭଳି ଘଟଣାରେ ସମ୍ପୃକ୍ତ ଜଣେ ମୋଷ୍ଟ ୱାଣ୍ଟେଡ୍‌ଙ୍କୁ ନବରଙ୍ଗପୁର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ...

ସୁଭଦ୍ରା ନାଁ’ରେ ବଡ଼ ଠକେଇ: ମହିଳାଙ୍କ ଖାତାରୁ ୧୨ ହଜାର ଟଙ୍କା ଗାଏବ

ନିମାପଡ଼ା,୧୬।୯(ବିଚିତ୍ରାନନ୍ଦ ସାହୁ): ସୁଭଦ୍ରା ଯୋଜନାରେ ମହିଳାମାନଙ୍କ ଖାତାକୁ ଟଙ୍କା ଯିବାର ଗୋଟିଏ ଦିନ ପୂର୍ବରୁ ବଡ଼ ଠକେଇରେ ପଡିଛନ୍ତି ମହିଳା। ଚାହୁଁଛହୁଁ ଖାତାରୁ ଉଡିଯାଇଛି କଷ୍ଟ...

ସୁଭଦ୍ରା ଟଙ୍କା ପାଇଁ କୋରାପୁଟରୁ ଭୁବନେଶ୍ୱର ଆସିଲେ ୧୦୦ ମହିଳା

କୋରାପୁଟ,୧୬।୯(ଅମିତାଭ ବେହେରା ): ମଙ୍ଗଳବାର ଭୁବନେଶ୍ୱରଠାରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ । ଏନେଇ ସୋମବାର କୋରାପୁଟ ଜିଲାରୁ ୧୦୦ଜଣ ସୁଭଦ୍ରା ହିତାଧିକାରୀ ବସ୍‌ ଯୋଗେ...

ଚିନ୍ତା ବଢ଼ାଉଛି ଜଙ୍ଗଲରେ ଗଞ୍ଜେଇ ଚାଷ

ଦାରିଙ୍ଗବାଡି,୧୬।୯(ଅରୁଣ ସାହୁ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଘଞ୍ଚ ଜଙ୍ଗଲରେ ହେଉଛି ଗଞ୍ଜେଇ ଚାଷ। ସପ୍ତାହକ ମଧ୍ୟରେ ପୋଲିସ ଜଙ୍ଗଲରୁ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ...

ରାସ୍ତା କଡ଼ରେ ଛିଡା ହୋଇଥିବା କାରକୁ ପିଟିଲା କାର୍‌: ଦୁଇ ଯାତ୍ରୀ ଗୁରୁତର

ବାଲିଗୁଡ଼ା:୧୬।୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ୫୯ ନମ୍ବର ଜାତୀୟ ରାଜପଥ ବାଲିଗୁଡ଼ା ହନୁମାନ ମନ୍ଦିର ନିକଟରେ ଏକ ମର୍ମନ୍ତୁଦ କାର୍‌ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ...

ଲଘୁଚାପ ଲଗାଣ ବର୍ଷା: ଭାଙ୍ଗିଲା ଘର, ବାସହରା ହେଲେ ପରିବାର

ମୋରଡ଼ା,୧୬।୯(ସ୍ମାରକ ମାଜୀ): ଲଘୁଚାପ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକରେ ୩ ଦିନ ହେବ ବର୍ଷା ଲାଗି ରହିଛି l ହେଲେ ପ୍ରବଳ ବର୍ଷାକୁ ଦୃଷ୍ଟିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri