ବାଣଫୁଟାକୁ ନେଇ ଗୋଷ୍ଠୀ ସଂଘର୍ଷ

ଜୟପୁର,୨୮ା୧୦(ନି.ପ୍ର.): ଜୟପୁରରେ ବାଣଫୁଟାକୁ କେନ୍ଦ୍ରକରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଛି। ରବିବାର ଦୀପାବଳୀ ରାତିରେ ବାଣଫୁଟା ଚାଲିଥିବା ବେଳେ ବିଜୁ ନଗର ଓ ଖ୍ରୀଷ୍ଟିଆନ ସାହି ମଧ୍ୟରେ ଧସ୍ତାଧସ୍ତି ଚାଲିଥିଲା। ଏନେଇ ଅମର ନାଏକଙ୍କ ଅଭିଯୋଗକ୍ରମେ ପୋଲିସ ବିଜୁନଗରର ୨୦ ଜଣଙ୍କ ନାମରେ ମାମଲା ରୁଜୁ କରିଥିଲା। ଅନ୍ୟପକ୍ଷରେ ବିଜୁ ନଗରବାସୀଙ୍କ ପାଲଟା ଅଭିଯୋଗ ପାଇ ପୋଲିସ ଖ୍ରୀଷ୍ଟିଆନ ସାହିର ୮ ଜଣଙ୍କ ନାମରେ ମାମଲା ଦାୟର କରିଥିଲା। ଉଭୟ ଗୋଷ୍ଠୀର ଅଭିଯୋଗ ଅନୁସାରେ ପୋଲିସ କେସ୍‌ ନଂ ୬୪/୧୯ ଓ ୬୫/୧୯ରେ ପୃଥକ ମାମଲା ରୁଜୁ କରିଥିବା ଟାଉନ ଥାନା ଅଧିକାରୀ ବାଲେଶ୍ୱର ଗିଧି ସୂଚନା ଦେଇଛନ୍ତି। ଅମର କିଛିଦିନ ହେବ ଜୟପୁରରେ ନିଶାମୁକ୍ତି ଅଭିଯାନ ଚଳାଇ ଆସୁଥିବା ବେଳେ ମଦ ମାଫିଆଙ୍କ ଟାର୍ଗେଟରେ ଥିଲେ। ଜଣେ ମଦ ବେପାରୀ ଜାଣିଶୁଣି ଅମନଙ୍କ ଘର ସାମ୍ନାରେ କେତେକ ଲୋକଙ୍କୁ ନେଇ ବାଣ ଫୁଟାଇଥିଲେ। ଏହାକୁ ବିରୋଧ କରିବାରୁ ମଦ ବେପାରୀଙ୍କ ସମର୍ଥକ ତାଙ୍କ ଉପରେ ଆକ୍ରମଣ କରିଥିଲେ ବୋଲି ଅମର ଥାନାରେ ଦେଇଥିବା ଏତଲାରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସହରର ବିକାଶ ପାଇଁ ଅଣ୍ଟା ଭିଡ଼ିଲେ ନିର୍ବାହୀ ଅଧିକାରୀ, ଜବରଦଖଲକାରୀଙ୍କ ମଧ୍ୟରେ ଛନକା

ପୁରୁଷୋତ୍ତମପୁର,୧୪ା୧୨(ସବିତା ମିଶ୍ର): ଅବହେଳିତ ଭାବରେ ପଡ଼ିରହିଥିବା ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିର ବିକାଶ ଲାଗି ଅଣ୍ଟାଭିଡ଼ିଛନ୍ତି ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀ। ସହର ମଧ୍ୟରେ ଓ...

ଜି.ଉଦୟଗିରିରେ ତୁଷାରପାତ ସହ ପ୍ରବଳ ଶୀତ

ଜି.ଉଦୟଗିରି,୧୪।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ରଜ୍ୟର ସବୁଠାରୁ ଥଣ୍ଡା ସହର କନ୍ଧମାଳ ଜିଲା ଜି.ଉଦୟଗିରି। ଉକ୍ତ ଅଞ୍ଚଳରେ ହାଡ଼ଭଙ୍ଗା ଶୀତ ଲାଗି ଅସ୍ତବ୍ୟସ୍ତ ଅଞ୍ଚଳବାସୀ। ତୁଷାରପାତ...

ଶ୍ରୀମନ୍ଦିରକୁ ସୁରକ୍ଷା ଦେଉଥିବା ମେଘନାଦ ପାଚେରି ଅସୁରକ୍ଷିତ: ଗଳୁଛି ପାଣି

ପୁରୀ ୧୪।୧୨( ଅଜିତ୍‌ କୁମାର ମହାନ୍ତି ): ଶ୍ରୀମନ୍ଦିର ମେଘନାଦ ପ୍ରାଚୀର ବିପଦରେ ଥିବା ଦେଖିବାକୁ ମିଳିଛି । ମେଘନାଦ ପାଚେରି ଯୋଡେଇ ଫାଟ ହୋଇ...

ଦାରିଙ୍ଗବାଡିରେ ଅସହ୍ୟ ଶୀତ: ଚତୁର୍ଥ ଦିନରେ ତୁଷାରପାତ 

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଗତ କିଛିଦିନ ହେଲା କାଶ୍ମୀର ଭଳି ପରିସ୍ଥିତି ଦେଖାଯାଇଛି। ରବିବାରକୁ ମିଶାଇ ଗତ ଚାରିଦିନ ଧରି...

ଜଙ୍ଗଲରେ ହଜିବାରେ ଲାଗିଛି  ଉଇ ହୁଙ୍କା ସଂଖ୍ୟା : ଭୂତଳ ଜଳର ଉତ୍ସ ଚିହ୍ନଟ କରିବାରେ …

ଦାରିଙ୍ଗବାଡି,୧୪।୧୨ (ଅରୁଣ ସାହୁ): ସୃଷ୍ଟି ଓ ପ୍ରକୃତି ସହ ଜଡିତ ଉଇ ହୁଙ୍କାର ସମ୍ପର୍କ। ହେଲେ ମାତ୍ର ଧୀରେଧୀରେ ଜଙ୍ଗଲରେ ଉଇ ହୁଙ୍କାର ସଂଖ୍ୟା କମିବାରେ...

୨୫ ରେ ତିଲିସିଙ୍ଗି ରେ ପ୍ରଦେଶ ସଭା : ୪ ଦିନ ବ୍ୟାପୀ…

ଭଞ୍ଜନଗର,୧୩।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିଠାରେ ଆସନ୍ତା ୨୫ ରୁ ୨୮ ତାରିଖ ପର୍ଯ୍ୟନ୍ତ ୪ ଦିନ ବ୍ୟାପୀ ନିଖିଳ ଉତ୍କଳ କୁର୍ମି...

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri