ବାର୍‌ହା ମାଂସ ଜବତ, ୨ ଗିରଫ

ବୁଗୁଡ଼ା,୧୨ା୩(ଡି.ଏନ.ଏ.)- ବୁଗୁଡ଼ା ବନାଞ୍ଚଳ ଡ଼ାକରାବାଡ଼ି ଛକରେ ଗୁରୁବାର ଅପରାହ୍ନରେ ବାଇକ୍‌ ଉପରେ ବାର୍‌ହା ମାଂସ ରଖି ବିକ୍ରି କରୁଥିବାବେଳେ ୨ ଶିକାରୀଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ବୁଗୁଡ଼ା ବନାଞ୍ଚଳ ଡ଼ାକରାବାଡ଼ି ଗ୍ରାମର ନିରଞ୍ଜନ ବିଶ୍ୱାଳ ଓ ବିରଞ୍ଚତ୍ପୁର ଗ୍ରାମର ବିଜୟ ଗୌଡ଼। ଉଭୟଙ୍କୁ କୋର୍ଟଚାଲାଣ କରାଯାଇଥିବା ଜଣାପଡ଼ିଛି। ସେମାନଙ୍କ ଠାରୁ ବାଇକ (ନଂ.ଓଆର୧୪ଏସ୍‌-୩୩୧୫) ସହ ୧୦ କେଜି ବାର୍‌ହା ମାଂସ ବନ ବିଭାଗ ଜବତ କରିଛି। ଏନେଇ ବୁଗୁଡ଼ା ବନ ବିଭାଗ ନଂ.୨୮୦/୨୦୨୦ରେ ଏକ ମାମଲା ରୁଜୁ କରିଛି।
ପ୍ରକାଶ ଯେ, ନିରଞ୍ଜନ ଓ ବିଜୟ ଉଭୟେ ଜଙ୍ଗଲରୁ ବାର୍‌ହା ଶିକାର କରି ମାଂସ କାଟି ବୁଧବାର ଅପରାହ୍ନରେ ଡ଼ାକରାବାଡ଼ି ଛକ ଠାରେ ବାଇକ ଉପର ରଖି ବିକ୍ରି କରୁଥିଲେ। ବନାଞ୍ଚଳ ଅଧିକାରୀ ଫକୀର ଚରଣ ବେହେରାଙ୍କ ନିର୍ଦ୍ଦେଶରେ ବନପାଳ ଅଭିରାମ ଖିଲା, ବନରକ୍ଷୀ ରତନ ମଲିକ, ରିଙ୍କୁ ସେଠୀ ଓ ପାରା ଫରେଷ୍ଟର କର୍ମଚାରୀ ପହଞ୍ଚତ୍ ଶିକାରୀମାନଙ୍କୁ କାବୁ କରିଥିଲେ। ପଚରାଉଚରାବେଳେ ସୋଲଣ୍ଡି ଜଙ୍ଗଲରେ ବିଦ୍ୟୁତ୍‌ ତାର ବିଛାଇ ଶିକାର କରିଥିବା ସ୍ବୀକାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଳାହାଣ୍ଡି ଉତ୍ସବ ଘୁମୁରା ୨୦୨୫ ଲୋଗୋ ଉନ୍ମୋଚନ, ପଞ୍ଚାୟତ ସ୍ତରୀୟ ଉତ୍ସବର ଶୁଭ ଉଦଘାଟନ

କେସିଙ୍ଗା, ୨୪ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କୁଣ୍ଡାବନ୍ଧ ଗ୍ରାମ ପଞ୍ଚାୟତର ଯୋଗମାୟା ପୀଠ ପରିସରରେ କେସିଙ୍ଗା ଗୋଷ୍ଠୀ ଅଧିକାରୀ ପଦ୍ମନାଭ ପୁରୋହିତଙ୍କ...

ନାବାଳିକା ବଳାତ୍କରୀଙ୍କୁ ୨୦ ବର୍ଷ କାରାଦଣ୍ଡ

କେନ୍ଦୁଝର, ୨୪ା୧୨ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଅତିରିକ୍ତ ଜିଲ୍ଲା ଦୌରାଜଜ ତଥା ସ୍ବତନ୍ତ୍ର ବିଚାରପତି ମୋନାଲିସା ମହାନ୍ତି ଆଜି ୧୨ ବର୍ଷ ବୟସ୍କା ନାବାଳିକା...

ନିର୍ମାଣ ଶ୍ରମିକ ସହାୟତା ରାଶି ବଣ୍ଟନରେ ବିଫଳ କେନ୍ଦୁଝର ଶ୍ରମ ବିଭାଗ

କେନ୍ଦୁଝର ୨୪ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଜିଲାର ସମଗ୍ର ଜନ ସଂଖ୍ୟାର ଏକ ବୃହତ ଭାଗ ହେଉଛନ୍ତି ଶ୍ରମିକ ଆଉ ଉକ୍ତ ଶ୍ରମିକ ମାନଙ୍କ ମଧ୍ୟରୁ ସର୍ବାଧିକ...

ବିଜେଡି ନେତା ଭାଜପା ମୁହାଁ:ଭାଜପାରେ ମିଶିଲେ ୯ ସରପଞ୍ଚ, ୪ ସମିତିସଭ୍ୟ

ଯାଜପୁର/କୋରେଇ (ହର୍ଷବର୍ଦ୍ଧନ ବେହେରା/ଚନ୍ଦ୍ରକାନ୍ତ ପତି),୨୪/୧୨:ଗତ ଲୋକ ସଭା ନିର୍ବାଚନରେ ଯାଜପୁର ଆସନର ଫଳାଫଳକୁ ଦେଖିଲେ ଭାଜପା ଓ ବିଜେଡି ମଧ୍ୟରେ ହାରଜିତ୍‌ ବ୍ୟବଧାନ ମାତ୍ର ୦.୧୪%...

କଟକରେ ସ୍ଥାପନ ହେଲା ଅଟଳଙ୍କ ବ୍ରୋଞ୍ଜ ପ୍ରତିମୂର୍ତ୍ତି

କଟକ,୨୪।୧୨(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବେଲଭ୍ୟୁ ଛକଠାରେ ସୋମବାର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀଙ୍କ ଏକ ବ୍ରୋଞ୍ଜ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ...

ପିସିସି ସଭାପତି ଚୟନକୁ ନେଇ ମୋକିମଙ୍କ ବଡ଼ ବୟାନ

ଭୁବନେଶ୍ୱର,୨୪।୧୨: କଂଗ୍ରେସ ପିସିସି ସଭାପତି ଚୟନ ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ କଂଗ୍ରେସର ବରିଷ୍ଠ ନେତା ମହମ୍ମଦ ମୋକିମ ସୋମବାର ଏକ ବଡ଼ ବୟାନ...

ବାଂଲାଦେଶରୁ ଆସିଥିବା ଜାହାଜରେ ସନ୍ଦିଗ୍ଧ ପାରା

ପାରାଦୀପ,୨୪।୧୨: ଜଗତସିଂହପୁର ଜିଲା ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହାଜରୁ ସୋମବାର ଦୁଇଟି ସନ୍ଦିଗ୍ଧ ପାରା ଉଦ୍ଧାର ହୋଇଛି। ବାଂଲାଦେଶରୁ ଆସିଥିବା ଜାହାଜରୁ ଏହି ପାରା...

ରାସ୍ତା ନିର୍ମାଣକୁ ନେଇ ଭାଜପା-କଂଗ୍ରେସ ମୁହାଁମୁହିଁ

ତିହିଡି, ୨୪।୧୨(ସଞ୍ଜିତ ବଳ): ତିହିଡି ବ୍ଲକ ଭଟପଡା ପଞ୍ଚାୟତ ଅଧୀନ ମିର୍ଜାପୁର ଗ୍ରାମରେ ମଙ୍ଗଳବାର ଏକ ରାସ୍ତା ନିର୍ମାଣକୁ ନେଇ ଭାଜପା ଓ କଂଗେସ କର୍ମୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri